ଡ୍ରେନରେ ପଡ଼ି ନାବାଳକ ମୃତ୍ୟୁ ଘଟଣା :ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

The Sakala Picture
Published On

ଭୁବନେଶ୍ବର : ଆଜି ଭୁବନେଶ୍ବରର ୟୁନିଟ୍‌-୩ ଅଞ୍ଚଳର ମସ୍‌ଜିଦ କଲୋନୀରେ ମୁକୁଳା ଡ୍ରେନ୍‌ରେ ପଡି ଆବୁ ବକର ସାହା ନାମକ ଏକ ବାଳକର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବାଳକଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ଚାରି ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହା ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ପ୍ରଦାନ କରାଯିବ। ସୂଚନାଯୋଗ୍ୟ ଆଜି ଅପରାହ୍ନରେ ରାଜଧାନୀ […]

ଭୁବନେଶ୍ବର : ଆଜି ଭୁବନେଶ୍ବରର ୟୁନିଟ୍‌-୩ ଅଞ୍ଚଳର ମସ୍‌ଜିଦ କଲୋନୀରେ ମୁକୁଳା ଡ୍ରେନ୍‌ରେ ପଡି ଆବୁ ବକର ସାହା ନାମକ ଏକ ବାଳକର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବାଳକଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ଚାରି ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହା ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ପ୍ରଦାନ କରାଯିବ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଜମି କିଣା ବିକା ହେବ ସମ୍ପୂର୍ଣ୍ଣ କ୍ୟାସ ଲେସ୍‌: ରାଜସ୍ବ ମନ୍ତ୍ରୀ

ସୂଚନାଯୋଗ୍ୟ ଆଜି ଅପରାହ୍ନରେ ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଥିଲା। ସେହି ସମୟରେ ଲକ୍ଷ୍ମୀସାଗର ୟୁନିଟ-୩ ମସଜିଦ୍‌ କଲୋନୀର ଏସ୍‌କେ ରାଜେଶ୍‌ ଓ ତାଙ୍କ ସାଥୀମାନେ ଡ୍ରେନ୍‌ ପାଖରେ ଖେଳୁଥିଲେ। ପ୍ରାୟ ସାଢ଼େ ୨ଟାରେ ମୁକୁଳା ଡ୍ରେନ୍‌ରେ ବେଲୁନ୍‌ ଭାସି ଭାସି ଯାଉଥିଲା। ସେହି ବେଲ୍‌ନକୁ ଆଣିବା ପାଇଁ ଏସ୍‌କେ ରାଜେଶ୍‌ ଓ ତାଙ୍କର କିଛି ସାଥୀମାନେ ଡ୍ରେନ୍‌ ଭିତରକୁ ଯାଇଥିଲା। ବେଲୁନ୍‌ ଆଣୁଥିବା ବେଳେ ପ୍ରବଳ ବେଗରେ ଆସୁଥିବା ବର୍ଷା ପାଣିରେ ଭାସି ଯାଇଥିଲେ ଏସ୍‌କେ ରାଜେଶ୍‌। ତାଙ୍କ ସାଥୀମାନେ ବର୍ତ୍ତି ଯାଇଥିଲେ। ସେମାନେ ଚିତ୍କାର କରିବାରୁ ସାହି ଲୋକେ ଉଦ୍ଧାର ପାଇଁ ଡ୍ରେନ୍‌ ଭିତରେ ପଶିଥିଲେ ହେଲେ ପିଲାଟିକୁ ପାଇନଥିଲେ।

ଆହୁରି ପଢ଼ନ୍ତୁ: ରଥଯାତ୍ରା ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଏହାପରେ ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଉଦ୍ଧାର ପାଇଁ ଘଟଣାସ୍ଥଳକୁ ଯାଇଥିଲେ। ପ୍ରାୟ ଘଣ୍ଟାଏ ପରେ ଲକ୍ଷ୍ମୀସାଗର ଓସ୍କାର ସିଟି ନିକଟ ନାଳରୁ ଚେତାଶୂନ୍ୟ ଅବସ୍ଥାରେ ରାଜେଶଙ୍କୁ ଉଦ୍ଧାର କରିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଭୁବନେଶ୍ୱର କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, FIR ରୁଜୁ କରିବ SCERT

18 Jun 2024 By The Sakala

ଡ୍ରେନରେ ପଡ଼ି ନାବାଳକ ମୃତ୍ୟୁ ଘଟଣା :ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ବର : ଆଜି ଭୁବନେଶ୍ବରର ୟୁନିଟ୍‌-୩ ଅଞ୍ଚଳର ମସ୍‌ଜିଦ କଲୋନୀରେ ମୁକୁଳା ଡ୍ରେନ୍‌ରେ ପଡି ଆବୁ ବକର ସାହା ନାମକ ଏକ ବାଳକର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବାଳକଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ଚାରି ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହା ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ପ୍ରଦାନ କରାଯିବ।

ସୂଚନାଯୋଗ୍ୟ ଆଜି ଅପରାହ୍ନରେ ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଥିଲା। ସେହି ସମୟରେ ଲକ୍ଷ୍ମୀସାଗର ୟୁନିଟ-୩ ମସଜିଦ୍‌ କଲୋନୀର ଏସ୍‌କେ ରାଜେଶ୍‌ ଓ ତାଙ୍କ ସାଥୀମାନେ ଡ୍ରେନ୍‌ ପାଖରେ ଖେଳୁଥିଲେ। ପ୍ରାୟ ସାଢ଼େ ୨ଟାରେ ମୁକୁଳା ଡ୍ରେନ୍‌ରେ ବେଲୁନ୍‌ ଭାସି ଭାସି ଯାଉଥିଲା। ସେହି ବେଲ୍‌ନକୁ ଆଣିବା ପାଇଁ ଏସ୍‌କେ ରାଜେଶ୍‌ ଓ ତାଙ୍କର କିଛି ସାଥୀମାନେ ଡ୍ରେନ୍‌ ଭିତରକୁ ଯାଇଥିଲା। ବେଲୁନ୍‌ ଆଣୁଥିବା ବେଳେ ପ୍ରବଳ ବେଗରେ ଆସୁଥିବା ବର୍ଷା ପାଣିରେ ଭାସି ଯାଇଥିଲେ ଏସ୍‌କେ ରାଜେଶ୍‌। ତାଙ୍କ ସାଥୀମାନେ ବର୍ତ୍ତି ଯାଇଥିଲେ। ସେମାନେ ଚିତ୍କାର କରିବାରୁ ସାହି ଲୋକେ ଉଦ୍ଧାର ପାଇଁ ଡ୍ରେନ୍‌ ଭିତରେ ପଶିଥିଲେ ହେଲେ ପିଲାଟିକୁ ପାଇନଥିଲେ।

ଏହାପରେ ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଉଦ୍ଧାର ପାଇଁ ଘଟଣାସ୍ଥଳକୁ ଯାଇଥିଲେ। ପ୍ରାୟ ଘଣ୍ଟାଏ ପରେ ଲକ୍ଷ୍ମୀସାଗର ଓସ୍କାର ସିଟି ନିକଟ ନାଳରୁ ଚେତାଶୂନ୍ୟ ଅବସ୍ଥାରେ ରାଜେଶଙ୍କୁ ଉଦ୍ଧାର କରିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଭୁବନେଶ୍ୱର କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର