ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, ରଖିଲେ ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ବିକାଶ ରିପୋର୍ଟ

The Sakala Picture
Published On

ଭୁବନେଶ୍ବର : ଆଜି ଦେଶ ପାଳୁଛି ୭୬ତମ ସ୍ୱାଧୀନତା ଦିବସ । ଏହି ଅବସରରେ ଭୁବନେଶ୍ବର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି।ଏଥିସହ ସେ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉତ୍ସବରେ ମନ୍ତ୍ରିମଣ୍ଡଳର ସଦସ୍ୟ ଓ ରାଜ୍ୟର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି କେ ପାଣ୍ଡିଆନଙ୍କ ସମେତ ବହୁ ମାନ୍ୟଗଣ୍ୟ […]

ଭୁବନେଶ୍ବର : ଆଜି ଦେଶ ପାଳୁଛି ୭୬ତମ ସ୍ୱାଧୀନତା ଦିବସ । ଏହି ଅବସରରେ ଭୁବନେଶ୍ବର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ୭୬ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି।ଏଥିସହ ସେ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉତ୍ସବରେ ମନ୍ତ୍ରିମଣ୍ଡଳର ସଦସ୍ୟ ଓ ରାଜ୍ୟର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି କେ ପାଣ୍ଡିଆନଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ପତାକା ଉତ୍ତୋଳନ ପରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ ଦେଶର ଏହି ଅବସରରେ ଦେଶ ଓ ରାଜ୍ୟର ମହାପୁରୁଷଙ୍କର ସ୍ମୃତିଚାରଣ କରିଛନ୍ତି। ଦେଶ ପାଇଁ ବଳିଦାନ ଦେଇଥିବା ଶହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ପଟେଲ, ମୌଲାନା ଆଜାଦ, ଡଃ ବି.ଆର. ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ସହିଦ୍ ଲକ୍ଷ୍ଣଣ ନାଏକ, ବୀର ସୁରେନ୍ଦ୍ର ସାଏ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀ ମାନଙ୍କ ନେତୃତ୍ୱରେ ଆମେ ସ୍ୱାଧୀନତା ହାସଲ କରିଛୁ । ଏହି ଅବସରରେ ସେମାନଙ୍କ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଯବାନ ମାନଙ୍କ ପ୍ରତି ମଧ୍ୟ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । କୋରୋନା ମହାମାରୀ ସମୟରେ ମାନବ ଜାତିର ସେବାରେ ସହୀଦ ହୋଇ ଥିବା କୋଭିଡ ଯୋଦ୍ଧା ମାନଙ୍କୁ ମଧ୍ୟ  ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶ ଆଜାଦିକା ଅମୃତ ମହୋତ୍ସବ ପାଳନ କରୁଛି। ଏହା ଭାରତୀୟ ଭାବେ ଆମମାନଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ। ଅନେକ କ୍ଷେତ୍ରରେ ରାଜ୍ୟ ଦେଶ ପାଇଁ ମାର୍ଗଦର୍ଶକ ହୋଇଛି। କ୍ରୀଡ଼ା କ୍ଷେତ୍ରରେ ଓଡ଼ିଶା ହବ୍ ପାଲଟିଛି। ଜନଜାତି ବର୍ଗର ବିକାଶ ପାଇଁ ଓଡ଼ିଶା ବହୁତ ଭଲ କାମ କରିଛି। ବିଗତ ୭୫ ବର୍ଷରେ ଓଡ଼ିଶା ଦେଶକୁ ଅନେକ କ୍ଷେତ୍ରରେ ରାସ୍ତା ଦେଖାଇଛି। ଖାଦ୍ୟ ବଳକା ଭାବେ ଦେଶରେ ଉଭା ହୋଇଛି ଓଡ଼ିଶା। ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ସରା ବିଶ୍ବପାଇଁ ଆଦର୍ଶ ସୃଷ୍ଟି କରିଛି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି  ଆମ ସ୍ୱାଧୀନତା କୋଟି ଭାରତୀୟଙ୍କ ବିଜୟ । ସତ୍ୟ ଓ ଅହିଂସାର ବିଜୟ । ଏହି ବିଜୟ ସାରା ବିଶ୍ୱକୁ ରାସ୍ତା ଦେଖାଇଛି । ଗତ ୭୫ ବର୍ଷରେ ଦେଶ ଅନେକ ମାଇଲଷ୍ଟୋନ ହାସଲ କରିଛି। କୃଷି, ଶିକ୍ଷା, ସ୍ବାସ୍ଥ୍ୟ, , ଶିଳ୍ପ, ଗବେଷଣା ଆଦି ବିଭିନ୍ନ କ୍ଷେତ୍ରରେ ଭାରତ ଆଜି ଆଗୁଆ ଦେଶ ସହ ପ୍ରତିଯୋଗିତା କରୁଛି । ଆଉ ଓଡ଼ିଶା ମଧ୍ୟ ଦେଶର ବିକାଶ ସହ ତାଳ ଦେଇ ଆଗେଇ ଚାଲିଛି । ୭୫ ବର୍ଷରେ ଓଡ଼ିଶା ଅନେକ କ୍ଷେତ୍ରରେ ପାରଦର୍ଶିତା ହାସଲ କରିବା ସହ ଦେଶକୁ ରାସ୍ତା ଦେଖାଇଛି । ଓଡିଶାରେ ଆଜି ଟ୍ରାନ୍ସଫରମେସନର ନୂଆ ଯୁଗ ଆରମ୍ଭ ହୋଇଛି । ଓଡିଶାର ସଫଳତା ଅନ୍ୟ ମାନଙ୍କ ପାଇଁ ମାର୍ଗ ଦର୍ଶନ କରୁଛି । ଖାଦ୍ୟ ଅଭାବୀ ରାଜ୍ୟରୁ ଖାଦ୍ୟ ବଳକା ରାଜ୍ୟ, ବିପର୍ଯ୍ୟୟ ପରିଚାଳନାରେ ବିଶ୍ୱ ପାଇଁ ଉଦାହରଣ, ସ୍ପୋର୍ଟ୍ସ ହବ୍ ଭାବେ ପରିଚୟ, ୭୦ ଲକ୍ଷ ମହିଳାଙ୍କୁ ସଶକ୍ତ କରିବା ବିକଶିତ ଓଡ଼ିଶାର ପ୍ରତୀକ ।

ଶିକ୍ଷା ଆମର ଫୋକସରେ ରହିଛି । ସ୍କୁଲ ରୂପାନ୍ତରଣ ପିଲାଙ୍କ ଭିତରେ ନୂଆ ଆଶା ସୃଷ୍ଟି କରିଛି । ଓଡିଶା ଆଦର୍ଶ ବିଦ୍ୟାଳୟ ଆଜି ବେଶ୍‌ ଲୋକପ୍ରିୟ ହୋଇଛି । କୋଟିଆରୁ ଆରମ୍ଭ କରି ଭୁବନେଶ୍ବରର ପର୍ୟ୍ୟନ୍ତ ୩୧୫ଟି ଆଦର୍ଶ ବିଦ୍ୟାଳୟରେ ଆଜି ଏକ ଲକ୍ଷ ପିଲା ପାଠ ପଢୁଛନ୍ତି। ୫ ହଜାର ଝିଅ ପିଲାଙ୍କ ପାଇଁ ଆଦର୍ଶ ବିଦ୍ୟାଳୟରେ ୫୦ଟି ହଷ୍ଟେଲର କରାଯାଇଛି। ସ୍ବାଧୀନତାର ୭୫ ବର୍ଷ ଅବସରରେ ରାଜ୍ୟର ୩୦ଟି ଜିଲ୍ଲାର ଗ୍ରାମାଞ୍ଚଳରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ୩୦୦୦ ସ୍ମାରକୀ ସ୍ଥାପନ କରୁଛୁ।

ଆମର ଯୁବ ବର୍ଗଙ୍କ ପାଇଁ କର୍ମ ନିଯୁକ୍ତି ଉପରେ ଆମେ ବିଶେଷ ଗୁରୁତ୍ବ ଦେଇଛୁ । ସରକାରୀ କ୍ଷେତ୍ରରେ ଖାଲି ଥିବା ବିଭିନ୍ନ ପଦବୀ ଗୁଡିକ ପୂରଣ ପାଇଁ ନିୟମିତ ଭାବେ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି । ଜନଜାତି ଭାଇଭଉଣୀ ମାନଙ୍କ ବିକାଶ ଓ ସେମାନଙ୍କୁ ସଶକ୍ତ କରିବା କ୍ଷେତ୍ରରେ ଓଡିଶା ବହୁତ ଭଲ କାମ କରିଛି। ଓଡ଼ିଶାର ଜନଜାତି ପିଲାମାନେ ଆଜି ବିଭିନ୍ନ କ୍ଷେତ୍ରରେ, ଦେଶ ବିଦେଶରେ ସୁନାମ ଅର୍ଜନ କରୁଛନ୍ତି।

ଓଡ଼ିଶା ହେଉଛି ଜଗନ୍ନାଥଙ୍କ ପବିତ୍ର ଭୂମି । ଓଡ଼ିଆ ମାନେ ସବୁବେଳେ ଆଞ୍ଚଳିକବାଦ ଅପେକ୍ଷା ଜାତୀୟତାବାଦକୁ ନେଇ କାମ କରନ୍ତି । ଉଭୟ ପୁରୁଷ ଓ ମହିଳା ହକି ଦଳର ସ୍ପନସର ଓଡ଼ିଶା ପାଲଟିବା ଏହାର ସବୁଠୁ ବଡ ଉଦାହରଣ । ଆଉ ୨୫ ବର୍ଷ ପରେ ସ୍ୱାଧୀନତାର ଶତବାର୍ଷିକୀ ପାଳନ ହେବ । ସେଥିପାଇଁ ଆମକୁ ଏବେଠୁ ପ୍ରସ୍ତୁତ ହେବାକୁ ପଡିବ । ଆଉ ଏହି ସମୟରେ ଦେଶର ବିକାଶରେ ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିବ । ଯଦି ଆମେ ମିଳିତ ଭାବେ କିଛି କିଛି ସମୟ ଦେଶ ପାଇଁ ଦେଇପାରିବା ତେବେ ବହୁତ ବଡ ପରିବର୍ତ୍ତନ ଆଣିପାରିବା ବୋଲି ନବୀନ କହିଛନ୍ତି ।

15 Aug 2022 By The Sakala

https://www.thesakala.in/latest-odisha-news/cm-hoisted-the-national-flag-on-the-state-independence-day-celebrations/article-14143
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର