ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ନିଷ୍ଠାର ସହ ରୋଗୀଙ୍କ ସେବା କରନ୍ତୁ, ସେମାନଙ୍କ ହସ ଓ ବିଶ୍ବାସ ହିଁ ଆମ ସମସ୍ତଙ୍କ ପାଇଁ ବଡ ପୁରସ୍କାର

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି କେନ୍ଦ୍ରାପଡା ଜିଲ୍ଲାର ନୂଆ ମୁଖ୍ୟ ଚିକିତ୍ସାଳୟ କମ୍ପ୍ଲେକ୍‌ସର ଉଦ୍‌ଘାଟନ କରିଛନ୍ତି। ଏହି ନୂତନ ଚିକିତ୍ସାଳୟ କମ୍ପ୍ଲେକ୍‌ସରେ ୨୦୦ଟି ଶଯ୍ୟା ଥିବାବେଳେ ଅତ୍ୟାଧୁନିକ OPD Unit, Casuality ଓ Trauma Care, 5 ଶଯ୍ୟା ବିଶିଷ୍ଟ Trauma ICU, Radiology, MRI CT Scan ସୁବିଧା, ଉନ୍ନତ ଧରଣର OT Complex, ୧୫ ଶଯ୍ୟା ବିଶିଷ୍ଟ SNCU ସହିତ କଙ୍ଗାରୁ ମାତୃସେବା ସୁବିଧା, ୩୪ ଶଯ୍ୟା ବିଶିଷ୍ଟ ICU ବ୍ୟବସ୍ଥା କରାଯାଇଛି। […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି କେନ୍ଦ୍ରାପଡା ଜିଲ୍ଲାର ନୂଆ ମୁଖ୍ୟ ଚିକିତ୍ସାଳୟ କମ୍ପ୍ଲେକ୍‌ସର ଉଦ୍‌ଘାଟନ କରିଛନ୍ତି। ଏହି ନୂତନ ଚିକିତ୍ସାଳୟ କମ୍ପ୍ଲେକ୍‌ସରେ ୨୦୦ଟି ଶଯ୍ୟା ଥିବାବେଳେ ଅତ୍ୟାଧୁନିକ OPD Unit, Casuality ଓ Trauma Care, 5 ଶଯ୍ୟା ବିଶିଷ୍ଟ Trauma ICU, Radiology, MRI CT Scan ସୁବିଧା, ଉନ୍ନତ ଧରଣର OT Complex, ୧୫ ଶଯ୍ୟା ବିଶିଷ୍ଟ SNCU ସହିତ କଙ୍ଗାରୁ ମାତୃସେବା ସୁବିଧା, ୩୪ ଶଯ୍ୟା ବିଶିଷ୍ଟ ICU ବ୍ୟବସ୍ଥା କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟସଭାରେ ବିଜେଡିର ସଂସଦୀୟ ଦଳ ନେତା ହେଲେ ମାନସ ରଞ୍ଜନ ମଙ୍ଗରାଜ

ଭର୍ଚୁଆଲ ଜରିଆରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ ଏହି ଆଧୁନିକ ହସ୍‌ପିଟାଲ କେନ୍ଦ୍ରାପଡା ଜିଲ୍ଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତର ଆଣିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଜିଲ୍ଲାର ରୋଗୀମନଙ୍କୁ ଆଉ ଚିକିତ୍ସା ପାଇଁ ଆଉ କଟକ ବା ଭୁବନେଶ୍ବର ଯିବା ଆବଶ୍ୟକ ନାହିଁ। ନିଜ ଜିଲ୍ଲାରେ ହିଁ ସେମାନେ ଉତ୍ତମ ସ୍ବାସ୍ଥ୍ୟସେବା ପାଇପାରିବେ।

ଆହୁରି ପଢ଼ନ୍ତୁ: ଚିତାବାଘ ଛାଲ ଓ ବଜ୍ରକାପ୍ତା କାତି ଚାଲାଣ ଅଭିଯୋଗରେ ମା-ପୁଅ ଗିରଫ

ଆମ ପାଇଁ ‘ପ୍ରତି ଜୀବନ ମୂଲ୍ୟବାନ’ । ଏହି ଆଦର୍ଶ ନେଇ ଆମେ କାମ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଡାକ୍ତର ଓ ପାରାମେଡିକ୍‌ସ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତେଣୁ, ଆପଣମାନେ ନିଷ୍ଠାର ସହ ରୋଗୀର ସେବା କରନ୍ତୁ। ରୋଗୀର ମୁହଁରେ ହସ ଓ ମନରେ ବିଶ୍ବାସ ହିଁ ଆପଣମାନଙ୍କ ପାଇଁ ଏବଂ ଆମ ସମସ୍ତଙ୍କ ପାଇଁ ବଡ ପୁରସ୍କାର ହେବ ଓ ଆମ ପାଇଁ ସନ୍ତୋଷ ଆଣିପାରିବ।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ; ୪୮ ଘଣ୍ଟା ଭିତରେ ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ଅନୁରୋଧ

ରାଜ୍ୟରେ ସ୍ବାସ୍ଥ୍ୟ ସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଲକ୍ଷ ଲକ୍ଷ ଲୋକ ବିନା ପଇସାରେ ଭଲ ଚିକିତ୍ସା ପାଇପାରୁଛନ୍ତି । ଲକ୍ଷ ଲକ୍ଷ ପରିବାର ଉପକୃତ ହେଉଛନ୍ତି। ଏହାଦ୍ବାରା ଗରିବ ଲୋକଙ୍କ ଚିକିତ୍ସା ଚିନ୍ତା ଦୂର ହୋଇପାରିଛି ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ କହିଲେ ଯେ କେନ୍ଦ୍ରାପଡା ହେଉଛି ବିଜୁ ବାବୁଙ୍କ କର୍ମ ଭୂମି । କେନ୍ଦ୍ରାପଡାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଦୃଷ୍ଟି ରହିଛି। ଆଜି କେନ୍ଦ୍ରାପଡା ଜିଲ୍ଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ମାଇଲ ଖୁଣ୍ଟ ସ୍ଥାପିତ ହୋଇଛି ବୋଲି ସେ କହିଥିଲେ ।

ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ  ଅତନୁ ସବ୍ୟସାଚୀ କହିଲେ ଯେ ଆଜି କେନ୍ଦ୍ରାପଡାବାସୀଙ୍କ ପାଇଁ ଏକ ଗର୍ବ ଓ ଗୌରବର ଦିନ । ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ ୧୦୦ କୋଟି ଟଙ୍କାରୁ ଅଧିକ ଅର୍ଥ ଦେଇଛନ୍ତି । ଜିଲ୍ଲାର ସମସ୍ତ ହେଲ୍‌ଥ ସେଣ୍ଟରର ଭିତ୍ତିଭୂମିର ଉନ୍ନତି ପାଇଁ ଅର୍ଥ ଯୋଗାଇ ଦେଇଛନ୍ତି। ।

କେନ୍ଦ୍ରାପଡା ବିଧାୟକ ଶ୍ରୀ ଶଶୀଭୂଷଣ ବେହେରା ତାଙ୍କ ବକ୍ତବ୍ୟରେ କେନ୍ଦ୍ରାପଡାରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଜିଲ୍ଲାପାଳ ଶ୍ରୀ ଅମୃତ ଋତୁରାଜ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲା ପରିଷଦର CDO-cum-EO ଧନ୍ୟବାଦ ଅର୍ପଣ କରିଥିଲେ

20 Oct 2022 By The Sakala

ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ନିଷ୍ଠାର ସହ ରୋଗୀଙ୍କ ସେବା କରନ୍ତୁ, ସେମାନଙ୍କ ହସ ଓ ବିଶ୍ବାସ ହିଁ ଆମ ସମସ୍ତଙ୍କ ପାଇଁ ବଡ ପୁରସ୍କାର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି କେନ୍ଦ୍ରାପଡା ଜିଲ୍ଲାର ନୂଆ ମୁଖ୍ୟ ଚିକିତ୍ସାଳୟ କମ୍ପ୍ଲେକ୍‌ସର ଉଦ୍‌ଘାଟନ କରିଛନ୍ତି। ଏହି ନୂତନ ଚିକିତ୍ସାଳୟ କମ୍ପ୍ଲେକ୍‌ସରେ ୨୦୦ଟି ଶଯ୍ୟା ଥିବାବେଳେ ଅତ୍ୟାଧୁନିକ OPD Unit, Casuality ଓ Trauma Care, 5 ଶଯ୍ୟା ବିଶିଷ୍ଟ Trauma ICU, Radiology, MRI CT Scan ସୁବିଧା, ଉନ୍ନତ ଧରଣର OT Complex, ୧୫ ଶଯ୍ୟା ବିଶିଷ୍ଟ SNCU ସହିତ କଙ୍ଗାରୁ ମାତୃସେବା ସୁବିଧା, ୩୪ ଶଯ୍ୟା ବିଶିଷ୍ଟ ICU ବ୍ୟବସ୍ଥା କରାଯାଇଛି।

ଭର୍ଚୁଆଲ ଜରିଆରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ ଏହି ଆଧୁନିକ ହସ୍‌ପିଟାଲ କେନ୍ଦ୍ରାପଡା ଜିଲ୍ଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତର ଆଣିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଜିଲ୍ଲାର ରୋଗୀମନଙ୍କୁ ଆଉ ଚିକିତ୍ସା ପାଇଁ ଆଉ କଟକ ବା ଭୁବନେଶ୍ବର ଯିବା ଆବଶ୍ୟକ ନାହିଁ। ନିଜ ଜିଲ୍ଲାରେ ହିଁ ସେମାନେ ଉତ୍ତମ ସ୍ବାସ୍ଥ୍ୟସେବା ପାଇପାରିବେ।

ଆମ ପାଇଁ ‘ପ୍ରତି ଜୀବନ ମୂଲ୍ୟବାନ’ । ଏହି ଆଦର୍ଶ ନେଇ ଆମେ କାମ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଡାକ୍ତର ଓ ପାରାମେଡିକ୍‌ସ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତେଣୁ, ଆପଣମାନେ ନିଷ୍ଠାର ସହ ରୋଗୀର ସେବା କରନ୍ତୁ। ରୋଗୀର ମୁହଁରେ ହସ ଓ ମନରେ ବିଶ୍ବାସ ହିଁ ଆପଣମାନଙ୍କ ପାଇଁ ଏବଂ ଆମ ସମସ୍ତଙ୍କ ପାଇଁ ବଡ ପୁରସ୍କାର ହେବ ଓ ଆମ ପାଇଁ ସନ୍ତୋଷ ଆଣିପାରିବ।

ରାଜ୍ୟରେ ସ୍ବାସ୍ଥ୍ୟ ସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଲକ୍ଷ ଲକ୍ଷ ଲୋକ ବିନା ପଇସାରେ ଭଲ ଚିକିତ୍ସା ପାଇପାରୁଛନ୍ତି । ଲକ୍ଷ ଲକ୍ଷ ପରିବାର ଉପକୃତ ହେଉଛନ୍ତି। ଏହାଦ୍ବାରା ଗରିବ ଲୋକଙ୍କ ଚିକିତ୍ସା ଚିନ୍ତା ଦୂର ହୋଇପାରିଛି ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ କହିଲେ ଯେ କେନ୍ଦ୍ରାପଡା ହେଉଛି ବିଜୁ ବାବୁଙ୍କ କର୍ମ ଭୂମି । କେନ୍ଦ୍ରାପଡାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଦୃଷ୍ଟି ରହିଛି। ଆଜି କେନ୍ଦ୍ରାପଡା ଜିଲ୍ଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ମାଇଲ ଖୁଣ୍ଟ ସ୍ଥାପିତ ହୋଇଛି ବୋଲି ସେ କହିଥିଲେ ।

ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ  ଅତନୁ ସବ୍ୟସାଚୀ କହିଲେ ଯେ ଆଜି କେନ୍ଦ୍ରାପଡାବାସୀଙ୍କ ପାଇଁ ଏକ ଗର୍ବ ଓ ଗୌରବର ଦିନ । ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ ୧୦୦ କୋଟି ଟଙ୍କାରୁ ଅଧିକ ଅର୍ଥ ଦେଇଛନ୍ତି । ଜିଲ୍ଲାର ସମସ୍ତ ହେଲ୍‌ଥ ସେଣ୍ଟରର ଭିତ୍ତିଭୂମିର ଉନ୍ନତି ପାଇଁ ଅର୍ଥ ଯୋଗାଇ ଦେଇଛନ୍ତି। ।

କେନ୍ଦ୍ରାପଡା ବିଧାୟକ ଶ୍ରୀ ଶଶୀଭୂଷଣ ବେହେରା ତାଙ୍କ ବକ୍ତବ୍ୟରେ କେନ୍ଦ୍ରାପଡାରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଜିଲ୍ଲାପାଳ ଶ୍ରୀ ଅମୃତ ଋତୁରାଜ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲା ପରିଷଦର CDO-cum-EO ଧନ୍ୟବାଦ ଅର୍ପଣ କରିଥିଲେ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର