ଆଜିଠୁ ସାରା ରାଜ୍ୟରେ ବୁଲିବ ଷ୍ଟାର୍ଟ ଅପ୍ ଯାତ୍ରା ଗାଡ଼ି, ଏଣିକି ଚାକିରି ନୁହେଁ ଉଦ୍ୟୋଗୀ ବନିବେ ଛାତ୍ରଛାତ୍ରୀ

The Sakala Picture
Published On

ଭୁବନେଶ୍ୱର: ଉଚ୍ଚଶିକ୍ଷିତ ପରେ ଚାକିରି ନିଶା ଛାଡ଼ । ଉଦ୍ୟୋଗୀ ହୋଇ ରୋଜଗାର କର ଅନ୍ୟକୁ ରୋଜଗାର ଦିଅ । ନୂଆ ଆଇଡିଆ ସହିତ ଆରମ୍ଭ କର ନିଜ ଷ୍ଟାର୍ଟ୍ ଅପ୍ । ଓଡ଼ିଆ ପିଲାଙ୍କୁ ଉଦ୍ୟୋଗୀ ହେବାର ପୁଣି ଏକ ସୁଯୋଗ ଦେଇଛନ୍ତି ରାଜ୍ୟ ସରକାର । ଆଜିଠୁ ସାରା ରାଜ୍ୟରେ ବୁଲିବ ଷ୍ଟାର୍ଟ ଅପ୍ ଯାତ୍ରା ଗାଡ଼ି । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଷ୍ଟାର୍ଟ୍ ଅପ୍ ଯାତ୍ରାର ଆପ୍ ଓ ଦୁଇଟି […]

ଭୁବନେଶ୍ୱର: ଉଚ୍ଚଶିକ୍ଷିତ ପରେ ଚାକିରି ନିଶା ଛାଡ଼ । ଉଦ୍ୟୋଗୀ ହୋଇ ରୋଜଗାର କର ଅନ୍ୟକୁ ରୋଜଗାର ଦିଅ । ନୂଆ ଆଇଡିଆ ସହିତ ଆରମ୍ଭ କର ନିଜ ଷ୍ଟାର୍ଟ୍ ଅପ୍ । ଓଡ଼ିଆ ପିଲାଙ୍କୁ ଉଦ୍ୟୋଗୀ ହେବାର ପୁଣି ଏକ ସୁଯୋଗ ଦେଇଛନ୍ତି ରାଜ୍ୟ ସରକାର । ଆଜିଠୁ ସାରା ରାଜ୍ୟରେ ବୁଲିବ ଷ୍ଟାର୍ଟ ଅପ୍ ଯାତ୍ରା ଗାଡ଼ି । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଷ୍ଟାର୍ଟ୍ ଅପ୍ ଯାତ୍ରାର ଆପ୍ ଓ ଦୁଇଟି ପୋର୍ଟାଲ ଉନ୍ମୋଚନ କରିବା ସହ ୪ଟି ଷ୍ଟାର୍ଟ୍ ଅପ୍ ଗାଡ଼ିକୁ ଫ୍ଲାଗ୍ ଅଫ୍ କରିଛନ୍ତି । ସବୁ ଜିଲ୍ଲାରେ ୩୦ରୁ ୪୦ ଦିନ ଧରି ବୁଲିବ ଏହି ଷ୍ଟାର୍ଟ୍ ଅପ୍ ଯାତ୍ରା ଗାଡ଼ି ।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

୨ଶହ କଲେଜ୍ ଓ ଉଚ୍ଚତର ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାର୍ଟ୍ ଅପ୍ ଯାତ୍ରା ଓ ଅଷ୍ଟମରୁ ଦଶମ ପାଠ ପଢୁଥିବା ୬୦ଟି ସ୍କୁଲର ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାର୍ଟ୍ ଅଫ୍ ଏକ୍ସପ୍ରେସ୍ ଭ୍ୟାନ୍ କ୍ୟାମ୍ପ ସାରା ଓଡ଼ିଶା ବୁଲିବ । ଏଥିରେ ପ୍ରାୟ ୨୫ ହଜାର ଛାତ୍ରଛାତ୍ରୀ ଭାଗ ନେବେ ବୋଲି ଲକ୍ଷ୍ୟ ରଖିଛି ଏମ୍ଏସ୍ଏମ୍ଇ ବିଭାଗ । ଭ୍ୟାନ୍ କ୍ୟାମ୍ପ ଦ୍ବାରା ସଂଗୃହୀତ ନୂଆ ଆଇଡିଆକୁ ସିଲେକସନ୍ କମିଟି ଅନୁଶୀଳନ କରି ସର୍ଟ୍ଲିଷ୍ଟ କରିବ । ୬୦ଟି ବୁଟ୍ କ୍ୟାମ୍ପ୍ ଜରିଆରେ ଚୟନ ହେବେ ଉଦ୍ୟୋଗୀ । ୨୦ଟି ସର୍ବଶ୍ରେଷ୍ଠ ନୂଆ ଚିନ୍ତନକୁ ଭୁବନେଶ୍ବର ଓ-ହବରେ ଇନକ୍ୟୁବେସନ୍ ପାଇଁ ଅଣାଯିବ ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

କଲେଜ ପିଲାଙ୍କ ପାଇଁ ଉଦ୍ଦିଷ୍ଟ ୧୦ଟି ଅଭିନବ ସ୍ବତନ୍ତ୍ର ଷ୍ଟାର୍ଟ୍ ଅପ୍ ଆଇଡିଆକୁ ୩ ଲକ୍ଷ ଲେଖାଏଁ ନଗଦ ପୁରସ୍କାର ଦିଆଯିବ । ସେହିପରି ଷ୍ଟାର୍ଟ୍ ଅପ୍ ଏକ୍ସ୍ପ୍ରେସ ଜରିଆରେ ସ୍କୁଲ ପିଲାଙ୍କ ଦ୍ବାରା ପ୍ରଦତ୍ତ ୧୦ଟି ସର୍ବଶ୍ରେଷ୍ଠ ଉପଯୋଗୀ ଆଇଡିଆକୁ ୧୦ ହଜାର ଲେଖାଏଁ ନଗଦ ପୁରସ୍କାର ଦିଆଯିବ । ଷ୍ଟାର୍ଟ୍ ଅପ୍ ଓଡ଼ିଶା ଗଠନର ମାତ୍ର ଅଢେଇ ବର୍ଷ ଭିତରେ ଓଡ଼ିଆ ପିଲାଙ୍କ ଭିତରେ ଉଦ୍ୟୋଗୀ ହେବାର ନବଜାଗରଣ ସୃଷ୍ଟି ହୋଇଛି । ଦ୍ବିତୀୟ ପର୍ଯ୍ୟାୟରେ ଏହା ଆହୁରି ଉତ୍ସାହିତ କରିବ ବୋଲି ଆଶା ରଖିଛନ୍ତି ଓ-ହବ୍ କର୍ତ୍ତୃପକ୍ଷ ।

ଆହୁରି ପଢ଼ନ୍ତୁ: କୂଅ ସଫାବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ମୃତ, ୨ ଗୁରୁତର

11 Sep 2023 By The Sakala

ଆଜିଠୁ ସାରା ରାଜ୍ୟରେ ବୁଲିବ ଷ୍ଟାର୍ଟ ଅପ୍ ଯାତ୍ରା ଗାଡ଼ି, ଏଣିକି ଚାକିରି ନୁହେଁ ଉଦ୍ୟୋଗୀ ବନିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଉଚ୍ଚଶିକ୍ଷିତ ପରେ ଚାକିରି ନିଶା ଛାଡ଼ । ଉଦ୍ୟୋଗୀ ହୋଇ ରୋଜଗାର କର ଅନ୍ୟକୁ ରୋଜଗାର ଦିଅ । ନୂଆ ଆଇଡିଆ ସହିତ ଆରମ୍ଭ କର ନିଜ ଷ୍ଟାର୍ଟ୍ ଅପ୍ । ଓଡ଼ିଆ ପିଲାଙ୍କୁ ଉଦ୍ୟୋଗୀ ହେବାର ପୁଣି ଏକ ସୁଯୋଗ ଦେଇଛନ୍ତି ରାଜ୍ୟ ସରକାର । ଆଜିଠୁ ସାରା ରାଜ୍ୟରେ ବୁଲିବ ଷ୍ଟାର୍ଟ ଅପ୍ ଯାତ୍ରା ଗାଡ଼ି । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଷ୍ଟାର୍ଟ୍ ଅପ୍ ଯାତ୍ରାର ଆପ୍ ଓ ଦୁଇଟି ପୋର୍ଟାଲ ଉନ୍ମୋଚନ କରିବା ସହ ୪ଟି ଷ୍ଟାର୍ଟ୍ ଅପ୍ ଗାଡ଼ିକୁ ଫ୍ଲାଗ୍ ଅଫ୍ କରିଛନ୍ତି । ସବୁ ଜିଲ୍ଲାରେ ୩୦ରୁ ୪୦ ଦିନ ଧରି ବୁଲିବ ଏହି ଷ୍ଟାର୍ଟ୍ ଅପ୍ ଯାତ୍ରା ଗାଡ଼ି ।

୨ଶହ କଲେଜ୍ ଓ ଉଚ୍ଚତର ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାର୍ଟ୍ ଅପ୍ ଯାତ୍ରା ଓ ଅଷ୍ଟମରୁ ଦଶମ ପାଠ ପଢୁଥିବା ୬୦ଟି ସ୍କୁଲର ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାର୍ଟ୍ ଅଫ୍ ଏକ୍ସପ୍ରେସ୍ ଭ୍ୟାନ୍ କ୍ୟାମ୍ପ ସାରା ଓଡ଼ିଶା ବୁଲିବ । ଏଥିରେ ପ୍ରାୟ ୨୫ ହଜାର ଛାତ୍ରଛାତ୍ରୀ ଭାଗ ନେବେ ବୋଲି ଲକ୍ଷ୍ୟ ରଖିଛି ଏମ୍ଏସ୍ଏମ୍ଇ ବିଭାଗ । ଭ୍ୟାନ୍ କ୍ୟାମ୍ପ ଦ୍ବାରା ସଂଗୃହୀତ ନୂଆ ଆଇଡିଆକୁ ସିଲେକସନ୍ କମିଟି ଅନୁଶୀଳନ କରି ସର୍ଟ୍ଲିଷ୍ଟ କରିବ । ୬୦ଟି ବୁଟ୍ କ୍ୟାମ୍ପ୍ ଜରିଆରେ ଚୟନ ହେବେ ଉଦ୍ୟୋଗୀ । ୨୦ଟି ସର୍ବଶ୍ରେଷ୍ଠ ନୂଆ ଚିନ୍ତନକୁ ଭୁବନେଶ୍ବର ଓ-ହବରେ ଇନକ୍ୟୁବେସନ୍ ପାଇଁ ଅଣାଯିବ ।

କଲେଜ ପିଲାଙ୍କ ପାଇଁ ଉଦ୍ଦିଷ୍ଟ ୧୦ଟି ଅଭିନବ ସ୍ବତନ୍ତ୍ର ଷ୍ଟାର୍ଟ୍ ଅପ୍ ଆଇଡିଆକୁ ୩ ଲକ୍ଷ ଲେଖାଏଁ ନଗଦ ପୁରସ୍କାର ଦିଆଯିବ । ସେହିପରି ଷ୍ଟାର୍ଟ୍ ଅପ୍ ଏକ୍ସ୍ପ୍ରେସ ଜରିଆରେ ସ୍କୁଲ ପିଲାଙ୍କ ଦ୍ବାରା ପ୍ରଦତ୍ତ ୧୦ଟି ସର୍ବଶ୍ରେଷ୍ଠ ଉପଯୋଗୀ ଆଇଡିଆକୁ ୧୦ ହଜାର ଲେଖାଏଁ ନଗଦ ପୁରସ୍କାର ଦିଆଯିବ । ଷ୍ଟାର୍ଟ୍ ଅପ୍ ଓଡ଼ିଶା ଗଠନର ମାତ୍ର ଅଢେଇ ବର୍ଷ ଭିତରେ ଓଡ଼ିଆ ପିଲାଙ୍କ ଭିତରେ ଉଦ୍ୟୋଗୀ ହେବାର ନବଜାଗରଣ ସୃଷ୍ଟି ହୋଇଛି । ଦ୍ବିତୀୟ ପର୍ଯ୍ୟାୟରେ ଏହା ଆହୁରି ଉତ୍ସାହିତ କରିବ ବୋଲି ଆଶା ରଖିଛନ୍ତି ଓ-ହବ୍ କର୍ତ୍ତୃପକ୍ଷ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର