ଦେବଗଡରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: କୋଭିଡ ମହାମାରୀର ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି । ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାମାରୀର ମୁକାବିଲା ପାଇଁ ସମସ୍ତଙ୍କ ସହଯୋଗ ଦରକାର। ଏ ଦିଗରେ ବେସରକାରୀ ଚିକିତ୍ସାଳୟ ମାନଙ୍କ ସହିତ କର୍ପୋରେଟ୍‌ ସେକ୍ଟର, ରାଜ୍ୟ ଓ […]

ଭୁବନେଶ୍ୱର: କୋଭିଡ ମହାମାରୀର ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି । ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡରେ ବେଦାନ୍ତ ଗ୍ରୁପ ସହଯୋଗରେ ନିର୍ମିତ ଏକ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।

ଆହୁରି ପଢ଼ନ୍ତୁ: ଯକୃତ ଦାନ କରି ଅମର ହୋଇଗଲେ ମହିଳା ଡାକ୍ତର; ନୂତନ ଜୀବନ ପାଇଲେ ୪୬ ବର୍ଷୀୟ ବ୍ୟକ୍ତି

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାମାରୀର ମୁକାବିଲା ପାଇଁ ସମସ୍ତଙ୍କ ସହଯୋଗ ଦରକାର। ଏ ଦିଗରେ ବେସରକାରୀ ଚିକିତ୍ସାଳୟ ମାନଙ୍କ ସହିତ କର୍ପୋରେଟ୍‌ ସେକ୍ଟର, ରାଜ୍ୟ ଓ କେନ୍ଦ୍ର ସରକାରଙ୍କ PSU ମାନେ ଆଗେଇ ଆସିବା ଖୁସିର କଥା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାମାରୀ ମୁକାବିଲା ଏକ ମିଳିତ ସାମାଜିକ ଦାୟିତ୍ବ । ତେଣୁ ସମସ୍ତେ ନିଜ ନିଜ ସ୍ତରରେ ମୁକାବିଲା କରିବା ପାଇଁ କାମ କରିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ସୌର ଷ୍ଟ୍ରିଟ ଲାଇଟ ସହିତ ଗ୍ରାମୀଣ ସୁରକ୍ଷାକୁ ସୁଦୃଢ଼ କରିଛି ବେଦାନ୍ତ ଆଲୁମିନିୟମ

ଦେବଗଡର ଏହି ୧୦୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲରେ ଶିଶୁ ଶଯ୍ୟା ସହିତ ୧୨ଟି ICU, ୩୨ଟି HDU, ସ୍ବତନ୍ତ୍ର ଶିଶୁ ୱାର୍ଡ ସହିତ ସମସ୍ତ ଅତ୍ୟାଧୁନିକ ଚିକିତ୍ସା ଉପକରଣ ଓ ପରୀକ୍ଷାଗାରର ସୁବିଧା ରହିଛି । ଏହି ଡାକ୍ତରଖାନାରେ ସମସ୍ତ ଚିକିତ୍ସା ସୁବିଧା, ଔଷଧ ଯୋଗାଣ, ରୋଗୀଙ୍କୁ ଖାଦ୍ୟ ବ୍ୟବସ୍ଥା ଦାୟିତ୍ବ ରାଜ୍ୟ ସରକାର ହାତକୁ ନେଇଛନ୍ତି । ପୂର୍ବରୁ ଦେବଗଡରେ ୧୪୦ ଶଯ୍ୟା ବିଶିଷ୍ଟ ଏକ କୋଭିଡ ହସ୍‌ପିଟାଲ କାର୍ଯ୍ୟ କରୁଛି । ଏହାଦ୍ବାରା ଜିଲ୍ଲାରେ ବର୍ତ୍ତମାନ ଦୁଇଟି କୋଭିଡ ହସ୍‌ପିଟାଲ ପ୍ରତିଷ୍ଠିତ ହେଲା ।

ଆହୁରି ପଢ଼ନ୍ତୁ: ଖୋର୍ଦ୍ଧା ଜିଲ୍ଲାରେ କାଲିଠୁ ସାଢ଼େ ୬ରୁ ସାଢ଼େ ୯ଟା ପର୍ଯ୍ୟନ୍ତ ସ୍କୁଲ୍‌

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡର ଦ୍ୱିତୀୟ ଲହର ଏପର୍ଯ୍ୟନ୍ତ ଶେଷ ନ ହୋଇଥିବା ବେଳେ, ତୃତୀୟ ଲହରର ସୂଚନା ଆସିଲାଣି । ଏହାର ମୁକାବିଲା ପାଇଁ ଆମର ପ୍ରସ୍ତୁତି ଜାରି ରହିଛି ବୋଲି ପ୍ରକାଶ କରି ରାଜ୍ୟର ୩୦ଟି ଜିଲ୍ଲାରେ Liquid Medical Oxygenର ସୁବିଧା ସହିତ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରାଯାଇଛି ବୋଲି ସୂଚନା ଦେଇଥିଲେ । କୋଭିଡ ପରିଚାଳନାରେ ନୀତି ହେଉଛି – ସବୁ ଜୀବନ ମୂଲ୍ୟବାନ। ଏହି ନୀତିରେ ରାଜ୍ୟ ସରକାର ଚିକିତ୍ସା, ଟେଷ୍ଟିଂ, ଖାଦ୍ୟ ଆଦି ସବୁ ବ୍ୟବସ୍ଥାର ଦାୟିତ୍ୱ ନିଜ ହାତକୁ ନେଇଛନ୍ତି । ଏହାଦ୍ୱାରା ବ୍ୟବସ୍ଥା ପ୍ରତି ଲୋକଙ୍କ ବିଶ୍ୱାସ ମଜବୁତ ହୋଇଛି । ଉତ୍ତମ ସ୍ୱାସ୍ଥ୍ୟ ଭିତ୍ତିଭୂମି ଯୋଗୁ ମହାମାରୀର ଅନିଶ୍ଚିତତାକୁ ଆମେ ଭଲ ଭାବରେ ମୁକାବିଲା କରିପାରିବୁ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।

ଦେବଗଡର ଏହି ହସ୍‌ପିଟାଲ ସ୍ଥାପନରେ ବେଦାନ୍ତର ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଗ୍ରୁପ ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ କୋଭଡର ଦ୍ୱିତୀୟ ଲହରରେ ପଶ୍ଟିମ ଓଡିଶା ଅଧିକ ପ୍ରଭାବିତ ହୋଇଥିଲା । ସମସ୍ତଙ୍କ ସହଯୋଗରେ ଏହାକୁ ନିୟନ୍ତ୍ରଣ କରାଯାଇପାରିଛି । କୋଭିଡ ନିୟନ୍ତ୍ରଣରେ ଦେବଗଡ ଜିଲ୍ଲା ବହୁତ ଭଲ ପ୍ରଦର୍ଶନ କରିଥିବାରୁ ମୁଖ୍ୟମନ୍ତ୍ରୀ ଜିଲ୍ଲାର ଜନସାଧାରଣ, ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ।

ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଟିକା ଆମକୁ ସୁରକ୍ଷା ଦେବ । କିନ୍ତୁ ସଂପୂର୍ଣ୍ଣ ସୁରକ୍ଷା ପାଇଁ କୋଭିଡର ସବୁ ନିୟମକୁ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ ।

କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ପେଟ୍ରୋଲିଅମ ଓ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ଯେ ସମସ୍ତଙ୍କ ପ୍ରଚେଷ୍ଟା ବଳରେ ଓଡିଶାରେ କୋଭିଡର ପ୍ରଭାବ କମିବାରେ ଲାଗିଛି । ସେଥିପାଇଁ ସେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ । ଦେବଗଡ ଜିଲ୍ଲା ସମେତ ପଶ୍ଚିମ ଓଡିଶାରେ ବର୍ତ୍ତମାନ କୋଭିଡ ନିୟନ୍ତ୍ରଣାଧୀନରେ ରହିଛି ବୋଲି ପ୍ରକାଶ କରିଥିଲେ ଏବଂ ସମ୍ବଲପୁରଠାରେ ଆଉ ଏକ କୋଭିଡ ହସ୍‌ପିଟାଲ ପ୍ରସ୍ତାବକୁ କାର୍ଯ୍ୟକାରୀ କରାଯିବାର ଆବଶ୍ୟକତା ସପକ୍ଷରେ ମତ ଦେଇଥିଲେ। ଓଡିଶାରେ ଟିକା ଉତ୍ପାଦନ ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମର ସେ ପ୍ରଶଂସା କରିଥିଲେ ଏବଂ ଟିକାକରଣ କାର୍ଯ୍ୟକ୍ରମକୁ ଯୋଜନବଦ୍ଧ ଭାବରେ ଆଗେଇ ନେଇ ୬-୮ ମାସ ମଧ୍ୟରେ ଯେପରି ସବୁ ଲୋକ ଟିକା ନେଇପାରିବେ, ତାହା ଉପରେ ଗୁରୁତ୍ୱ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ ପ୍ରମୁଖ ଓଡିଶାରେ କୋଭିଡ ମୁକାବିଲା, ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ ।

ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ଅନିଲ ଅଗ୍ରୱାଲ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଥିଲେ ଯେ କୋଭିଡ ପରିଚାଳନାରେ ଓଡିଶା ଦେଶରେ ଏକ ନମ୍ବର । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ ସେ କହିଥିଲେ ଟିକାକରଣ ସହିତ, ରାଜ୍ୟର ଯେକୌଣସି କାର୍ଯ୍ୟକ୍ରମ ପାଇଁ ବେଦାନ୍ତ ଗ୍ରୁପ ସହଯୋଗ ପାଇଁ ସବୁବେଳେ ପ୍ରସ୍ତୁତ ଅଛି ।

ସମ୍ବଲପୁର ସାଂସଦ ନିତିଶ ଗଙ୍ଗଦେବ, ଦେବଗଡ ବିଧାୟକ ସୁବାଷ ପାଣିଗ୍ରାହୀ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇ ସେମାନଙ୍କ ମତାମତ ରଖିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ। ଦେବଗଡ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଓ ବେଦାନ୍ତର CEO ଧନ୍ୟବାଦ ଅର୍ପଣ କରିଥିଲେ ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

29 Jun 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର