ଭଦ୍ରକରେ ବିଏସକେୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ ସହ ୩ଶହ କୋଟିର ବିଭିନ୍ନ ପ୍ରକଳ୍ପ ଉଦଘାଟନ୍ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭଦ୍ରକ: ସ୍ୱାସ୍ଥ୍ୟସେବାର ବିକାଶ ଧାରାରେ ଯୋଡ଼ିହୋଇଛି ଭଦ୍ରକ । ଭଦ୍ରକରେ ବିଏସକେୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭଦ୍ରକରେ ସ୍ମାର୍ଟ ପ୍ରାୟ ୩ ଲକ୍ଷ ୨୬ ହଜାର ୧୯୨ ଜଣ ଏହି କାର୍ଡ ଦ୍ୱାରା ଉପକୃତ ହେବେ । ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ କରାଯାଇଛି । ୧୫୯ଟି ପ୍ରକଳ୍ପର ଶୁଭ ଉଦଘାଟନ ସହ ୧୧୨ଟି ପ୍ରକଳ୍ପର ଶୁଭ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ଅପରାହ୍ନରେ […]

ଭଦ୍ରକ: ସ୍ୱାସ୍ଥ୍ୟସେବାର ବିକାଶ ଧାରାରେ ଯୋଡ଼ିହୋଇଛି ଭଦ୍ରକ । ଭଦ୍ରକରେ ବିଏସକେୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭଦ୍ରକରେ ସ୍ମାର୍ଟ ପ୍ରାୟ ୩ ଲକ୍ଷ ୨୬ ହଜାର ୧୯୨ ଜଣ ଏହି କାର୍ଡ ଦ୍ୱାରା ଉପକୃତ ହେବେ । ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ କରାଯାଇଛି । ୧୫୯ଟି ପ୍ରକଳ୍ପର ଶୁଭ ଉଦଘାଟନ ସହ ୧୧୨ଟି ପ୍ରକଳ୍ପର ଶୁଭ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଭଦ୍ରକ ଜିଲ୍ଲା ପାଇଁ ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ଯୋଜନା ଆରମ୍ଭ କରି ପ୍ରଥମେ ବନ୍ଦେ ଉତ୍କଳ ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ସ୍ମରଣ କରିଥିଲେ ଏବଂ ଇରମ ମାଟିକୁ ପ୍ରଣାମ ଜଣାଇଥିଲେ ।  ଭଦ୍ରକ ପାଇଁ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ଜିଲ୍ଲା ମୁଖ୍ୟାଳୟ ପାଇଁ ଏକ ୩୦୦ ଶଯ୍ୟାବିଶିଷ୍ଟ ହସ୍‌ପିଟାଲ ବିଲ୍‌ଡିଂର ଭିତ୍ତି ରଖିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭଦ୍ରକ ଜିଲ୍ଲାରେ ୯୫୦ କୋଟି ଟଙ୍କାରେ ଦୁଇଟି ମେଗା ପାଇପ ପାଣି ପ୍ରକଳ୍ପ କାମ ଜାରି ରହିଛି । ଏହାଦ୍ବାରା ୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇବେ ।

ଆହୁରି ପଢ଼ନ୍ତୁ: ଜନଗଣନା-୨୦୨୭ ପାଇଁ ରାଜସ୍ବ ବିଭାଗର SOP ଜାରି, ଗଣନାକାରୀ ସରକାରୀ ପରିଚୟପତ୍ର ପିନ୍ଧିବା ଜରୁରୀ

ଭଦ୍ରକରେ ମିଶନ ଶକ୍ତିର ମା ମାନେ ଭଲ କାମ କରୁଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରଙ୍କ ବିଭିନ୍ନ ଯୋଜନାରେ ସହଭାଗୀ ହୋଇଛନ୍ତି। ଚଳିତ ବର୍ଷ ସେମାନେ ୨୪୫ କୋଟି ଟଙ୍କା ଋଣ ସୁବିଧା ପାଇପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମିଶନ ଶକ୍ତି କାର୍ଯ୍ୟକ୍ରମ କେବଳ ମା ମାନଙ୍କର ନୁହେଁ, ସାରା ସମାଜରେ ସାମାଜିକ ଓ ଅର୍ଥନୈତିକ ପରିବର୍ତ୍ତନ ଆଣିବ ବୋଲି ସେ କହିଥିଲେ ।

ଆହୁରି ପଢ଼ନ୍ତୁ: ସମର କୋର୍ସ ନାଁରେ ଶିଶୁ ଚାଲାଣ ଅଭିଯୋଗ, ୧୫ ଜଣ ଉଦ୍ଧାର

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ଏବଂ ରାଜ୍ୟର ୭୭ ପ୍ରତିଶତ ଲୋକ ଚିକିତ୍ସାର ବୋଝରୁ ମୁକ୍ତି ପାଇବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ।

ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

26 Nov 2021 By The Sakala

ଭଦ୍ରକରେ ବିଏସକେୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ ସହ ୩ଶହ କୋଟିର ବିଭିନ୍ନ ପ୍ରକଳ୍ପ ଉଦଘାଟନ୍ କଲେ ମୁଖ୍ୟମନ୍ତ୍ରୀ

ଭଦ୍ରକ: ସ୍ୱାସ୍ଥ୍ୟସେବାର ବିକାଶ ଧାରାରେ ଯୋଡ଼ିହୋଇଛି ଭଦ୍ରକ । ଭଦ୍ରକରେ ବିଏସକେୱାଇ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭଦ୍ରକରେ ସ୍ମାର୍ଟ ପ୍ରାୟ ୩ ଲକ୍ଷ ୨୬ ହଜାର ୧୯୨ ଜଣ ଏହି କାର୍ଡ ଦ୍ୱାରା ଉପକୃତ ହେବେ । ପ୍ରାୟ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ କରାଯାଇଛି । ୧୫୯ଟି ପ୍ରକଳ୍ପର ଶୁଭ ଉଦଘାଟନ ସହ ୧୧୨ଟି ପ୍ରକଳ୍ପର ଶୁଭ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଭଦ୍ରକ ଜିଲ୍ଲା ପାଇଁ ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ଯୋଜନା ଆରମ୍ଭ କରି ପ୍ରଥମେ ବନ୍ଦେ ଉତ୍କଳ ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ସ୍ମରଣ କରିଥିଲେ ଏବଂ ଇରମ ମାଟିକୁ ପ୍ରଣାମ ଜଣାଇଥିଲେ ।  ଭଦ୍ରକ ପାଇଁ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ଜିଲ୍ଲା ମୁଖ୍ୟାଳୟ ପାଇଁ ଏକ ୩୦୦ ଶଯ୍ୟାବିଶିଷ୍ଟ ହସ୍‌ପିଟାଲ ବିଲ୍‌ଡିଂର ଭିତ୍ତି ରଖିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭଦ୍ରକ ଜିଲ୍ଲାରେ ୯୫୦ କୋଟି ଟଙ୍କାରେ ଦୁଇଟି ମେଗା ପାଇପ ପାଣି ପ୍ରକଳ୍ପ କାମ ଜାରି ରହିଛି । ଏହାଦ୍ବାରା ୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇବେ ।

ଭଦ୍ରକରେ ମିଶନ ଶକ୍ତିର ମା ମାନେ ଭଲ କାମ କରୁଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରଙ୍କ ବିଭିନ୍ନ ଯୋଜନାରେ ସହଭାଗୀ ହୋଇଛନ୍ତି। ଚଳିତ ବର୍ଷ ସେମାନେ ୨୪୫ କୋଟି ଟଙ୍କା ଋଣ ସୁବିଧା ପାଇପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମିଶନ ଶକ୍ତି କାର୍ଯ୍ୟକ୍ରମ କେବଳ ମା ମାନଙ୍କର ନୁହେଁ, ସାରା ସମାଜରେ ସାମାଜିକ ଓ ଅର୍ଥନୈତିକ ପରିବର୍ତ୍ତନ ଆଣିବ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ଏବଂ ରାଜ୍ୟର ୭୭ ପ୍ରତିଶତ ଲୋକ ଚିକିତ୍ସାର ବୋଝରୁ ମୁକ୍ତି ପାଇବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ।

ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର