ବଜ୍ରପାତରେ ଆଜି ଦିନକରେ ୯ ଜଣଙ୍କ ମୃତ୍ୟୁ; ମୃତବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୁଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ଘଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ ମୟୁରଭଂଜ, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ କେନ୍ଦୁଝର, ଢେଙ୍କାନାଳ ଓ ଗଞ୍ଜାମ ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର […]

ଭୁବନେଶ୍ୱର: ଆଜି ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ଘଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ସୂଚନା ଅନୁଯାୟୀ ମୟୁରଭଂଜ, ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ କେନ୍ଦୁଝର, ଢେଙ୍କାନାଳ ଓ ଗଞ୍ଜାମ ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।

About The Author: The Sakala