ରାଜ୍ୟର ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି 5T ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା,  ଡ୍ରିଙ୍କ ଫ୍ରମ ଟ୍ଯାପ , ପକ୍କା ରାସ୍ତା, ସ୍ୱେରେଜ୍ ସିଷ୍ଟମ୍ ଓ ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଓ ବିଜୁ ଆଦର୍ଶ କଲୋନୀ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସହର ହେଉଛି ଗୋଟିଏ […]

ଭୁବନେଶ୍ବର: ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି 5T ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ପିଇବା ପାଣି ସୁବିଧା,  ଡ୍ରିଙ୍କ ଫ୍ରମ ଟ୍ଯାପ , ପକ୍କା ରାସ୍ତା, ସ୍ୱେରେଜ୍ ସିଷ୍ଟମ୍ ଓ ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଓ ବିଜୁ ଆଦର୍ଶ କଲୋନୀ ଲୋକାର୍ପଣ କରିଛନ୍ତି।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ। ସମୃଦ୍ଧ ସହର ରାଜ୍ୟର ସମୃଦ୍ଧି ବିଷୟରେ ସୂଚନା ଦେଇଥାଏ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ 5T ଉପକ୍ରମରେ ହେଉଥିବା ଏହି ସବୁ ବିକାଶ କାର୍ଯ୍ୟକ୍ରମ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ସବୁ ପ୍ରକଳ୍ପ ଆମର ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବାରେ ସହାୟକ ହେବ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ସୂଚନାଯୋଗ୍ୟ ଯେ,  ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ୪ଟି ସହର ଯଥା କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରକେଲାର ୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ଦିଆଗଲା। ଏଥି ସହିତ ରାଜ୍ୟର ୨୬ଟି ସହରରେ ୬୨୬ଟି ବିଜୁ ଆଦର୍ଶ କଲୋନୀ ଲୋକାର୍ପିତ ହେଲା । ଏହା ଦ୍ୱାରା ୨ ଲକ୍ଷ ପରିବାର ଉପକୃତ ହେଲେ। ଏଥି ସହିତ ୨୬ଟି ସହର ବସ୍ତିମୁକ୍ତ ହେଲା। ସହରର ଅନ୍ୟମାନଙ୍କ ପରି ସେମାନେ ମଧ୍ୟ ସବୁ ମୌଳିକ ସୁବିଧା ସୁଯୋଗ ପାଇଲେ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ରାଜ୍ୟର ଡ୍ରିଙ୍କ ଫ୍ରମ ଟ୍ଯାପ କାର୍ଯ୍ୟକ୍ରମ ଓ ସହରାଞ୍ଚଳ ବିକାଶ କ୍ଷେତ୍ରରେ ସାରା ଦେଶ ପାଇଁ ଏକ ମଡେଲ । ବ୍ରହ୍ମପୁର ସହରର ସବୁ ପରିବାର ଆଜିଠୁ ୨୪ X ୭ ଡ୍ରିଙ୍କ ଫ୍ରମ ଟ୍ଯାପ ସୁବିଧା ପାଇଲେ। ଏହା ସହିତ ରାଜ୍ୟର ୮ଟି ସହରରେ ଡ୍ରିଙ୍କ ଫ୍ରମ ଟ୍ଯାପ ସୁବିଧା ମିଳିଲା ବୋଲି ସେ କହିଥିଲେ । ରାଜ୍ୟରେ ଗ୍ଲୋବାଲ ଷ୍ଟାଣ୍ଡାର୍ଡର ଜନସ୍ୱାସ୍ଥ୍ୟ ବ୍ୟବସ୍ଥାର ବିକାଶରେ ଏହା ଏକ ବଡ ପଦକ୍ଷେପ ବୋଲି କହି ଭଲ ପିଇବା ପାଣି ୫୦ ପ୍ରତିଶତ ସ୍ୱାସ୍ଥ୍ୟ ସମସ୍ୟା ସମାଧାନ କରିଥାଏ ବୋଲି ସେ କହିଥିଲେ।

ପରିମଳ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାନ୍ଧିଜୀଙ୍କ ଭାଷାରେ ଏହା ସ୍ୱାଧୀନତାଠାରୁ ମଧ୍ୟ ଅଧିକ ଜରୁରୀ। ଆଜି କଟକ ଓ ଭୁବନେଶ୍ୱର ପାଇଁ Odisha Integrated Sanitation Improvement Project ଉତ୍ସର୍ଗ କରି ମୁଁ ବହୁତ ଖୁସି। ଏଥି ପାଇଁ ଜାଇକା ସହାୟତାରେ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହା ଦ୍ୱାରା ଭୁବନେଶ୍ୱର ଓ କଟକ ସହରରେ ହୋଇଥିବା Underground Sewerage System, ନୂଆ Sewage Treatment Plant ଓ Improved Drainage Facility ଗୁଡିକ ଆମ ସହରର ପରିଚୟକୁ ଆହୁରି ଉଜ୍ଜଳ କରିବ ବୋଲି ସେ କହିଥିଲେ।

ପାନୀୟ ଜଳ ପ୍ରକଳ୍ପ ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ମଧ୍ୟ ଝାରସୁଗୁଡା, ବ୍ରଜରାଜନଗର ଓ ବେଲପାହାଡ ସହର ସହିତ ଅନେକ ସହରରେ ପାନୀୟ ଜଳ ପ୍ରକଳ୍ପ ଆରମ୍ଭ କରାଗଲା। ଏହା ମାଧ୍ୟମରେ ୨.୬୫ ଲକ୍ଷ ବାସିନ୍ଦା ଉପକୃତ ହେବେ। ଏଥି ସହିତ ଉନ୍ନତି ଓ ମୁକ୍ତା ଯୋଜନାରେ ବିଭିନ୍ନ ସହରରେ ୩୬୯୯ଟି ନୂଆ ପକ୍କା ରାସ୍ତା ଏବଂ ୬୯୬୧ଟି ନାଗରିକ ସୁବିଧା ପ୍ରକଳ୍ପ ଉତ୍ସର୍ଗ କରାଗଲା। ମୁକ୍ତା ଯୋଜନାର କାର୍ଯ୍ୟକାରିତା ଉପରେ ଆନନ୍ଦ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ମୁକ୍ତା ଯୋଜନାରେ ସବୁକାମ ମା’ ମାନଙ୍କ ଦ୍ୱାରା କରାଯାଉଛି ଏବଂ ଭଲ ଭାବରେ ମଧ୍ୟ ଏହିସବୁ କାମ ମା’ ମାନେ ତୁଲାଉଛନ୍ତି।

ଏହି ଆବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୨୪ଟି ସହରରେ ୧୧୬୪ କୋଟି ଟଙ୍କା ମୂଲ୍ୟର ୨୭ଟି ଜଳଯୋଗାଣ ପ୍ରକଳ୍ପ ପାଇଁ ଭିତ୍ତି ରଖିଥିଲେ।

କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ଯୋଗଦେଇ କହିଥିଲେ ଯେ ଆଜି ସୁଦ୍ଧା ୨ ଲକ୍ଷ ୩୫ ହଜାର ପରିବାରକୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କରାଯାଇଛି। ୧୬୩୬ଟି ବସ୍ତିକୁ ବିଜୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି। ଆଜି ୪ଟି ମହାନଗର ନିଗମର ୨୧,୪୨୭ ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରାଗଲା। ଏଥି ସହିତ ପାନୀୟ ଜଳ ପ୍ରକଳ୍ପ, ଡ୍ରିଙ୍କ ଫ୍ରମ ଟ୍ଯାପ ପ୍ରକଳ୍ପ, ଉନ୍ନତି ଯୋଜନାରେ ବିଭିନ୍ନ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମ ଆରମ୍ଭ କରାଗଲା। ଏହି ସବୁ ପ୍ରକଳ୍ପ ଗୁଡିକ 5T ଉପକ୍ରମରେ ସମ୍ପନ୍ନ ହୋଇଛି।

କାର୍ଯ୍ୟକ୍ରମରେ ଭୂମି ଅଧିକାର ପ୍ରମାଣ ପତ୍ର ପାଇଥିବା ହିତାଧିକାରୀ, କଟକର ସତ୍ୟଭାମା ନାୟକ, ସମ୍ବଲପୁରର ନିଖିଳା ପରିଡା, ରାଉରକେଲାର ରୋଜାଲିନ ରାଉତ ଏବଂ ବ୍ରହ୍ମପୁରର ବନିତା ଘଡେଇ ତାଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ଦୀର୍ଘ ବର୍ଷ ଧରି ଆମେ ବସ୍ତି ଭିତରେ ବହୁ ଅସୁବିଧା ମଧ୍ୟରେ ଘର କରି ରହୁଥିଲୁ। ମନରେ ଭୟ ମଧ୍ୟ ଥିଲା। କାଳେ କେତେବେଳେ ଘରୁ କିଏ ବାହାର କରିଦେବ। ଆଜି ମୁଖ୍ୟମନ୍ତ୍ରୀ ଭୂମି ପ୍ରମାଣପତ୍ର ପ୍ରଦାନ କରି ଆମ ମନରୁ ଭୟ ଦୂର କରିଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଆମକୁ ସୁବିଧାରେ ରଖିବାପାଇଁ କଥା ଦେଇଥିଲେ । ସେ ତାଙ୍କ କଥା ରଖିଲେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଆମେ ଅଶେଷ କୃତଜ୍ଞତା ଓ ଧନ୍ୟବାଦ ଜଣାଉଛୁ।

ସେହିପରି ବ୍ରହ୍ମପୁରର ଡ୍ରିଙ୍କ ଫ୍ରମ ଟ୍ଯାପ ହିତାଧିକାରୀ ଜୟନ୍ତୀ ଗୌଡ କହିଥିଲେ ଯେ ବ୍ରହ୍ମପୁରରେ ପିଇବା ପାଣିର ବହୁ ସମସ୍ୟା ରହିଥିଲା। ଏବେ ମୁଖ୍ୟମନ୍ତ୍ରୀଙ୍କ ଯୋଗୁ ୨୪ ଘଣ୍ଟିଆ ପିଇବା ପାଣି ପାଇବୁ। ସେମାନଙ୍କ ପାଇଁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେଇଥିବାରୁ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଅଶେଷ କୃତଜ୍ଞତା ଓ ଧନ୍ୟବାଦ ଜଣାଇଥିଲେ।

କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜି ମାଥି ଭାଥନନ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ପୌର ପ୍ରଶାସନ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

29 Feb 2024 By The Sakala

https://www.thesakala.in/latest-odisha-news/cm-launched-development-projects-in-various-cities-of-the-state/article-30309
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର