ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

କଳାହାଣ୍ଡି: ପ୍ରତିଷ୍ଠା ଦିବସରେ କଳାହାଣ୍ଡି ଜିଲ୍ଲାବାସୀ ଦେଖିଲେ ବିକାଶର ନୂଆ ସୂର୍ଯ୍ୟୋଦୟ । କଳାହାଣ୍ଡି ଯାଇ ରୂପାନ୍ତରଣ ପ୍ରକ୍ରିୟାକୁ ଆଗେଇ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାବାସୀଙ୍କୁ ୧୨୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ନବୀନ । କଳାହାଣ୍ଡିରେ ନବନିର୍ମିତ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ପାଠପଢ଼ା ସହିତ ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଛନ୍ତି […]

କଳାହାଣ୍ଡି: ପ୍ରତିଷ୍ଠା ଦିବସରେ କଳାହାଣ୍ଡି ଜିଲ୍ଲାବାସୀ ଦେଖିଲେ ବିକାଶର ନୂଆ ସୂର୍ଯ୍ୟୋଦୟ । କଳାହାଣ୍ଡି ଯାଇ ରୂପାନ୍ତରଣ ପ୍ରକ୍ରିୟାକୁ ଆଗେଇ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାବାସୀଙ୍କୁ ୧୨୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ନବୀନ । କଳାହାଣ୍ଡିରେ ନବନିର୍ମିତ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ପାଠପଢ଼ା ସହିତ ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଛନ୍ତି ମୁଖ୍ରମନ୍ତ୍ରୀ । ଦୀର୍ଘ ଦୁଇ ଦଶନ୍ଧି ଧରି ଜିଲ୍ଲାବାସୀଙ୍କ ମେଡିକାଲ କଲେଜ ଆଶା ପୂରଣ ହୋଇଛି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

୪୮୧ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହୋଇଛି ଭବାନୀପାଟଣା ମେଡିକାଲ କଲେଜ ଓ ହସ୍ପିଟାଲ । ୧୦୦ ସିଟରେ ନାମଲେଖା ପାଇଁ ଘଗଉ ଠାରୁ ଅନୁମତି ଦେଇଛି । ଏହି ମେଡିକାଲ କଲେଜ ଓ ହସ୍ପିଟାଲଟିର ନାମ କଳାହାଣ୍ଡି ଜିଲ୍ଲାର ମହାନ ସ୍ଵାଧୀନତା ସଂଗ୍ରାମୀ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଓ ହସ୍ପିଟାଲ ରଖାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର