ଚାଷୀଙ୍କୁ ନୂଆଁଖାଇ ଭେଟି : ୪୬ ଲକ୍ଷରୁ ଉର୍ଦ୍ଧ୍ବ ଚାଷୀଙ୍କ ଆକାଉଣ୍ଟକୁ ଗଲା ୯୨୫ କୋଟିର ସିଏମ୍‌‌ କିଷାନ ଟଙ୍କା

The Sakala Picture
Published On

ଭୁବନେଶ୍ୱର: ଚାଷୀଙ୍କ ଖାତାକୁ ଆସିଲା ‘ସିଏମ୍‌‌ କିଷାନ’ ଟଙ୍କା ।  ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଅବସରରେ ଚାଷୀଙ୍କୁ ଆକାଉଣ୍ଟକୁ ସିଏମ୍‌‌ କିଷାନ ଟଙ୍କା ପଠାଇଛନ୍ତି ରାଜ୍ୟ ସରକାର । ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍‌‌ କିଷାମ ଯୋଜନାର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ ଅଡିଟୋରିୟମରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଜନାର ଶୁଭାରମ୍ଭ କରିବା ସହ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନଙ୍କୁ ୯୨୫ କୋଟି […]

ଭୁବନେଶ୍ୱର: ଚାଷୀଙ୍କ ଖାତାକୁ ଆସିଲା ‘ସିଏମ୍‌‌ କିଷାନ’ ଟଙ୍କା ।  ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଅବସରରେ ଚାଷୀଙ୍କୁ ଆକାଉଣ୍ଟକୁ ସିଏମ୍‌‌ କିଷାନ ଟଙ୍କା ପଠାଇଛନ୍ତି ରାଜ୍ୟ ସରକାର । ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍‌‌ କିଷାମ ଯୋଜନାର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ ଅଡିଟୋରିୟମରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଜନାର ଶୁଭାରମ୍ଭ କରିବା ସହ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନଙ୍କୁ ୯୨୫ କୋଟି ଟଙ୍କାରୁ ଊର୍ଦ୍ଧ୍ବ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି ବେଦାନ୍ତ

ଡିବିଟି ମାଧ୍ୟମରେ ଏହି ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସିଏମ୍‌‌ କିଷାନ ପୋର୍ଟାଲର ଉନ୍ମୋଚନ କରିଛନ୍ତି । ଏହାସହ ପିଏମ୍‌‌ କିଷାନ ଯୋଜନାର ସ୍ୱତନ୍ତ୍ର ଅଭିଯାନ ସହ କୃଷକ ଓଡ଼ିଶା ୟୁନିଫାଏଡ୍‌‌ ପୋର୍ଟାଲର ମଧ୍ୟ ଉନ୍ମୋଚନ କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୫ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା

ସୂଚନାଯୋଗ୍ୟ ଯେ ସିଏମ୍‌‌ କିଷାନ ପୋର୍ଟାଲ ଅଧିନରେ ସିଏମ୍‌‌ କିଷାନ ଓ ପିଏମ୍‌‌ କିଷାନ ଯୋଜନାରେ ନୂଆ ହିତାଧିକାରୀଙ୍କ ନାମ ପଞ୍ଜୀକରଣ କରାଯାଇପାରିବ। ସେହିପରି ପିଏମ୍‌‌ କିଷାନ ଯୋଜନାରେ ସ୍ୱତନ୍ତ୍ର ପଦକ୍ଷେପ ଭାବେ ଆଗାମୀ ୨ ମାସ ପର୍ଯ୍ୟନ୍ତ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ପିଏମ୍‌‌ କିଷାନ ଯୋଜନାର ସ୍ୱତନ୍ତ୍ର ଅଭିଯାନ ଆଜିଠୁ ଆରମ୍ଭ ହୋଇଛି। ଅପରପକ୍ଷେ କୃଷକ ଓଡ଼ିଶା ୟୁନିଫାଏ୍‌‌ ପୋର୍ଟାଲ ମାଧ୍ୟମରେ ଚାଷୀମାନେ ଗୋଟିଏ ସ୍ଥାନରେ ବିଭିନ୍ନ କୃଷି ଓ ଆନୁଷଙ୍ଗିକ ବିଭାଗ ସମ୍ବନ୍ଧୀୟ ଯୋଜନାରେ ଆବେଦନ କରିପାରିବେ।

ଆହୁରି ପଢ଼ନ୍ତୁ: ଆତଙ୍କିତ ହେବାର ଆବଶ୍ୟକତା ନାହିଁ, କୋଭିଡ୍ ବର୍ତ୍ତମାନ ସାଧାରଣ ଫ୍ଲୁ ଭଳି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

08 Sep 2024 By The Sakala

ଚାଷୀଙ୍କୁ ନୂଆଁଖାଇ ଭେଟି : ୪୬ ଲକ୍ଷରୁ ଉର୍ଦ୍ଧ୍ବ ଚାଷୀଙ୍କ ଆକାଉଣ୍ଟକୁ ଗଲା ୯୨୫ କୋଟିର ସିଏମ୍‌‌ କିଷାନ ଟଙ୍କା

ଭୁବନେଶ୍ୱର: ଚାଷୀଙ୍କ ଖାତାକୁ ଆସିଲା ‘ସିଏମ୍‌‌ କିଷାନ’ ଟଙ୍କା ।  ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଅବସରରେ ଚାଷୀଙ୍କୁ ଆକାଉଣ୍ଟକୁ ସିଏମ୍‌‌ କିଷାନ ଟଙ୍କା ପଠାଇଛନ୍ତି ରାଜ୍ୟ ସରକାର । ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍‌‌ କିଷାମ ଯୋଜନାର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ ଅଡିଟୋରିୟମରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଜନାର ଶୁଭାରମ୍ଭ କରିବା ସହ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନଙ୍କୁ ୯୨୫ କୋଟି ଟଙ୍କାରୁ ଊର୍ଦ୍ଧ୍ବ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

ଡିବିଟି ମାଧ୍ୟମରେ ଏହି ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସିଏମ୍‌‌ କିଷାନ ପୋର୍ଟାଲର ଉନ୍ମୋଚନ କରିଛନ୍ତି । ଏହାସହ ପିଏମ୍‌‌ କିଷାନ ଯୋଜନାର ସ୍ୱତନ୍ତ୍ର ଅଭିଯାନ ସହ କୃଷକ ଓଡ଼ିଶା ୟୁନିଫାଏଡ୍‌‌ ପୋର୍ଟାଲର ମଧ୍ୟ ଉନ୍ମୋଚନ କରାଯାଇଛି।

ସୂଚନାଯୋଗ୍ୟ ଯେ ସିଏମ୍‌‌ କିଷାନ ପୋର୍ଟାଲ ଅଧିନରେ ସିଏମ୍‌‌ କିଷାନ ଓ ପିଏମ୍‌‌ କିଷାନ ଯୋଜନାରେ ନୂଆ ହିତାଧିକାରୀଙ୍କ ନାମ ପଞ୍ଜୀକରଣ କରାଯାଇପାରିବ। ସେହିପରି ପିଏମ୍‌‌ କିଷାନ ଯୋଜନାରେ ସ୍ୱତନ୍ତ୍ର ପଦକ୍ଷେପ ଭାବେ ଆଗାମୀ ୨ ମାସ ପର୍ଯ୍ୟନ୍ତ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ପିଏମ୍‌‌ କିଷାନ ଯୋଜନାର ସ୍ୱତନ୍ତ୍ର ଅଭିଯାନ ଆଜିଠୁ ଆରମ୍ଭ ହୋଇଛି। ଅପରପକ୍ଷେ କୃଷକ ଓଡ଼ିଶା ୟୁନିଫାଏ୍‌‌ ପୋର୍ଟାଲ ମାଧ୍ୟମରେ ଚାଷୀମାନେ ଗୋଟିଏ ସ୍ଥାନରେ ବିଭିନ୍ନ କୃଷି ଓ ଆନୁଷଙ୍ଗିକ ବିଭାଗ ସମ୍ବନ୍ଧୀୟ ଯୋଜନାରେ ଆବେଦନ କରିପାରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର