ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦୃଷ୍ଟିବାଧିତ କ୍ରିକେଟର, ଆଇବିଏସଏ ୱାର୍ଲ୍ଡ ଗେମ୍ସରେ ଜିତି ଫେରିଲେ ଓଡ଼ିଶା

The Sakala Picture
Published On

ଭୁବନେଶ୍ବର: ବିଦେଶ ମାଟିରେ ଚମକିଲେ ଓଡ଼ିଆ ଝିଅ । ଇଂଲଣ୍ଡରେ କମାଲ ଦେଖାଇଲେ ୪ ଓଡ଼ିଆ ଝିଅ । ଓଡ଼ିଶାକୁ ଗର୍ବିତ କରିଥିବା ଏହି ୪ ଦୃଷ୍ଟିବାଧିତ ମହିଳା ଓ ୩ ଜଣ ପୁରୁଷ କ୍ରିକେଟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଏତେ ବଡ଼ ସଫଳତା ପାଇଁ ସେମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଭଲ କ୍ୟାରିଅର ଗଢ଼ିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମହିଳା କ୍ରିକେଟରଙ୍କୁ ୨୦ ଲକ୍ଷ ଓ ପୁରୁଷ କ୍ରିକେଟରଙ୍କୁ ୧୫ […]

ଭୁବନେଶ୍ବର: ବିଦେଶ ମାଟିରେ ଚମକିଲେ ଓଡ଼ିଆ ଝିଅ । ଇଂଲଣ୍ଡରେ କମାଲ ଦେଖାଇଲେ ୪ ଓଡ଼ିଆ ଝିଅ । ଓଡ଼ିଶାକୁ ଗର୍ବିତ କରିଥିବା ଏହି ୪ ଦୃଷ୍ଟିବାଧିତ ମହିଳା ଓ ୩ ଜଣ ପୁରୁଷ କ୍ରିକେଟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଏତେ ବଡ଼ ସଫଳତା ପାଇଁ ସେମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଭଲ କ୍ୟାରିଅର ଗଢ଼ିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମହିଳା କ୍ରିକେଟରଙ୍କୁ ୨୦ ଲକ୍ଷ ଓ ପୁରୁଷ କ୍ରିକେଟରଙ୍କୁ ୧୫ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ଦେଇଥିଲେ ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ଇଂଲଣ୍ଡର ବର୍ମିଂହାମରେ ଆଇବିଏସଏ ୱାର୍ଲ୍ଡ ଗେମ୍ସରେ ମହିଳା ଦୃଷ୍ଟିବାଧିତ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ବିଜୟ ଲାଭ କରି ସ୍ୱର୍ଣ୍ଣପଦକ ଜିତିଥିଲା ଭାରତ । ଆଉ ଏହି ଦଳରେ ଥିଲେ ଓଡ଼ିଶାର ଫୁଲ ସୋରେନ, ବାସନ୍ତୀ ହାଂସଦା, ଝିଲି ବିରୁଆ ଓ ପଦ୍ମିନୀ ଟୁଡୁ । ଓଡ଼ିଶା ଫେରିଲା ବେଳେ ଭୁବନେଶ୍ୱର ବିମାନ ବନ୍ଦରରେ ଖେଳାଳିଙ୍କୁ ସ୍ୱାଗତ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ଆଇବିଏସଏ ୱାର୍ଲ୍ଡ ଗେମ୍ସରେ ପୁରୁଷ ଟିମ୍‌ ରୌପ୍ୟ ପଦକ ହାସଲ କରିଥିଲେ । ଟିମ୍‌ରେ ତିନି ଜଣ ଓଡ଼ିଆ ଥିଲେ । ସେମାନେ ହେଲେ ଜାଫର ଇକବାଲ, ନାକୁଲା ବଡ଼ନାୟକ ଏବଂ ପଙ୍କଜ ଭୁଏ । ଏମାନଙ୍କର କଠିନ ପରିଶ୍ରମ ଏବଂ ସଫଳତା ପାଇଁ ଆଜି ସାରା ଓଡ଼ିଆ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପୂର୍ବରୁ ବ୍ଲାଇଣ୍ଡ କ୍ରିକେଟ ଆସୋସିଏସନ ତଥା ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସ୍ୱାଗତ କରାଯାଇଛି । ଅଭାବ ଅନଟନରେ ଦିନ କାଟିବା ସତ୍ୱେ ବିଶ୍ୱ ଦରବାରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଏହି କ୍ରିକେଟର । ଗରିବ ପରିବାରରୁ ଆସିଥିବା ଏହି ପ୍ରତିଭା ଭୋକ ଉପବାସରେ ସମୟ ବିତାଇଛନ୍ତି । ବାପା, ମାଆ ମୂଲ ଲାଗି ପରିବାର ଚଳାଇଛନ୍ତି । କିନ୍ତୁ କ୍ରିକେଟ ଖେଳିବା ପରଠାରୁ ଏମାନଙ୍କ ଜୀବନରେ ଅନେକ ପରିବର୍ତନ ଆସିଛି ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

08 Sep 2023 By The Sakala

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦୃଷ୍ଟିବାଧିତ କ୍ରିକେଟର, ଆଇବିଏସଏ ୱାର୍ଲ୍ଡ ଗେମ୍ସରେ ଜିତି ଫେରିଲେ ଓଡ଼ିଶା

ଭୁବନେଶ୍ବର: ବିଦେଶ ମାଟିରେ ଚମକିଲେ ଓଡ଼ିଆ ଝିଅ । ଇଂଲଣ୍ଡରେ କମାଲ ଦେଖାଇଲେ ୪ ଓଡ଼ିଆ ଝିଅ । ଓଡ଼ିଶାକୁ ଗର୍ବିତ କରିଥିବା ଏହି ୪ ଦୃଷ୍ଟିବାଧିତ ମହିଳା ଓ ୩ ଜଣ ପୁରୁଷ କ୍ରିକେଟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଏତେ ବଡ଼ ସଫଳତା ପାଇଁ ସେମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଭଲ କ୍ୟାରିଅର ଗଢ଼ିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମହିଳା କ୍ରିକେଟରଙ୍କୁ ୨୦ ଲକ୍ଷ ଓ ପୁରୁଷ କ୍ରିକେଟରଙ୍କୁ ୧୫ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ଦେଇଥିଲେ ମୁଖ୍ୟମନ୍ତ୍ରୀ ।

ଇଂଲଣ୍ଡର ବର୍ମିଂହାମରେ ଆଇବିଏସଏ ୱାର୍ଲ୍ଡ ଗେମ୍ସରେ ମହିଳା ଦୃଷ୍ଟିବାଧିତ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ବିଜୟ ଲାଭ କରି ସ୍ୱର୍ଣ୍ଣପଦକ ଜିତିଥିଲା ଭାରତ । ଆଉ ଏହି ଦଳରେ ଥିଲେ ଓଡ଼ିଶାର ଫୁଲ ସୋରେନ, ବାସନ୍ତୀ ହାଂସଦା, ଝିଲି ବିରୁଆ ଓ ପଦ୍ମିନୀ ଟୁଡୁ । ଓଡ଼ିଶା ଫେରିଲା ବେଳେ ଭୁବନେଶ୍ୱର ବିମାନ ବନ୍ଦରରେ ଖେଳାଳିଙ୍କୁ ସ୍ୱାଗତ କରାଯାଇଥିଲା ।

ଆଇବିଏସଏ ୱାର୍ଲ୍ଡ ଗେମ୍ସରେ ପୁରୁଷ ଟିମ୍‌ ରୌପ୍ୟ ପଦକ ହାସଲ କରିଥିଲେ । ଟିମ୍‌ରେ ତିନି ଜଣ ଓଡ଼ିଆ ଥିଲେ । ସେମାନେ ହେଲେ ଜାଫର ଇକବାଲ, ନାକୁଲା ବଡ଼ନାୟକ ଏବଂ ପଙ୍କଜ ଭୁଏ । ଏମାନଙ୍କର କଠିନ ପରିଶ୍ରମ ଏବଂ ସଫଳତା ପାଇଁ ଆଜି ସାରା ଓଡ଼ିଆ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପୂର୍ବରୁ ବ୍ଲାଇଣ୍ଡ କ୍ରିକେଟ ଆସୋସିଏସନ ତଥା ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ସ୍ୱାଗତ କରାଯାଇଛି । ଅଭାବ ଅନଟନରେ ଦିନ କାଟିବା ସତ୍ୱେ ବିଶ୍ୱ ଦରବାରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଏହି କ୍ରିକେଟର । ଗରିବ ପରିବାରରୁ ଆସିଥିବା ଏହି ପ୍ରତିଭା ଭୋକ ଉପବାସରେ ସମୟ ବିତାଇଛନ୍ତି । ବାପା, ମାଆ ମୂଲ ଲାଗି ପରିବାର ଚଳାଇଛନ୍ତି । କିନ୍ତୁ କ୍ରିକେଟ ଖେଳିବା ପରଠାରୁ ଏମାନଙ୍କ ଜୀବନରେ ଅନେକ ପରିବର୍ତନ ଆସିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର