ବିଦାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଦାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ । କାଲି ବିଦାୟ ନେବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ । ନୂଆ ରାଜ୍ୟପାଳ ରଘୁବର ଦାସ ୩୧ରେ ଶପଥ ନେବେ। ସେପଟେ ଦାୟିତ୍ୱ ଗ୍ରହଣ ପୂର୍ବରୁ ଗତକାଲି ନୂଆ ରାଜ୍ୟପାଳ ରଘୁବର ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି କହିଥିଲେ ଯେ, ନୂଆ ସାମ୍ବିଧାନିକ ଦାୟିତ୍ୱ ତାଙ୍କ ପାଇଁ ଏକ ଗୁରୁଦାୟିତ୍ୱ ଏବଂ ଏହାକୁ […]

ଭୁବନେଶ୍ବର: ବିଦାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ । କାଲି ବିଦାୟ ନେବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ।
ନୂଆ ରାଜ୍ୟପାଳ ରଘୁବର ଦାସ ୩୧ରେ ଶପଥ ନେବେ।

ସେପଟେ ଦାୟିତ୍ୱ ଗ୍ରହଣ ପୂର୍ବରୁ ଗତକାଲି ନୂଆ ରାଜ୍ୟପାଳ ରଘୁବର ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି କହିଥିଲେ ଯେ, ନୂଆ ସାମ୍ବିଧାନିକ ଦାୟିତ୍ୱ ତାଙ୍କ ପାଇଁ ଏକ ଗୁରୁଦାୟିତ୍ୱ ଏବଂ ଏହାକୁ ସେ ନିଷ୍ଠାର ସହ ପାଳନ କରିବି। ଓଡ଼ିଶା କିଭଳି ବିକାଶର ନୂଆ ଶିଖର ଛୁଇଁବ ଏବଂ ସରକାରଙ୍କ ସହ ସମନ୍ୱୟ ରଖି କାମ କରାଯାଇ ପାରିବ ସେ ଦିଗରେ ଗୁରୁତ୍ୱ ଦେବେ ବୋଲି କହିଥିଲେ ରଘୁବର ଦାସ ।

 

About The Author: The Sakala