ଅତ୍ୟାଧୁନିକ ଓପିଟିସିଏଲ ଟେକ୍ ଟାୱାରର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଅତ୍ୟାଧନିକ ଓପିଟିସିଏଲ ( ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେସନ ଲିଃ )  ଟେକ ଟାୱାର ଲୋକାର୍ପିତ । ଆଜି  ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୫୫ କୋଟି ଟଙ୍କାରେ ନିର୍ମିତ ହୋଇଛି ଏହି ଟେକ ଟାୱାର। ଭୁବନେଶ୍ବର ସହିଦ ନଗରରେ ଏହି ଓପିଟିସିଏଲ ଟେକ ଟାୱାର ରହିଛି। ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ୫ଟି ସଚିବ  ଭି.କେ ପାଣ୍ଡିଆନ୍ ଉପସ୍ଥିତ ଥିଲେ। କାର୍ଯ୍ୟକ୍ଷେତ୍ରର ନିରାପତ୍ତାକୁ ସୁନିଶ୍ଚିତ କରିବା ପାଇଁ ଆଧୁନିକ ସ୍ଥାପତ୍ୟ ଏବଂ ପ୍ରଯୁକ୍ତିବିଦ୍ୟା ସହିତ […]

ଭୁବନେଶ୍ବର: ଅତ୍ୟାଧନିକ ଓପିଟିସିଏଲ ( ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେସନ ଲିଃ )  ଟେକ ଟାୱାର ଲୋକାର୍ପିତ । ଆଜି  ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୫୫ କୋଟି ଟଙ୍କାରେ ନିର୍ମିତ ହୋଇଛି ଏହି ଟେକ ଟାୱାର। ଭୁବନେଶ୍ବର ସହିଦ ନଗରରେ ଏହି ଓପିଟିସିଏଲ ଟେକ ଟାୱାର ରହିଛି। ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ୫ଟି ସଚିବ  ଭି.କେ ପାଣ୍ଡିଆନ୍ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

କାର୍ଯ୍ୟକ୍ଷେତ୍ରର ନିରାପତ୍ତାକୁ ସୁନିଶ୍ଚିତ କରିବା ପାଇଁ ଆଧୁନିକ ସ୍ଥାପତ୍ୟ ଏବଂ ପ୍ରଯୁକ୍ତିବିଦ୍ୟା ସହିତ ଏହି କୋଠା ନିର୍ମାଣ କରାଯାଇଛି । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଓଡିଶା ପାୱାର ଟ୍ରାନ୍ସମିସନ କର୍ପୋରେସନ୍ ଲିମିଟେଡ୍ ଓଡିଶାବାସୀଙ୍କୁ ନିରବଚ୍ଛିନ୍ନ ତଥା ଗୁଣାତ୍ମକ ବିଦ୍ୟୁତ୍ ସେବା ଯୋଗାଇବାରେ ନିୟୋଜିତ ଏବଂ ବିଦ୍ୟୁତ୍ କ୍ଷେତ୍ରର ପ୍ରଗତିରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ରାଜ୍ୟର ଟ୍ରାନ୍ସମିସନ୍ ଭିତ୍ତିଭୂମିରେ OPTCL ର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ବନ୍ୟା ସହାୟତା ପ୍ରଦାନରେ ସରକାରଙ୍କ ପାତରଅନ୍ତର, ବିରୋଧୀ ପ୍ରତିନିଧିତ୍ୱ କରୁଥିବା ଅଞ୍ଚଳକୁ ଅଣଦେଖା କରୁଛନ୍ତି ରାଜ୍ୟ ସରକାର: ବିଜେଡି

୨୦୦୦ ମସିହାରେ ରାଜ୍ୟରେ ୧୬ ଲକ୍ଷ ଗ୍ରାହକ ଥିଲେ । କିନ୍ତୁ ବର୍ତ୍ତମାନ ଏହି ସଂଖ୍ୟା ୯୭ ଲକ୍ଷକୁ ବୃଦ୍ଧି ପାଇଛି। ସେହିଭଳି ଗ୍ରୀଡ୍ ସଂଖ୍ୟା  ୮୦ରୁ  ୧୯୪କ ବୃଦ୍ଧି ହୋଇଛି। ଟ୍ରାସଫରମେସନ  କ୍ଷମତା ୬,୧୨୫ MVA ରୁ ୨୫,୮୦୦ MVAକୁ ବୃଦ୍ଧ ହୋଇଛି।  ଟ୍ରାନ୍ସମିସନ ଲାଇନ ୯୪୦୦ ସର୍କିଟ କିଲୋମିଟରରୁ ୧୬,୩୦୦ ସର୍କିଟ କିମିକୁ ବୃଦ୍ଧି ପାଇଛି। ଓପିଟିସିଏଲ୍ ବିଦ୍ୟୁତ୍ ପରିବହନ କ୍ଷେତ୍ରରେ ନିଜର ପାରଦର୍ଶିତା ପ୍ରଦର୍ଶନ କରିଛି ଏବଂ ରାଜ୍ୟର ଯୁବକମାନଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିଛି।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ, ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ନିକୁଞ୍ଜା ବିହାରୀ ଧଳ, ଓପିଟିସିଏଲ ସିଏମଡି ସଞ୍ଜୟ କୁମାର ମିଶ୍ର ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର