‘୫‌-ଟି’ ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟ: ଆଉ ୫ ଜିଲ୍ଲାର ୪୪୫ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ବଦଳୁଛି ସ୍କୁଲ, ହାଇଟେକ୍ ହେଉଛି ହାଇସ୍କୁଲ । ସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୪୪୫ଟି ରୂପାନ୍ତରିତ ସ୍କୁଲ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାଠ ହେଉ କି ଖେଳ ନିଜ କ୍ଷେତ୍ରରେ ଉତ୍କର୍ଷତା ହାସଲ ପାଇଁ ଚେଷ୍ଟା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସ୍କୁଲର ଆଧୁନିକ ସୁବିଧା ଯୋଗୁଁ ପାଠ ପଢ଼ିବା ସହଜ ହୋଇଛି । ଇଣ୍ଟରନେଟ ଜରିଆରେ ସବୁ ବିଷୟରେ ଜାଣିପାରୁଛନ୍ତି ଛାତ୍ରଛାତ୍ରୀ । […]

ଭୁବନେଶ୍ୱର: ବଦଳୁଛି ସ୍କୁଲ, ହାଇଟେକ୍ ହେଉଛି ହାଇସ୍କୁଲ । ସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୪୪୫ଟି ରୂପାନ୍ତରିତ ସ୍କୁଲ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାଠ ହେଉ କି ଖେଳ ନିଜ କ୍ଷେତ୍ରରେ ଉତ୍କର୍ଷତା ହାସଲ ପାଇଁ ଚେଷ୍ଟା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସ୍କୁଲର ଆଧୁନିକ ସୁବିଧା ଯୋଗୁଁ ପାଠ ପଢ଼ିବା ସହଜ ହୋଇଛି । ଇଣ୍ଟରନେଟ ଜରିଆରେ ସବୁ ବିଷୟରେ ଜାଣିପାରୁଛନ୍ତି ଛାତ୍ରଛାତ୍ରୀ । ପଢ଼ିବାରେ ଆଗ୍ରହ ବଢ଼ିବା ସହ ଆତ୍ମବିଶ୍ବାସ ବୃଦ୍ଧି ପାଉଛି । ଆଧୁନିକ ସୁବିଧା ସହିତ ସ୍କୁଲକୁ ରାସ୍ତା, ମାଗଣା ବିଜୁଳି ଓ ଇଣ୍ଟରନେଟ୍ ସୁବିଧା ମିଳୁଛି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ମୁଖ୍ୟମନ୍ତ୍ରୀ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିବା ସହ ପିଲାଙ୍କ ସହ କଥା ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ୫ଟି ଜିଲ୍ଲାର ମୋଟ୍ ୪୪୫ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି । ବାଲେଶ୍ୱରର ୧୩୫ଟି ସ୍କୁଲ, ପୁରୀର ୯୫ଟି, ନୟାଗଡ଼ର ୬୦ଟି, ଜଗତସିଂହପୁରର ୭୫ଟି ଓ ଭଦ୍ରକର ୮୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟରେ ମୋଟ୍ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍କୁଲ ଯେଉଁ ନୂଆ ରୂପ ନେଇଛି, ତାହା ପିଲାଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରିଦେଇଛି । ରୂପାନ୍ତର ସେମାନଙ୍କ ମାନସିକସ୍ତରରେ ପରିବର୍ତ୍ତନ ଆଣିଛି । ଆଗ ଅପେକ୍ଷା ଅଧିକ ଆତ୍ମବିଶ୍ବାସର ସହ ନୂଆ ଆଶା ଓ ସଂକଳ୍ପ ନେଇ ଆଗକୁ ବଢ଼ୁଛନ୍ତି ଛାତ୍ରଛାତ୍ରୀ । ରାଜ୍ୟର ଭବିଷ୍ୟତ ପାଇଁ ଏହା ଶୁଭ ସଂକେତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ । ଏ ରୂପାନ୍ତର ପିଲାଙ୍କୁ ଶ୍ରେଷ୍ଠ କରି ଗଢ଼ି ତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ପ୍ରତ୍ୟେକ ପିଲା ସ୍ୱତନ୍ତ୍ର, ତାଙ୍କ ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ୱପ୍ନ । ସ୍କୁଲ ରୂପାନ୍ତର ପିଲାଙ୍କ ଏ ସ୍ୱପ୍ନରେ ଡେଣା ଯୋଡ଼ିପାରିଛି । ତେଣୁ ଆତ୍ମବିଶ୍ୱାସର ସହ ଆଗକୁ ବଢ଼ିବାକୁ  ମୁଖ୍ୟମନ୍ତ୍ରୀ ପିଲାଙ୍କୁ ପରାମର୍ଶ ଦେଇଛନ୍ତି । ପିଲାମାନଙ୍କ ସ୍ୱପ୍ନ ସାକାର ହେଲେ, ନୂଆ ଓଡ଼ିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡ଼ିଶା ଗଠନର ଭିତ୍ତି ସ୍ଥାପିତ ହେବ । ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ଼ ରୂପାନ୍ତର ଆଣିଥାଏ । ଜୀବନର ଏ ଗୁରୁତ୍ୱପୂର୍ଣ୍ଣ ସମୟକୁ ଠିକ୍ ଭାବେ ଉପଯୋଗ କରି ନିଜ ପରିବାର ଓ ଓଡ଼ିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର

08 Jun 2022 By The Sakala

‘୫‌-ଟି’ ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟ: ଆଉ ୫ ଜିଲ୍ଲାର ୪୪୫ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବଦଳୁଛି ସ୍କୁଲ, ହାଇଟେକ୍ ହେଉଛି ହାଇସ୍କୁଲ । ସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟର ପଞ୍ଚମ ଦିନରେ ୫ଟି ଜିଲ୍ଲାର ୪୪୫ଟି ରୂପାନ୍ତରିତ ସ୍କୁଲ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାଠ ହେଉ କି ଖେଳ ନିଜ କ୍ଷେତ୍ରରେ ଉତ୍କର୍ଷତା ହାସଲ ପାଇଁ ଚେଷ୍ଟା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସ୍କୁଲର ଆଧୁନିକ ସୁବିଧା ଯୋଗୁଁ ପାଠ ପଢ଼ିବା ସହଜ ହୋଇଛି । ଇଣ୍ଟରନେଟ ଜରିଆରେ ସବୁ ବିଷୟରେ ଜାଣିପାରୁଛନ୍ତି ଛାତ୍ରଛାତ୍ରୀ । ପଢ଼ିବାରେ ଆଗ୍ରହ ବଢ଼ିବା ସହ ଆତ୍ମବିଶ୍ବାସ ବୃଦ୍ଧି ପାଉଛି । ଆଧୁନିକ ସୁବିଧା ସହିତ ସ୍କୁଲକୁ ରାସ୍ତା, ମାଗଣା ବିଜୁଳି ଓ ଇଣ୍ଟରନେଟ୍ ସୁବିଧା ମିଳୁଛି ।

ମୁଖ୍ୟମନ୍ତ୍ରୀ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିବା ସହ ପିଲାଙ୍କ ସହ କଥା ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ୫ଟି ଜିଲ୍ଲାର ମୋଟ୍ ୪୪୫ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି । ବାଲେଶ୍ୱରର ୧୩୫ଟି ସ୍କୁଲ, ପୁରୀର ୯୫ଟି, ନୟାଗଡ଼ର ୬୦ଟି, ଜଗତସିଂହପୁରର ୭୫ଟି ଓ ଭଦ୍ରକର ୮୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟରେ ମୋଟ୍ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି ।

ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍କୁଲ ଯେଉଁ ନୂଆ ରୂପ ନେଇଛି, ତାହା ପିଲାଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରିଦେଇଛି । ରୂପାନ୍ତର ସେମାନଙ୍କ ମାନସିକସ୍ତରରେ ପରିବର୍ତ୍ତନ ଆଣିଛି । ଆଗ ଅପେକ୍ଷା ଅଧିକ ଆତ୍ମବିଶ୍ବାସର ସହ ନୂଆ ଆଶା ଓ ସଂକଳ୍ପ ନେଇ ଆଗକୁ ବଢ଼ୁଛନ୍ତି ଛାତ୍ରଛାତ୍ରୀ । ରାଜ୍ୟର ଭବିଷ୍ୟତ ପାଇଁ ଏହା ଶୁଭ ସଂକେତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ । ଏ ରୂପାନ୍ତର ପିଲାଙ୍କୁ ଶ୍ରେଷ୍ଠ କରି ଗଢ଼ି ତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ପ୍ରତ୍ୟେକ ପିଲା ସ୍ୱତନ୍ତ୍ର, ତାଙ୍କ ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ୱପ୍ନ । ସ୍କୁଲ ରୂପାନ୍ତର ପିଲାଙ୍କ ଏ ସ୍ୱପ୍ନରେ ଡେଣା ଯୋଡ଼ିପାରିଛି । ତେଣୁ ଆତ୍ମବିଶ୍ୱାସର ସହ ଆଗକୁ ବଢ଼ିବାକୁ  ମୁଖ୍ୟମନ୍ତ୍ରୀ ପିଲାଙ୍କୁ ପରାମର୍ଶ ଦେଇଛନ୍ତି । ପିଲାମାନଙ୍କ ସ୍ୱପ୍ନ ସାକାର ହେଲେ, ନୂଆ ଓଡ଼ିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡ଼ିଶା ଗଠନର ଭିତ୍ତି ସ୍ଥାପିତ ହେବ । ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ଼ ରୂପାନ୍ତର ଆଣିଥାଏ । ଜୀବନର ଏ ଗୁରୁତ୍ୱପୂର୍ଣ୍ଣ ସମୟକୁ ଠିକ୍ ଭାବେ ଉପଯୋଗ କରି ନିଜ ପରିବାର ଓ ଓଡ଼ିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ ।

https://www.thesakala.in/latest-odisha-news/cm-inaugurate-445-smart-school-5-more-districts/article-12273
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର