ଜମିଜମା ସମସ୍ୟାର ସମାଧାନ ପାଇଁ ଫିଟିଲା ରାସ୍ତା, ତୁରନ୍ତ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ପୂର୍ବରୁ ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍‌, ପୁରୀ ପୌରପାଳିକାରେ ଜମିଜମା ସମସ୍ୟାର ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି ହୋଇଥିଲା । ଆଜି ସିକିମ ରୟତ ମାନଙ୍କ ଜମି ସମସ୍ୟା ଓ ସମ୍ବଲପୁର ଜିଲ୍ଲାର ରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତ ମାନଙ୍କ ଜମି ସମସ୍ୟାର […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ପୂର୍ବରୁ ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍‌, ପୁରୀ ପୌରପାଳିକାରେ ଜମିଜମା ସମସ୍ୟାର ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି ହୋଇଥିଲା । ଆଜି ସିକିମ ରୟତ ମାନଙ୍କ ଜମି ସମସ୍ୟା ଓ ସମ୍ବଲପୁର ଜିଲ୍ଲାର ରେଙ୍ଗାଲୀ ତହସିଲର ହୀରାକୁଦ ବାସଚ୍ୟୁତ ମାନଙ୍କ ଜମି ସମସ୍ୟାର ସମାଧାନ ପାଇଁ ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ  ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା – ଏହିପରି ଅନେକ ସମସ୍ୟା ସଂପର୍କରେ ଲୋକମାନେ ୫-ଟି ସଚିବଙ୍କୁ ଜଣାଇଥିଲେ । ଏ ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ ଲୋକଙ୍କ ବହୁ ବର୍ଷର ଜମି ସମସ୍ୟାର ସମାଧାନ ପାଇଁ ବାଟ ଫିଟିଛି।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏ ସଂପର୍କରେ ସେପ୍ଟେମ୍ବର ମାସର ପ୍ରଥମ ଓ ଦ୍ବିତୀୟ ସପ୍ତାହରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସହ ତିନି ଥର ବୈଠକ ଅନୁଷ୍ଠିତ ହୋଇଥିଲା । ସେହି ସମୀକ୍ଷା ବୈଠକରେ ନିଆଯାଇଥିବା ନିଷ୍ପତ୍ତିର ଅଗ୍ରଗତି ସଂପର୍କରେ ଆଜି ଆଉ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ବହୁ ଐତିହାସିକ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଆଇନ ସଚିବ ଶ୍ରୀ ମାନସ ରଂଜନ ବାରିକ, ଗଞ୍ଜାମ, ସମ୍ବଲପୁର, ପୁରୀ, ଖୋର୍ଦ୍ଧା ଓ ଝାରସୁଗୁଡା ଜିଲ୍ଲାର ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଲୋକଙ୍କୁ ଜମି ଯୋଗାଇ ଦେବାକୁ ନିଷ୍ପତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

ହୀରାକୁଦ ପ୍ରକଳ୍ପ ଯୋଗୁ ବାସଚ୍ୟୁତ ହୋଇଥିବା ସମ୍ବଲପୁର ଜିଲ୍ଲାର ରେଙ୍ଗାଲୀ ତହସିଲ ଅନ୍ତର୍ଗତ କୁର୍ଲା, ଥୁଣ୍ଟିକତରବଗା, ଯୋଗୀପାଲ୍ଲୀ, ସପନେ ଗ୍ରାମରେ ହାଇଟେକ୍‌ ସର୍ଭେ ମାଧ୍ୟମରେ ପୁରୁଣା ଜମିଜମା ସମସ୍ୟାର ସମାଧାନ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି । ସର୍ଭେ କାର୍ଯ୍ୟକୁ ଯେତେଶୀଘ୍ର ସମ୍ଭବ ସଂପୂର୍ଣ୍ଣ କରି ଜମି ସମସ୍ୟାର ସମାଧାନ କରିବାକୁ ପରାମର୍ଶ ଦିଆଯାଇଛି ।

ସେହିପରି ସିକିମ ରୟତ ମାନଙ୍କର ଜମି ସମସ୍ୟାର ସ୍ଥାୟୀ ସମାଧାନ ନିମନ୍ତେ ନୀତିଗତ ନିଷ୍ପତ୍ତି ନିଆଯାଇଛି । ଏହାଦ୍ବାରା କଟକ, ପୁରୀ ଓ ବାଲେଶ୍ବର ଜିଲ୍ଲାର ପ୍ରାୟ ୨ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ ।

ସୂଚନାଯୋଗ୍ୟ ଯେ ପୂର୍ବରୁ ପୂର୍ବରୁ ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍‌, ପୁରୀ ପୌରପାଳିକାରେ ଜମିଜମା ସମସ୍ୟାର ସମାଧାନ ପାଇଁ ନୀତିଗତ ନିଷ୍ପତ୍ତି ହୋଇଥିଲା ।

ଝାରସୁଗୁଡା ଜିଲ୍ଲାରେ ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ସମସ୍ୟା ୫୦ ବର୍ଷରୁ ଅଧିକ ସମୟର। ଲଖନପୁର ତହସିଲର ୧୮ଟି ଗାଁ ଓ ଝାରସୁଗୁଡା ତହସିଲର ଗୋଟିଏ ଗାଁ, ଏହିପରି ୧୯ଟି ଗାଁର ଜମି ସମସ୍ୟାର ସମାଧାନ ପାଇଁ ନିଷ୍ପତ୍ତି ହୋଇଥିଲା । ପ୍ରଥମ ପର୍ଯ୍ୟାୟ ପଟ୍ଟା ଲିମେଇତିକ୍ରା ଗ୍ରାମରୁ ବଣ୍ଟନ କରାଯିବ। ଗଞ୍ଜାମ ଜିଲ୍ଲା ସୋରଡାର ୨୨ଟି ଗାଁରେ ବହୁ ପୁରାତନ ଜମି ସମସ୍ୟାର ସମାଧାନ କରାଯାଇ ଉଭୟ ଘରବାଡି ଓ ଚାଷଜମି ପଟ୍ଟା ବଣ୍ଟନ କରାଯିବା ପାଇଁ ମଧ୍ୟ ନିଷ୍ପତ୍ତି ହୋଇଛି । ସେହିପରି ଜଟଣୀ ଖାସମାହାଲ ଜମି ସମସ୍ୟାର ସମାଧାନ କରାଯାଇ ଖୁବଶୀଘ୍ର ପ୍ରଥମ ପର୍ଯ୍ୟାୟ ପଟ୍ଟା ବଣ୍ଟନ କରାଯିବ।

ସେହିପରି ପୁରୀ ପୌରପାଳିକା ବହୁ ବର୍ଷ ଧରି ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ ସୂତ୍ରରେ ପ୍ରାୟ ୫୦୪ ଏକର ଜମି ଦେଇଛି । ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍ ନିୟମିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ମାନଙ୍କ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ କରିବାକୁ ନିଷ୍ପତ୍ତି ହୋଇଥିଲା । ଲିଜ୍‌କୁ ନିୟମିତ କରିବାପାଇଁ ନିୟମାବଳୀ ଅନୁମୋଦନ ପରେ OGLS ନିୟମରେ ଆବଶ୍ୟକ ପରିବର୍ତ୍ତନ ପାଇଁ ଆଜିର ବୈଠକରେ ନିଷ୍ପତ୍ତି ନିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର