ଶ୍ରୀକ୍ଷେତ୍ରକୁ ଗଡ଼ିଲା ଜଗନ୍ନାଥ ଏକ୍ସପ୍ରେସ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସ ଗୁଡ଼ିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ରେ ଟିକେଟର ମୂଲ୍ୟ ମାତ୍ର ୫୦ ପ୍ରତିଶତ ରହିବ। ସେ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଯୋଜନାରେ ମା’ମାନଙ୍କ ପାଇଁ ଟିକେଟ ଦାମ୍‌ ମାତ୍ର ୫ ଟଙ୍କା ରହିଛି। ଏହା ମା’ମାନଙ୍କ ପାଇଁ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସ ଗୁଡ଼ିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ରେ ଟିକେଟର ମୂଲ୍ୟ ମାତ୍ର ୫୦ ପ୍ରତିଶତ ରହିବ। ସେ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଯୋଜନାରେ ମା’ମାନଙ୍କ ପାଇଁ ଟିକେଟ ଦାମ୍‌ ମାତ୍ର ୫ ଟଙ୍କା ରହିଛି। ଏହା ମା’ମାନଙ୍କ ପାଇଁ ବହୁ ସୁବିଧା ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

5T ଉପକ୍ରମରେ ଆରମ୍ଭ ହୋଇଥିବା ଲକ୍ଷ୍ମୀ ବସ୍‌ସେବା ଯୋଜନା ଅଧିନରେ ଏହି ବସ୍‌ ସେବା ଆରମ୍ଭ ହୋଇଛି। ରାଜ୍ୟର ୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ଏହି ଯୋଜନାରେ ଚଳାଚଳ କରିବ। ଆଜି ପ୍ରଥମ ପର୍ଯ୍ୟାୟରେ ୧୨ ଜିଲ୍ଲାରୁ ଏହି ସେବା ଆରମ୍ଭ ହେଲା। ଏହି ଜିଲ୍ଲା ଗୁଡିକ ହେଲା- ବଲାଙ୍ଗିର, ବରଗଡ, ଗଞ୍ଜାମ, ଝାରସୁଗୁଡା, କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟବାସୀଙ୍କୁ ପୁରୀଧାମ ଆସି ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ଲାଭ କରିବା ପାଇଁ ଆମର ଏହି ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ସେବା ଆରମ୍ଭ ହୋଇଛି। ଆପଣମାନେ ସମସ୍ତେ ଏହାର ସୁଯୋଗ ନିଅନ୍ତୁ ଓ ମହାପ୍ରଭୁଙ୍କ ଆଶୀର୍ବାଦ ଲାଭ କରନ୍ତୁ ।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହଥିଲେ ଯେ, ମହାପ୍ରଭୁଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଗତକାଲି ଲୋକାର୍ପଣ ହୋଇଛି। ଏହି ପ୍ରକଳ୍ପ ଦ୍ୱାରା ମନ୍ଦିରର ଆହୁରି ଶୋଭା ବର୍ଦ୍ଧନ ହେବା ସହିତା ପରିବେଶକୁ ଆହୁରି ଭକ୍ତିମୟ କରିଛି। ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କ ପାଇଁ ସୁବିଧା ଦର୍ଶନର ବ୍ୟବସ୍ଥା କରାଯାଇଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆପଣମାନଙ୍କ ପାଇଁ ଆରାମଦାୟକ ବସ୍‌ସେବା ଆରମ୍ଭ ହେଲା। ଆପଣମାନେ ସୁବିଧାରେ ପୁରୀ ଆସି ମହାପ୍ରଭୁଙ୍କ କୃପା ଲାଭ କରିବେ ବୋଲି ମୋର ବିଶ୍ୱାସ ବୋଲି ସେ କହିଥିଲେ।

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଏବେ ଗାଁ ଗାଁ ରେ ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଓ ପ୍ରସାର ପାଇଁ ପଦକ୍ଷେପ ନିଆଯାଉଛି। ଆମର ଲୋକପ୍ରିୟ ଲକ୍ଷ୍ମୀ ବସ ଯୋଜନାରେ ଆମେ ପଞ୍ଚାୟତକୁ ବ୍ଲକ ସଦର ମହକୁମା ସହିତ ଯୋଡ଼ିଛୁ। ଯୋଗାଯୋଗ କ୍ଷେତ୍ରରେ ଲକ୍ଷ୍ମୀ ବସ ଏବେ ରୂପାନ୍ତର ଆଣିଛି। ଜିଲ୍ଲା ସଦରମହକୁମାରୁ ଶ୍ରୀକ୍ଷେତ୍ରକୁ ସିଧା ସଳଖ ବସ୍‌ ବ୍ୟବସ୍ଥା ଦ୍ୱାରା ରାଜ୍ୟର ଗମନାଗମନ ଓ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ ହେବ। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ, ଭକ୍ତ ଓ ଜଗନ୍ନାଥପ୍ରେମୀଙ୍କୁ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ଲାଭକରିବାର ସୌଭାଗ୍ୟ ଅର୍ଜନ କରିବାରେ ଏହି ବସ୍‌ସେବା ସହାୟତା ପ୍ରଦାନ କରିବ । ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ଓଡିଶା ବିକାଶର ଶିଖରରେ ପହଞ୍ଚିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ବଲାଙ୍ଗିରରେ ଉପସ୍ଥିତ ଥିବା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଲେ ଯେ ସାଧାରଣ ଲୋକଙ୍କ ପ୍ରତିଶୃତି ପୂରଣ କରିବାରେ ମୁଖ୍ୟମନ୍ତ୍ରୀଙ୍କର ତୁଳନା ନାହିଁ। ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ ଏ କ୍ଷେତ୍ରରେ ଆଉ ଏକ ମାଇଲଷ୍ଟୋନ ବୋଲି ସେ କହିଥିଲେ। ସେ କହିଥିଲେ ମୁଖ୍ୟମନ୍ତ୍ରୀଙ୍କ ସବୁ କାର୍ଯ୍ୟକ୍ରମ ମହିଳାମାନଙ୍କୁ ଅଧିକ ସଶକ୍ତ କରୁଛି। ମୁଖ୍ୟମନ୍ତ୍ରୀଙ୍କ ସମସ୍ତ କାର୍ଯ୍ୟକ୍ରମର ମଙ୍ଗ ଧରି 5T ଅଧ୍ୟକ୍ଷ ସବୁ ଯୋଜନା ସଫଳ କରୁଛନ୍ତି ବୋଲି ସେ କହିଥିଲେ।

5T ଅଧ୍ୟକ୍ଷ  କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ପ୍ରମୁଖ ସଚିବ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ
ବିଧାୟକ ଶ୍ରୀ ଭୂପିନ୍ଦର ସିଂହ, ଉନ୍ନୟନ କମିଶନର ଅନୁ ଗର୍ଗ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ

18 Jan 2024 By The Sakala

ଶ୍ରୀକ୍ଷେତ୍ରକୁ ଗଡ଼ିଲା ଜଗନ୍ନାଥ ଏକ୍ସପ୍ରେସ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସ ଗୁଡ଼ିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ରେ ଟିକେଟର ମୂଲ୍ୟ ମାତ୍ର ୫୦ ପ୍ରତିଶତ ରହିବ। ସେ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଯୋଜନାରେ ମା’ମାନଙ୍କ ପାଇଁ ଟିକେଟ ଦାମ୍‌ ମାତ୍ର ୫ ଟଙ୍କା ରହିଛି। ଏହା ମା’ମାନଙ୍କ ପାଇଁ ବହୁ ସୁବିଧା ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

5T ଉପକ୍ରମରେ ଆରମ୍ଭ ହୋଇଥିବା ଲକ୍ଷ୍ମୀ ବସ୍‌ସେବା ଯୋଜନା ଅଧିନରେ ଏହି ବସ୍‌ ସେବା ଆରମ୍ଭ ହୋଇଛି। ରାଜ୍ୟର ୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ଏହି ଯୋଜନାରେ ଚଳାଚଳ କରିବ। ଆଜି ପ୍ରଥମ ପର୍ଯ୍ୟାୟରେ ୧୨ ଜିଲ୍ଲାରୁ ଏହି ସେବା ଆରମ୍ଭ ହେଲା। ଏହି ଜିଲ୍ଲା ଗୁଡିକ ହେଲା- ବଲାଙ୍ଗିର, ବରଗଡ, ଗଞ୍ଜାମ, ଝାରସୁଗୁଡା, କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟବାସୀଙ୍କୁ ପୁରୀଧାମ ଆସି ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ଲାଭ କରିବା ପାଇଁ ଆମର ଏହି ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ସେବା ଆରମ୍ଭ ହୋଇଛି। ଆପଣମାନେ ସମସ୍ତେ ଏହାର ସୁଯୋଗ ନିଅନ୍ତୁ ଓ ମହାପ୍ରଭୁଙ୍କ ଆଶୀର୍ବାଦ ଲାଭ କରନ୍ତୁ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହଥିଲେ ଯେ, ମହାପ୍ରଭୁଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଗତକାଲି ଲୋକାର୍ପଣ ହୋଇଛି। ଏହି ପ୍ରକଳ୍ପ ଦ୍ୱାରା ମନ୍ଦିରର ଆହୁରି ଶୋଭା ବର୍ଦ୍ଧନ ହେବା ସହିତା ପରିବେଶକୁ ଆହୁରି ଭକ୍ତିମୟ କରିଛି। ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କ ପାଇଁ ସୁବିଧା ଦର୍ଶନର ବ୍ୟବସ୍ଥା କରାଯାଇଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆପଣମାନଙ୍କ ପାଇଁ ଆରାମଦାୟକ ବସ୍‌ସେବା ଆରମ୍ଭ ହେଲା। ଆପଣମାନେ ସୁବିଧାରେ ପୁରୀ ଆସି ମହାପ୍ରଭୁଙ୍କ କୃପା ଲାଭ କରିବେ ବୋଲି ମୋର ବିଶ୍ୱାସ ବୋଲି ସେ କହିଥିଲେ।

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଏବେ ଗାଁ ଗାଁ ରେ ଜଗନ୍ନାଥ ସଂସ୍କୃତିର ସୁରକ୍ଷା ଓ ପ୍ରସାର ପାଇଁ ପଦକ୍ଷେପ ନିଆଯାଉଛି। ଆମର ଲୋକପ୍ରିୟ ଲକ୍ଷ୍ମୀ ବସ ଯୋଜନାରେ ଆମେ ପଞ୍ଚାୟତକୁ ବ୍ଲକ ସଦର ମହକୁମା ସହିତ ଯୋଡ଼ିଛୁ। ଯୋଗାଯୋଗ କ୍ଷେତ୍ରରେ ଲକ୍ଷ୍ମୀ ବସ ଏବେ ରୂପାନ୍ତର ଆଣିଛି। ଜିଲ୍ଲା ସଦରମହକୁମାରୁ ଶ୍ରୀକ୍ଷେତ୍ରକୁ ସିଧା ସଳଖ ବସ୍‌ ବ୍ୟବସ୍ଥା ଦ୍ୱାରା ରାଜ୍ୟର ଗମନାଗମନ ଓ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ ହେବ। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ, ଭକ୍ତ ଓ ଜଗନ୍ନାଥପ୍ରେମୀଙ୍କୁ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ଲାଭକରିବାର ସୌଭାଗ୍ୟ ଅର୍ଜନ କରିବାରେ ଏହି ବସ୍‌ସେବା ସହାୟତା ପ୍ରଦାନ କରିବ । ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ଓଡିଶା ବିକାଶର ଶିଖରରେ ପହଞ୍ଚିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ବଲାଙ୍ଗିରରେ ଉପସ୍ଥିତ ଥିବା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଲେ ଯେ ସାଧାରଣ ଲୋକଙ୍କ ପ୍ରତିଶୃତି ପୂରଣ କରିବାରେ ମୁଖ୍ୟମନ୍ତ୍ରୀଙ୍କର ତୁଳନା ନାହିଁ। ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍ ଏ କ୍ଷେତ୍ରରେ ଆଉ ଏକ ମାଇଲଷ୍ଟୋନ ବୋଲି ସେ କହିଥିଲେ। ସେ କହିଥିଲେ ମୁଖ୍ୟମନ୍ତ୍ରୀଙ୍କ ସବୁ କାର୍ଯ୍ୟକ୍ରମ ମହିଳାମାନଙ୍କୁ ଅଧିକ ସଶକ୍ତ କରୁଛି। ମୁଖ୍ୟମନ୍ତ୍ରୀଙ୍କ ସମସ୍ତ କାର୍ଯ୍ୟକ୍ରମର ମଙ୍ଗ ଧରି 5T ଅଧ୍ୟକ୍ଷ ସବୁ ଯୋଜନା ସଫଳ କରୁଛନ୍ତି ବୋଲି ସେ କହିଥିଲେ।

5T ଅଧ୍ୟକ୍ଷ  କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ପ୍ରମୁଖ ସଚିବ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ
ବିଧାୟକ ଶ୍ରୀ ଭୂପିନ୍ଦର ସିଂହ, ଉନ୍ନୟନ କମିଶନର ଅନୁ ଗର୍ଗ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର