ବିଶିଷ୍ଟ କଣ୍ଠଶିଳ୍ପୀ ନିର୍ମଳା ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

The Sakala Picture
Published On

ଭୁବନେଶ୍ୱର: ବିଶିଷ୍ଟ କଣ୍ଠଶିଳ୍ପୀ ଶ୍ରୀମତୀ ନିର୍ମଳା ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ବିୟୋଗ ଓଡିଆ ସଙ୍ଗୀତ ଜଗତ ପାଇଁ ଏକ ଅପୁରଣୀୟ କ୍ଷତି ବୋଲି ମୁଖ୍ଯମନ୍ତ୍ରୀ କହିଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ନିର୍ମଳା ମିଶ୍ର ଜଣେ ଉଚ୍ଚକୋଟୀର ଗାୟିକା ଭାବରେ ଓଡ଼ିଆ ସଂଗୀତ […]

ଭୁବନେଶ୍ୱର: ବିଶିଷ୍ଟ କଣ୍ଠଶିଳ୍ପୀ ଶ୍ରୀମତୀ ନିର୍ମଳା ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ବିୟୋଗ ଓଡିଆ ସଙ୍ଗୀତ ଜଗତ ପାଇଁ ଏକ ଅପୁରଣୀୟ କ୍ଷତି ବୋଲି ମୁଖ୍ଯମନ୍ତ୍ରୀ କହିଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ନିର୍ମଳା ମିଶ୍ର ଜଣେ ଉଚ୍ଚକୋଟୀର ଗାୟିକା ଭାବରେ ଓଡ଼ିଆ ସଂଗୀତ ଜଗତରେ ସୁନାମ ଅର୍ଜନ କରିଥିଲେ। ୬୦ ଓ ୭୦ ଦଶକରେ ତାଙ୍କ ସଂଗୀତର ମଧୁର ମୂର୍ଚ୍ଛନା ଜନ ମାନସକୁ ଏବେ ମଧ୍ୟ ଜୀବନ୍ତ ରହିଛି। ତାଙ୍କର ସଙ୍ଗୀତ ଗୁଡ଼ିକ ଅତ୍ୟନ୍ତ ଶ୍ରୁତି ମଧୁର ଓ ଶ୍ରୋତା ମାନଙ୍କୁ ଗଭୀର ଆନନ୍ଦ ପ୍ରଦାନ କରିଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ଏମ୍‌ଏମ୍‌ଡିଆର ପ୍ରସଙ୍ଗରେ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି; ପ୍ରତ୍ୟାହାର ହେଉ ରାଜ୍ୟ ସ୍ୱାର୍ଥ ବିରୋଧୀ ଆଇନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର