ନବ ଦାସଙ୍କ ଅକାଳ ବିୟୋଗ ରାଜ୍ୟ ପାଇଁ ଏହା ଅପୂରଣୀୟ କ୍ଷତି, ସରକାର ଓ ଦଳରେ ତାଙ୍କ ଭୂମିକା ସର୍ବଦା ସ୍ମରଣୀୟ ରହିବ : ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଅକାଳ ବିୟୋଗରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବ ଦାସଙ୍କ ଅସ୍ବାଭାବିକ ମୃତ୍ୟୁ ନେଇ ଗଭୀର ମର୍ମାହତ ହୋଇଛନ୍ତି। ସ୍ବର୍ଗତ ଶ୍ରୀ ଦାସଙ୍କ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନବ ଦାସ ଉଭୟ ସରକାର ଓ ଦଳ ପାଇଁ ମୂଲ୍ୟବାନ ଥିଲେ। ତାଙ୍କୁ ବଞ୍ଚାଇବା ପାଇଁ ଡାକ୍ତରମାନେ ପ୍ରବଳ ଉଦ୍ୟମ କରିଥିଲେ। କିନ୍ତୁ ପ୍ରଗାଢ଼ ଚେଷ୍ଟା ସତ୍ତ୍ବେ ମେଡିକାଲ ବିଶେଷଜ୍ଞ ଟିମ୍‌ ବଞ୍ଚାଇ ପାରି […]

ଭୁବନେଶ୍ବର : ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଅକାଳ ବିୟୋଗରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବ ଦାସଙ୍କ ଅସ୍ବାଭାବିକ ମୃତ୍ୟୁ ନେଇ ଗଭୀର ମର୍ମାହତ ହୋଇଛନ୍ତି। ସ୍ବର୍ଗତ ଶ୍ରୀ ଦାସଙ୍କ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନବ ଦାସ ଉଭୟ ସରକାର ଓ ଦଳ ପାଇଁ ମୂଲ୍ୟବାନ ଥିଲେ। ତାଙ୍କୁ ବଞ୍ଚାଇବା ପାଇଁ ଡାକ୍ତରମାନେ ପ୍ରବଳ ଉଦ୍ୟମ କରିଥିଲେ। କିନ୍ତୁ ପ୍ରଗାଢ଼ ଚେଷ୍ଟା ସତ୍ତ୍ବେ ମେଡିକାଲ ବିଶେଷଜ୍ଞ ଟିମ୍‌ ବଞ୍ଚାଇ ପାରି ନଥିଲେ। ସ୍ବାସ୍ଥ୍ୟମନ୍ତ୍ରୀ ଥିବା କାଳରେ ନବ ଦାସ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ। ବିଜେଡିକୁ ମଜବୁତ କରିବାରେ ତାଙ୍କର ଅବଦାନ ଅତୁଳନୀୟ ଥିଲା। ଦଳମତ ନିର୍ବିଶେଷରେ ତାଙ୍କୁ ସମସ୍ତେ ଭଲ ପାଉଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ସମଗ୍ର ରାଜ୍ୟ ପାଇଁ ଏହା ଅପୂରଣୀୟ କ୍ଷତି। ସରକାର ଓ ଦଳରେ ତାଙ୍କ ଭୂମିକା ସର୍ବଦା ସ୍ମରଣୀୟ ରହିବ।ଲୋକଙ୍କ ଜୀବନରେ ପରିବର୍ତ୍ତନ ଆଣିବାକୁ ସ୍ୱାସ୍ଥ୍ୟ ବିଭାଗରେ ସେ ଅନେକ ଅଭିନବ କାର୍ଯ୍ୟ କରିଛନ୍ତି। ଏଥିସହ ଜଣେ ନେତା ଭାବେ ବିଜୁ ଜନତା ଦଳକୁ ଆହୁରି ମଜବୁତ କରିବାରେ ତାଙ୍କର ବିରାଟ ଯୋଗଦାନ ରହିଛି। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର