ମନୋରଞ୍ଜନ
ଓଡ଼ିଶା
୨୦ରୁ ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଗସ୍ତ, ଆସନ୍ତାକାଲି ଅପରାହ୍ନରେ ଦିଲ୍ଲୀ ଅଭିମୁଖେ ଯାତ୍ରା
ଭୁବନେଶ୍ୱର : ଆସନ୍ତା ୨୦ ତାରିଖରୁ ୧୦ ଦିନିଆ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ଆସନ୍ତାକାଲି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯିବେ ଏବଂ ସେଠାରୁ ଜାତିସଂଘ ଖାଦ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବା ନିମନ୍ତେ ୨୦ ତାରିଖରେ ରୋମ ଅଭିମୁଖେ ଯାତ୍ରା କରିବେ। ରୋମ୍ ଗସ୍ତରେ ମୁଖ୍ୟମନ୍ତ୍ରୀ ଜାତିସଂଘ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମର ସଫଳ କାହାଣୀ ଉପସ୍ଥାପନ କରିବେ। ରାଜ୍ୟରେ କୃଷି, ଖାଦ୍ୟ ନିରାପତ୍ତା ଏବଂ ବିପର୍ଯ୍ୟୟ ପ୍ରଶମନର […]
ଭୁବନେଶ୍ୱର : ଆସନ୍ତା ୨୦ ତାରିଖରୁ ୧୦ ଦିନିଆ ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ଆସନ୍ତାକାଲି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯିବେ ଏବଂ ସେଠାରୁ ଜାତିସଂଘ ଖାଦ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବା ନିମନ୍ତେ ୨୦ ତାରିଖରେ ରୋମ ଅଭିମୁଖେ ଯାତ୍ରା କରିବେ।
ରୋମ୍ ଗସ୍ତରେ ମୁଖ୍ୟମନ୍ତ୍ରୀ ଜାତିସଂଘ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମର ସଫଳ କାହାଣୀ ଉପସ୍ଥାପନ କରିବେ। ରାଜ୍ୟରେ କୃଷି, ଖାଦ୍ୟ ନିରାପତ୍ତା ଏବଂ ବିପର୍ଯ୍ୟୟ ପ୍ରଶମନର ରୂପାନ୍ତରଣ କ୍ଷେତ୍ରରେ ଓଡ଼ିଶାର ଉଦ୍ୟମ,ସାମର୍ଥ୍ୟ ଓ ସଫଳତା ଅନ୍ୟମାନଙ୍କ ପାଇଁ କିଭଳି ଅନୁକରଣୀୟ ହୋଇପାରିଛି, ସେନେଇ ନିଜ ଅନୁଭୂତି ଓ ଉପଲବ୍ଧି କହିବେ । ରୋମଠାରେ ଥିବା ପ୍ରବାସୀ ଓଡ଼ିଆ ସଂଘ ସହିତ ମୁଖ୍ୟମନ୍ତ୍ରୀ ଭାବବିନିମୟ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ଏଥି ସହିତ ଭାଟିକାନ୍ ସିଟିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋପଙ୍କୁ ସାକ୍ଷାତ କରିବାର ସମ୍ଭାବନା ରହିଛି।
ରୋମ୍ରୁ ମୁଖ୍ୟମନ୍ତ୍ରୀ ୨୬ ତାରିଖରେ ଦୁବାଇ ଅଭିମୁଖେ ଯାତ୍ରା କରିବେ। ଦୁବାଇରେ ଆସନ୍ତା ୨୯ ତାରିଖରେ ଓଡ଼ିଶା ସରକାର ଓ ଫିକି ପକ୍ଷରୁ ଅନୁଷ୍ଠିତ ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ବିଭିନ୍ନ ଦେଶର ନିବେଶକମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଦୁଇ ଘଣ୍ଟା ଧରି ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ୩୦ ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଦୁବାଇରୁ ଦିଲ୍ଲୀ ଓ ସେହିଦିନ ରାତିରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡ଼ିଛି।