ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପର ୪ ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବା ସହ ୧୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

Madhusudan Das Picture
Published On

ଭୁବନେଶ୍ୱର: ଶ୍ରୀଲଙ୍କାର କଲମ୍ବୋଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ ନେପାଳକୁ ପରାସ୍ତ କରି  ଇତିହାସ ସୃଷ୍ଟି କରିଛି। ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ ବାଲେଶ୍ୱରର ଫୁଲ ସୋରେନ, ମୟୂରଭଞ୍ଜର ପାର୍ବତୀ ମାର୍ଣ୍ଡି, ଯମୁନାରାଣୀ ଟୁଡୁ ଏବଂ ବାସନ୍ତୀ ହାଁସଦା  ପ୍ରତିନିଧିତ୍ବ କରିଥିଲେ। ଆଜି ସେଠାରୁ ଫେରିବା ପରେ, ବିଶ୍ୱ ଚାମ୍ପିଅନମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ବାସଭବନ ଠାରେ ଅଭିନନ୍ଦନ ଜଣାଇବା ସହିତ ସମ୍ବର୍ଦ୍ଧିତ କରିଥିଲେ । ଏଥି ସହିତ ପ୍ରତ୍ୟେକ ଖେଳାଳୀଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କାର ସ୍ୱରୂପ ୧୧ ଲକ୍ଷ ଟଙ୍କା ଲେଖାଏଁ ଅର୍ଥ ରାଶି ଚେକ୍ ଆକାରରେ ପ୍ରଦାନ କରିଥିଲେ।

ଆହୁରି ପଢ଼ନ୍ତୁ: ଆତଙ୍କୀ ଲିଙ୍କ୍‌ରେ ଓଡ଼ିଆ ଯୁବକ ଶେଖ୍ ଇମ୍ରାନ ସମେତ ୪ଜଣଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

ମୁଖ୍ୟମନ୍ତ୍ରୀ ଖେଳାଳୀମାନଙ୍କର ଦୃଢ଼ ନିଷ୍ଠା ଓ ଉଲ୍ଲେଖନୀୟ ପ୍ରଦର୍ଶନକୁ ପ୍ରଶଂସା କରି ନିଜର ନିଷ୍ଠା ଓ ଅଧ୍ୟବସାୟ ବଳରେ ଖେଳରେ ଉତ୍କର୍ଷ ପ୍ରଦର୍ଶନ କରି ଆପଣମାନେ, ଦେଶ ଓ ରାଜ୍ୟ ପାଇଁ ଯଶ ଆଣିଛନ୍ତି ବୋଲି କହିଥିଲେ। ପ୍ରତ୍ୟେକ ଓଡିଆଙ୍କ ପାଇଁ ଆପଣମାନେ ପ୍ରେରଣା ହୋଇଛନ୍ତି ବୋଲି ମତ ଦେଇ ଆତ୍ମବିଶ୍ୱାସର ସହ ଏହି ବିଜୟ ଯାତ୍ରା ଜାରି ରଖିବାକୁ ସେ ଖେଳାଳୀମାନଙ୍କୁ ଉପଦେଶ ଦେଇଥିଲେ। 

ଆହୁରି ପଢ଼ନ୍ତୁ: ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା

01 Dec 2025 By Madhusudan Das

ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପର ୪ ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବା ସହ ୧୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀଲଙ୍କାର କଲମ୍ବୋଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ ନେପାଳକୁ ପରାସ୍ତ କରି  ଇତିହାସ ସୃଷ୍ଟି କରିଛି। ଏହି ବିଶ୍ଵକପ ଦଳରେ ଓଡ଼ିଶାରୁ ୪ ଜଣ ବାଲେଶ୍ୱରର ଫୁଲ ସୋରେନ, ମୟୂରଭଞ୍ଜର ପାର୍ବତୀ ମାର୍ଣ୍ଡି, ଯମୁନାରାଣୀ ଟୁଡୁ ଏବଂ ବାସନ୍ତୀ ହାଁସଦା  ପ୍ରତିନିଧିତ୍ବ କରିଥିଲେ। ଆଜି ସେଠାରୁ ଫେରିବା ପରେ, ବିଶ୍ୱ ଚାମ୍ପିଅନମାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ବାସଭବନ ଠାରେ ଅଭିନନ୍ଦନ ଜଣାଇବା ସହିତ ସମ୍ବର୍ଦ୍ଧିତ କରିଥିଲେ । ଏଥି ସହିତ ପ୍ରତ୍ୟେକ ଖେଳାଳୀଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କାର ସ୍ୱରୂପ ୧୧ ଲକ୍ଷ ଟଙ୍କା ଲେଖାଏଁ ଅର୍ଥ ରାଶି ଚେକ୍ ଆକାରରେ ପ୍ରଦାନ କରିଥିଲେ।

ମୁଖ୍ୟମନ୍ତ୍ରୀ ଖେଳାଳୀମାନଙ୍କର ଦୃଢ଼ ନିଷ୍ଠା ଓ ଉଲ୍ଲେଖନୀୟ ପ୍ରଦର୍ଶନକୁ ପ୍ରଶଂସା କରି ନିଜର ନିଷ୍ଠା ଓ ଅଧ୍ୟବସାୟ ବଳରେ ଖେଳରେ ଉତ୍କର୍ଷ ପ୍ରଦର୍ଶନ କରି ଆପଣମାନେ, ଦେଶ ଓ ରାଜ୍ୟ ପାଇଁ ଯଶ ଆଣିଛନ୍ତି ବୋଲି କହିଥିଲେ। ପ୍ରତ୍ୟେକ ଓଡିଆଙ୍କ ପାଇଁ ଆପଣମାନେ ପ୍ରେରଣା ହୋଇଛନ୍ତି ବୋଲି ମତ ଦେଇ ଆତ୍ମବିଶ୍ୱାସର ସହ ଏହି ବିଜୟ ଯାତ୍ରା ଜାରି ରଖିବାକୁ ସେ ଖେଳାଳୀମାନଙ୍କୁ ଉପଦେଶ ଦେଇଥିଲେ। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର