ତାଳଚେରରେ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ତାଳଚେରଠାରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କରିଛନ୍ତି। ଏହି ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଳଚେର ହେଉଛି ସଂଗ୍ରାମ ଓ ସ୍ୱାଭିମାନର ଭୂମି। ମହାନ ସଂଗ୍ରାମୀ ନେତା ପବିତ୍ର ମୋହନ ପ୍ରଧାନ ଏ ମାଟିରେ ଜନ୍ମ ନେଇଥିଲେ। […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ତାଳଚେରଠାରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କରିଛନ୍ତି। ଏହି ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଳଚେର ହେଉଛି ସଂଗ୍ରାମ ଓ ସ୍ୱାଭିମାନର ଭୂମି। ମହାନ ସଂଗ୍ରାମୀ ନେତା ପବିତ୍ର ମୋହନ ପ୍ରଧାନ ଏ ମାଟିରେ ଜନ୍ମ ନେଇଥିଲେ। ସ୍ୱାଧୀନତା ସଂଗ୍ରାମଠାରୁ ଆରମ୍ଭକରି ରାଜ୍ୟର ବିକାଶ କ୍ଷେତ୍ରରେ ସେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ଏହି ଅବସରରେ ସ୍ୱର୍ଗତ ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏହି ହସ୍ପିଟାଲକୁ ଆଗାମୀ ଦିନରେ ଏକ ମେଡିକାଲ୍ କଲେଜରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱାସ୍ଥ୍ୟସେବା ସବୁବେଳେ ଆମର ଫୋକସ୍ ହୋଇ ରହିଛି। ରାଜ୍ୟରେ ଗତ କିଛି ବର୍ଷ ମଧ୍ୟରେ ମେଡିକାଲ୍‌ କଲେଜ ସଂଖ୍ୟା ବଢିଛି। ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀମାନଙ୍କ ସଂଖ୍ୟା ବଢିଛି। ନୂଆ ନୂଆ ଚିକିତ୍ସା ସେବା ମଧ୍ୟ ଉପଲବ୍ଧ ହେଉଛି। ସରକାରୀ ହସ୍ପିଟାଲ ଉପରେ ଏବେ ଲୋକଙ୍କ ଆସ୍ଥା ବଢିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରି ସେ କହିଲେ ଯେ ଏ ଯୋଜନାରେ ପ୍ରତିମାସରେ ଲକ୍ଷ ଲକ୍ଷ ଲୋକ ଉତ୍ତମ ଚିକିତ୍ସା ସେବା ପାଉଛନ୍ତି। ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଜି ଯେଉଁ ରୂପାନ୍ତର ଆସିଛି ତାହା ଲୋକମାନଙ୍କ ସହଯୋଗ ଯୋଗୁ ସମ୍ଭବ ହୋଇଛି ବୋଲି ସେ କହିଥିଲେ ଏବଂ ଏଥିପାଇଁ ସେ ଜନସାଧାରଣଙ୍କୁ ଧନ୍ୟବାଦ ଦେଇଥିଲେ। ପ୍ରତି ଜୀବନ ମୂଲ୍ୟବାନ ମନ୍ତ୍ରକୁ ଆଦର୍ଶ କରି ଏହି ହସ୍ପିଟାଲ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବାରେ ସଫଳ ହେବ ବୋଲି ସେ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ କହିଥିଲେ ଯେ, ଏହି ହସ୍ପିଟାଲ ତାଳଚେର ଓ ଅନୁଗୋଳବାସୀଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ବହୁ ଉପଯୋଗୀ ହେବ । ଏହି ହସ୍ପିଟାଲ ପାଇଁ କୋଲ ଇଣ୍ଡିଆର ବହୁ ଅବଦାନ ରହିଛି ଏବଂ ଆଗାମୀ ଦିନରେ ଏହି ହସ୍ପିଟାଲକୁ ମେଡିକାଲ୍‌ କଲେଜରେ ପରିଣତ କରିବା ପାଇଁ କୋଲ ଇଣ୍ଡିଆ ସମସ୍ତ ସହଯୋଗ ଦେବ। ଏହି ହସ୍ପିଟାଲ ପାଇଁ ସମସ୍ତ ସହାୟତା ଓ ସହଯୋଗ ଯୋଗାଇ ଦେଇଥିବାରୁ ଓଡିଶା ସରକାର ବିଶେଷକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ କୃତଜ୍ଞତା ଜଣାଇବା ସହିତ ଆଗାମୀ ୫ ବର୍ଷ ପାଇଁ ଏହି ହସ୍ପିଟାଲ ପରିଚାଳନା ପାଇଁ ଏମ୍.ସି.ଏଲ୍ ୬୨୮ କୋଟି ଟଙ୍କା ସହାୟତା ଯୋଗାଇଦେବ ବୋଲି ଶ୍ରୀ ଯୋଶୀ ପ୍ରକାଶ କରିଥିଲେ।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ ଯେ, ଆଜି ଆମ ସମସ୍ତଙ୍କ ପାଇଁ ଏହା ଏକ ଗୌରବର ଦିନ ଓ ସ୍ମରଣୀୟ ହୋଇ ରହିବ। ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ଏହି ହସ୍ପିଟାଲ ପ୍ରତିଷ୍ଠା ହେବା ଦ୍ୱାରା ଏ ମାଟି ତାଙ୍କୁ ଉପଯୁକ୍ତ ସମ୍ମାନ ଦେଲା। ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କୁ ସେ ଧନ୍ୟବାଦ ଦେଇ ଖୁବ୍ ଶୀଘ୍ର ମେଡିକାଲ୍‌ କଲେଜ କାର୍ଯ୍ୟକାରୀ କରିବା ପାଇଁ ଅନୁରୋଧ କରିଥିଲେ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ରାଜ୍ୟବାସୀଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନ ଏ ଦିଗରେ ଆମକୁ ଅଧିକ ପ୍ରେରଣା ଯୋଗାଉଛି।

ଅନ୍ୟମାନଙ୍କ ମଧ୍ୟରେ ଢେଙ୍କାନାଳ ସାଂସଦ ଶ୍ରୀ ମହେଶ ସାହୁ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଏବଂ କୋଲ ଇଣ୍ଡିଆ ଅଧ୍ୟକ୍ଷ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଓ ମହାନଦୀ କୋଲ ଫିଲ୍ଡର ସି.ଏମ୍.ଡି ଧନ୍ୟବାଦ ଅର୍ପଣ କରିଥିଲେ ।

08 Dec 2023 By The Sakala

ତାଳଚେରରେ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ତାଳଚେରଠାରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କରିଛନ୍ତି। ଏହି ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଳଚେର ହେଉଛି ସଂଗ୍ରାମ ଓ ସ୍ୱାଭିମାନର ଭୂମି। ମହାନ ସଂଗ୍ରାମୀ ନେତା ପବିତ୍ର ମୋହନ ପ୍ରଧାନ ଏ ମାଟିରେ ଜନ୍ମ ନେଇଥିଲେ। ସ୍ୱାଧୀନତା ସଂଗ୍ରାମଠାରୁ ଆରମ୍ଭକରି ରାଜ୍ୟର ବିକାଶ କ୍ଷେତ୍ରରେ ସେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ସ୍ୱର୍ଗତ ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏହି ହସ୍ପିଟାଲକୁ ଆଗାମୀ ଦିନରେ ଏକ ମେଡିକାଲ୍ କଲେଜରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱାସ୍ଥ୍ୟସେବା ସବୁବେଳେ ଆମର ଫୋକସ୍ ହୋଇ ରହିଛି। ରାଜ୍ୟରେ ଗତ କିଛି ବର୍ଷ ମଧ୍ୟରେ ମେଡିକାଲ୍‌ କଲେଜ ସଂଖ୍ୟା ବଢିଛି। ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀମାନଙ୍କ ସଂଖ୍ୟା ବଢିଛି। ନୂଆ ନୂଆ ଚିକିତ୍ସା ସେବା ମଧ୍ୟ ଉପଲବ୍ଧ ହେଉଛି। ସରକାରୀ ହସ୍ପିଟାଲ ଉପରେ ଏବେ ଲୋକଙ୍କ ଆସ୍ଥା ବଢିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରି ସେ କହିଲେ ଯେ ଏ ଯୋଜନାରେ ପ୍ରତିମାସରେ ଲକ୍ଷ ଲକ୍ଷ ଲୋକ ଉତ୍ତମ ଚିକିତ୍ସା ସେବା ପାଉଛନ୍ତି। ସ୍ୱାସ୍ଥ୍ୟ କ୍ଷେତ୍ରରେ ଆଜି ଯେଉଁ ରୂପାନ୍ତର ଆସିଛି ତାହା ଲୋକମାନଙ୍କ ସହଯୋଗ ଯୋଗୁ ସମ୍ଭବ ହୋଇଛି ବୋଲି ସେ କହିଥିଲେ ଏବଂ ଏଥିପାଇଁ ସେ ଜନସାଧାରଣଙ୍କୁ ଧନ୍ୟବାଦ ଦେଇଥିଲେ। ପ୍ରତି ଜୀବନ ମୂଲ୍ୟବାନ ମନ୍ତ୍ରକୁ ଆଦର୍ଶ କରି ଏହି ହସ୍ପିଟାଲ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବାରେ ସଫଳ ହେବ ବୋଲି ସେ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ କହିଥିଲେ ଯେ, ଏହି ହସ୍ପିଟାଲ ତାଳଚେର ଓ ଅନୁଗୋଳବାସୀଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ବହୁ ଉପଯୋଗୀ ହେବ । ଏହି ହସ୍ପିଟାଲ ପାଇଁ କୋଲ ଇଣ୍ଡିଆର ବହୁ ଅବଦାନ ରହିଛି ଏବଂ ଆଗାମୀ ଦିନରେ ଏହି ହସ୍ପିଟାଲକୁ ମେଡିକାଲ୍‌ କଲେଜରେ ପରିଣତ କରିବା ପାଇଁ କୋଲ ଇଣ୍ଡିଆ ସମସ୍ତ ସହଯୋଗ ଦେବ। ଏହି ହସ୍ପିଟାଲ ପାଇଁ ସମସ୍ତ ସହାୟତା ଓ ସହଯୋଗ ଯୋଗାଇ ଦେଇଥିବାରୁ ଓଡିଶା ସରକାର ବିଶେଷକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ କୃତଜ୍ଞତା ଜଣାଇବା ସହିତ ଆଗାମୀ ୫ ବର୍ଷ ପାଇଁ ଏହି ହସ୍ପିଟାଲ ପରିଚାଳନା ପାଇଁ ଏମ୍.ସି.ଏଲ୍ ୬୨୮ କୋଟି ଟଙ୍କା ସହାୟତା ଯୋଗାଇଦେବ ବୋଲି ଶ୍ରୀ ଯୋଶୀ ପ୍ରକାଶ କରିଥିଲେ।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ ଯେ, ଆଜି ଆମ ସମସ୍ତଙ୍କ ପାଇଁ ଏହା ଏକ ଗୌରବର ଦିନ ଓ ସ୍ମରଣୀୟ ହୋଇ ରହିବ। ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ଏହି ହସ୍ପିଟାଲ ପ୍ରତିଷ୍ଠା ହେବା ଦ୍ୱାରା ଏ ମାଟି ତାଙ୍କୁ ଉପଯୁକ୍ତ ସମ୍ମାନ ଦେଲା। ଏଥି ସହିତ ମୁଖ୍ୟମନ୍ତ୍ରୀଙ୍କୁ ସେ ଧନ୍ୟବାଦ ଦେଇ ଖୁବ୍ ଶୀଘ୍ର ମେଡିକାଲ୍‌ କଲେଜ କାର୍ଯ୍ୟକାରୀ କରିବା ପାଇଁ ଅନୁରୋଧ କରିଥିଲେ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ରାଜ୍ୟବାସୀଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନ ଏ ଦିଗରେ ଆମକୁ ଅଧିକ ପ୍ରେରଣା ଯୋଗାଉଛି।

ଅନ୍ୟମାନଙ୍କ ମଧ୍ୟରେ ଢେଙ୍କାନାଳ ସାଂସଦ ଶ୍ରୀ ମହେଶ ସାହୁ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଏବଂ କୋଲ ଇଣ୍ଡିଆ ଅଧ୍ୟକ୍ଷ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଓ ମହାନଦୀ କୋଲ ଫିଲ୍ଡର ସି.ଏମ୍.ଡି ଧନ୍ୟବାଦ ଅର୍ପଣ କରିଥିଲେ ।

https://www.thesakala.in/latest-odisha-news/cm-inaugurated-the-pabitra-mohan-pradhan-government-hospital-in-talcher/article-28046
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର