ଭୁବନେଶ୍ୱରରୁ ରାଉରକେଲାକୁ ଉଡ଼ିଲା ବିମାନ, ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର:  ଭୁବନେଶ୍ବରରୁ ରାଉରକେଲାକୁ ଉଡିଲା ବିମାନ । ଆଲଏନ୍ସ ଏୟାର ବିମାନ ଉଡାଣ ଆରମ୍ଭ କରିଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ  ଭିସିରେ ଏହାର ଶୁଭାରମ୍ଭ କରିଛନ୍ତି। ପତାକା ଦେଖାଇ ଉଡାଣର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଶୁଭାରମ୍ଭ କାର୍ଯ୍ଯକ୍ରମ ସମୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ସଡଙ୍ଗୀ । ଏଥିସହ  ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ମନ୍ତ୍ରୀ ଅଶୋକ ପଣ୍ଡା ଉପସ୍ଥିତ ରହିଥିଲେ।  ଏହି […]

ଭୁବନେଶ୍ବର:  ଭୁବନେଶ୍ବରରୁ ରାଉରକେଲାକୁ ଉଡିଲା ବିମାନ । ଆଲଏନ୍ସ ଏୟାର ବିମାନ ଉଡାଣ ଆରମ୍ଭ କରିଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ  ଭିସିରେ ଏହାର ଶୁଭାରମ୍ଭ କରିଛନ୍ତି। ପତାକା ଦେଖାଇ ଉଡାଣର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଶୁଭାରମ୍ଭ କାର୍ଯ୍ଯକ୍ରମ ସମୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ସଡଙ୍ଗୀ । ଏଥିସହ  ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ମନ୍ତ୍ରୀ ଅଶୋକ ପଣ୍ଡା ଉପସ୍ଥିତ ରହିଥିଲେ।  ଏହି ବିମାନ ଭୁବନେଶ୍ୱର ବିମାନବନ୍ଦର ଛାଡ଼ିଲାପରେ ରାଉରକେଲାରେ ୫୫ ମିନିଟ ପରେ ଅର୍ଥାତ୍‌‌ ୧୧ଟା ୪୦ ମିନିଟ୍‌‌ରେ ପହଞ୍ଚିବ। ଏହାପରେ ୧୨ ଟା ୫ ମିନିଟରେ ରାଉରକେଲା ବିମାନବନ୍ଦରରୁ ବାହାରି ଭୁବନେଶ୍ୱରରେ ଅପରାହ୍ଣ ୧ଟାରେ ପହଞ୍ଚିବ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଓଡ଼ିଶା; ଜଳୁଛି ପଶ୍ଚିମରୁ ଉପକୂଳ, ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଏପରି ସ୍ଥିତି

ତେବେ ଆସନ୍ତା ୧୨ ତାରିଖରୁ ଦୈନିକ ଉଡ଼ାଣ ଜାରି ରହିବ ବୋଲି ସୂଚନା ମିଳିଛି। ପ୍ରତିଦିନ ବିମାନ ଭୁବନେଶ୍ୱରରୁ ୨ ଟା ୫୫ ମିନିଟ୍‌‌ରେ ଛାଡ଼ିବ ଏବଂ ରାଉରକେଲା ବିମାନବନ୍ଦରରେ ୩ ଟା ୫୦ ମିନିଟରେ ପହଞ୍ଚିବ। ରାଉରକେଲାରୁ ୪ ଟା ୧୫ ମିନିଟ୍‌‌ରେ ବାହାରି ଭୁବନେଶ୍ୱରରେ ୫ ଟା ୧୦ ମିନିଟରେ ପହଞ୍ଚିବ ବୋଲି ସୂଚନା ମିଳିଛି। ଭୁବନେଶ୍ୱରରୁ ରାଉରକେଲା ପର୍ଯ୍ଯନ୍ତ ବିମାନରେ ଟିକେଟ ମୂଲ୍ୟ ୨୮୦୩ ଟଙ୍କା ରହିଥିବାବେଳେ ରାଉରକେଲାରୁ ଭୁବନେଶ୍ୱର ବିମାନର ଟିକେଟ ମୂଲ୍ୟ ୨୮୨୧ ଟଙ୍କା ରହିଥିବା ସୂଚନା ମିଳିଛି। ଟର୍ମିନାଲ ସେଣ୍ଟର, ରନ୍‌‌ ୱେ, ଏୟାର ସିଗ୍ନାଲ ଆଦିର ନବୀକରଣ ସରିଯାଇଛି।

ଆହୁରି ପଢ଼ନ୍ତୁ: ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା କଣ୍ଟେନର, ଚାଲିଗଲା ୨ ଜଣଙ୍କ ଜୀବନ

07 Jan 2023 By The Sakala

ଭୁବନେଶ୍ୱରରୁ ରାଉରକେଲାକୁ ଉଡ଼ିଲା ବିମାନ, ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  ଭୁବନେଶ୍ବରରୁ ରାଉରକେଲାକୁ ଉଡିଲା ବିମାନ । ଆଲଏନ୍ସ ଏୟାର ବିମାନ ଉଡାଣ ଆରମ୍ଭ କରିଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ  ଭିସିରେ ଏହାର ଶୁଭାରମ୍ଭ କରିଛନ୍ତି। ପତାକା ଦେଖାଇ ଉଡାଣର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଶୁଭାରମ୍ଭ କାର୍ଯ୍ଯକ୍ରମ ସମୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ସାଂସଦ ଅପରାଜିତା ସଡଙ୍ଗୀ । ଏଥିସହ  ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ମନ୍ତ୍ରୀ ଅଶୋକ ପଣ୍ଡା ଉପସ୍ଥିତ ରହିଥିଲେ।  ଏହି ବିମାନ ଭୁବନେଶ୍ୱର ବିମାନବନ୍ଦର ଛାଡ଼ିଲାପରେ ରାଉରକେଲାରେ ୫୫ ମିନିଟ ପରେ ଅର୍ଥାତ୍‌‌ ୧୧ଟା ୪୦ ମିନିଟ୍‌‌ରେ ପହଞ୍ଚିବ। ଏହାପରେ ୧୨ ଟା ୫ ମିନିଟରେ ରାଉରକେଲା ବିମାନବନ୍ଦରରୁ ବାହାରି ଭୁବନେଶ୍ୱରରେ ଅପରାହ୍ଣ ୧ଟାରେ ପହଞ୍ଚିବ।

ତେବେ ଆସନ୍ତା ୧୨ ତାରିଖରୁ ଦୈନିକ ଉଡ଼ାଣ ଜାରି ରହିବ ବୋଲି ସୂଚନା ମିଳିଛି। ପ୍ରତିଦିନ ବିମାନ ଭୁବନେଶ୍ୱରରୁ ୨ ଟା ୫୫ ମିନିଟ୍‌‌ରେ ଛାଡ଼ିବ ଏବଂ ରାଉରକେଲା ବିମାନବନ୍ଦରରେ ୩ ଟା ୫୦ ମିନିଟରେ ପହଞ୍ଚିବ। ରାଉରକେଲାରୁ ୪ ଟା ୧୫ ମିନିଟ୍‌‌ରେ ବାହାରି ଭୁବନେଶ୍ୱରରେ ୫ ଟା ୧୦ ମିନିଟରେ ପହଞ୍ଚିବ ବୋଲି ସୂଚନା ମିଳିଛି। ଭୁବନେଶ୍ୱରରୁ ରାଉରକେଲା ପର୍ଯ୍ଯନ୍ତ ବିମାନରେ ଟିକେଟ ମୂଲ୍ୟ ୨୮୦୩ ଟଙ୍କା ରହିଥିବାବେଳେ ରାଉରକେଲାରୁ ଭୁବନେଶ୍ୱର ବିମାନର ଟିକେଟ ମୂଲ୍ୟ ୨୮୨୧ ଟଙ୍କା ରହିଥିବା ସୂଚନା ମିଳିଛି। ଟର୍ମିନାଲ ସେଣ୍ଟର, ରନ୍‌‌ ୱେ, ଏୟାର ସିଗ୍ନାଲ ଆଦିର ନବୀକରଣ ସରିଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର