ବିକାଶ ପଥେ ଏକାମ୍ର-ଭୁବନେଶ୍ବର: ଏକାମ୍ର ଅଞ୍ଚଳ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୧୦୩ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବରର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ବରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ, କେଦାରଗୌରୀ ପାଣିର ବିଶୁଦ୍ଧକରଣ ଆଦି ଅନେକ ଗୁରୁତ୍ବପର୍ଣ୍ଣ ପ୍ରକଳ୍ପ ଆରମ୍ଭ କରାଯାଇଛି । ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲିଙ୍ଗରାଜ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବରର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ବରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ, କେଦାରଗୌରୀ ପାଣିର ବିଶୁଦ୍ଧକରଣ ଆଦି ଅନେକ ଗୁରୁତ୍ବପର୍ଣ୍ଣ ପ୍ରକଳ୍ପ ଆରମ୍ଭ କରାଯାଇଛି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲିଙ୍ଗରାଜ ଅଞ୍ଚଳକୁ ସୁନ୍ଦର କରି ଗଢିତୋଳିବା ପାଇଁ ଏକାମ୍ର ଯୋଜନା ଜନସାଧାରଣଙ୍କ ସହଯୋଗରେ ଆରମ୍ଭ କରାଯାଇଛି । ଏହା ଶେଷ ହେଲେ ଭୁବନେଶ୍ବରର ଗରିମା ଆହୁରି ବୃଦ୍ଧି ପାଇବ । ପୁରୀରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ୍ ଟ୍ୟାପର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ପୁରୀର ଜନସାଧାରଣ ସଂପୁର୍ଣ୍ଣ ବିଶୁଦ୍ଧ ଜଳ ପାଇପାରୁଛନ୍ତି । ବର୍ତ୍ତମାନ ପୁରୁଣା ଭୁବନେଶ୍ବରର ଜନସାଧାରଣ ମଧ୍ୟ ଏହି ସୁବିଧା ପାଇବେ ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ବିକାଶ ଓ କଲ୍ୟାଣ ସରକାରଙ୍କର ମୁଖ୍ୟ ପରିଚୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ରାଜ୍ୟର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ । ଏହା ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବିପ୍ଳବ ଆଣିଛି ବୋଲି ସେ କହିଥିଲେ ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଏହି କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ଜଳସେଚନ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇ ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଓଡିଶାର ବିକାଶ ପାଇଁ ଯେଉଁ ସବୁ ପଦକ୍ଷେପ ନିଆଯାଇଛି ଓ ଯୋଜନା କରାଯାଇଛି, ତାକୁ ଆନ୍ତର୍ଜାତିକ ସ୍ତରର ସ୍ବୀକୃତି ମିଳିଛି ବୋଲି ସେମାନେ କହିଥିଲେ ।

ଆଜି ଆରମ୍ଭ ହୋଇଥିବା ପ୍ରକଳ୍ପ ଗୁଡିକ ହେଉଛି – ଏକାମ୍ର ଅଞ୍ଚଳରେ ୨୪ ଘଣ୍ଟିଆ ବିଶୁଦ୍ଧ ଜଳଯୋଗାଣ (Drink From Tap), ବରମୁଣ୍ଡା ହାଉସିଂବୋର୍ଡ କଲୋନୀ ଓ ଜଗନ୍ନାଥ ବିହାର ଅଞ୍ଚଳରେ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ, କପିଳେଶ୍ବରରେ ଗଙ୍ଗୁଆ ବାମପାର୍ଶ୍ବ କେନାଲ ବନ୍ଧରେ ଦୁଇ ଲେନ୍‌ ବିଶିଷ୍ଟ ରାସ୍ତା, କେଦାରଗୌରୀ ମନ୍ଦିରରୁ ଅପରିସ୍କୃତ ଜଳ ନିଷ୍କାସନ ପାଇଁ ଭୁବନେଶ୍ବର-ପୁରୀ ରୋଡ୍‌ରେ ବକ୍‌ସ କଲ୍‌ଭଟ, ଲିଙ୍ଗିପୁର ଇନ୍ଦିରା କଲୋନୀରେ ପାଇପ ପାଣି ବ୍ୟବସ୍ଥା, ଲିଙ୍ଗରାଜ ଓ ଗୋଖିବାବା ଅଞ୍ଚଳର କୁଷ୍ଠ କଲୋନୀର ବାସିନ୍ଦା ମାନଙ୍କର ଥଇଥାନ, ସମ୍‌ ହସ୍‌ପିଟାଲ ରାସ୍ତାର ଆଲୋକୀକରଣ , ଧଉଳି ଶାନ୍ତିସ୍ତୂପର ସୌନ୍ଦର୍ଯ୍ୟକରଣ, ଦୟା ପଶ୍ଚିମ କେନାଲ ଉପରେ ସେତୁ ନିର୍ମାଣ, ଦୟା ଦକ୍ଷିଣ ବନ୍ଧ ଉପରେ ରାସ୍ତା ନିର୍ମାଣ, କୂଆଖାଇ ଦକ୍ଷିଣବନ୍ଧର ପୁନରୁଦ୍ଧାର, ଦୟା ନଦୀ ଦକ୍ଷିଣ ବନ୍ଧର ସୁଦୃଢୀକରଣ ଓ ଉନ୍ନତିକରଣ ।

ଏହି କାର୍ଯ୍ୟକ୍ରମରେ ବି.ଏମ.ସି କମିଶନର  ସଂଜୟ ସିଂହ, ଖୋର୍ଦ୍ଧା ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ ।

28 Dec 2021 By The Sakala

ବିକାଶ ପଥେ ଏକାମ୍ର-ଭୁବନେଶ୍ବର: ଏକାମ୍ର ଅଞ୍ଚଳ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୧୦୩ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବରର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ବରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ, କେଦାରଗୌରୀ ପାଣିର ବିଶୁଦ୍ଧକରଣ ଆଦି ଅନେକ ଗୁରୁତ୍ବପର୍ଣ୍ଣ ପ୍ରକଳ୍ପ ଆରମ୍ଭ କରାଯାଇଛି ।

ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲିଙ୍ଗରାଜ ଅଞ୍ଚଳକୁ ସୁନ୍ଦର କରି ଗଢିତୋଳିବା ପାଇଁ ଏକାମ୍ର ଯୋଜନା ଜନସାଧାରଣଙ୍କ ସହଯୋଗରେ ଆରମ୍ଭ କରାଯାଇଛି । ଏହା ଶେଷ ହେଲେ ଭୁବନେଶ୍ବରର ଗରିମା ଆହୁରି ବୃଦ୍ଧି ପାଇବ । ପୁରୀରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ୍ ଟ୍ୟାପର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ପୁରୀର ଜନସାଧାରଣ ସଂପୁର୍ଣ୍ଣ ବିଶୁଦ୍ଧ ଜଳ ପାଇପାରୁଛନ୍ତି । ବର୍ତ୍ତମାନ ପୁରୁଣା ଭୁବନେଶ୍ବରର ଜନସାଧାରଣ ମଧ୍ୟ ଏହି ସୁବିଧା ପାଇବେ ।

ବିକାଶ ଓ କଲ୍ୟାଣ ସରକାରଙ୍କର ମୁଖ୍ୟ ପରିଚୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ରାଜ୍ୟର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ । ଏହା ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବିପ୍ଳବ ଆଣିଛି ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ଜଳସେଚନ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଏବଂ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ପ୍ରମୁଖ ଯୋଗ ଦେଇ ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ । ଓଡିଶାର ବିକାଶ ପାଇଁ ଯେଉଁ ସବୁ ପଦକ୍ଷେପ ନିଆଯାଇଛି ଓ ଯୋଜନା କରାଯାଇଛି, ତାକୁ ଆନ୍ତର୍ଜାତିକ ସ୍ତରର ସ୍ବୀକୃତି ମିଳିଛି ବୋଲି ସେମାନେ କହିଥିଲେ ।

ଆଜି ଆରମ୍ଭ ହୋଇଥିବା ପ୍ରକଳ୍ପ ଗୁଡିକ ହେଉଛି – ଏକାମ୍ର ଅଞ୍ଚଳରେ ୨୪ ଘଣ୍ଟିଆ ବିଶୁଦ୍ଧ ଜଳଯୋଗାଣ (Drink From Tap), ବରମୁଣ୍ଡା ହାଉସିଂବୋର୍ଡ କଲୋନୀ ଓ ଜଗନ୍ନାଥ ବିହାର ଅଞ୍ଚଳରେ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ, କପିଳେଶ୍ବରରେ ଗଙ୍ଗୁଆ ବାମପାର୍ଶ୍ବ କେନାଲ ବନ୍ଧରେ ଦୁଇ ଲେନ୍‌ ବିଶିଷ୍ଟ ରାସ୍ତା, କେଦାରଗୌରୀ ମନ୍ଦିରରୁ ଅପରିସ୍କୃତ ଜଳ ନିଷ୍କାସନ ପାଇଁ ଭୁବନେଶ୍ବର-ପୁରୀ ରୋଡ୍‌ରେ ବକ୍‌ସ କଲ୍‌ଭଟ, ଲିଙ୍ଗିପୁର ଇନ୍ଦିରା କଲୋନୀରେ ପାଇପ ପାଣି ବ୍ୟବସ୍ଥା, ଲିଙ୍ଗରାଜ ଓ ଗୋଖିବାବା ଅଞ୍ଚଳର କୁଷ୍ଠ କଲୋନୀର ବାସିନ୍ଦା ମାନଙ୍କର ଥଇଥାନ, ସମ୍‌ ହସ୍‌ପିଟାଲ ରାସ୍ତାର ଆଲୋକୀକରଣ , ଧଉଳି ଶାନ୍ତିସ୍ତୂପର ସୌନ୍ଦର୍ଯ୍ୟକରଣ, ଦୟା ପଶ୍ଚିମ କେନାଲ ଉପରେ ସେତୁ ନିର୍ମାଣ, ଦୟା ଦକ୍ଷିଣ ବନ୍ଧ ଉପରେ ରାସ୍ତା ନିର୍ମାଣ, କୂଆଖାଇ ଦକ୍ଷିଣବନ୍ଧର ପୁନରୁଦ୍ଧାର, ଦୟା ନଦୀ ଦକ୍ଷିଣ ବନ୍ଧର ସୁଦୃଢୀକରଣ ଓ ଉନ୍ନତିକରଣ ।

ଏହି କାର୍ଯ୍ୟକ୍ରମରେ ବି.ଏମ.ସି କମିଶନର  ସଂଜୟ ସିଂହ, ଖୋର୍ଦ୍ଧା ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର