ସ୍କୁଲ୍ ପାଠ୍ୟପୁସ୍ତକରେ ତ୍ରୁଟି ଘଟଣା: ୩ ଜଣିଆ ତଦନ୍ତ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ, ୭ ଦିନରେ ରିପୋର୍ଟ ତଲବ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟର ସ୍କୁଲ ପାଠ୍ୟପୁସ୍ତକଗୁଡ଼ିକରେ ଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କଡ଼ା ଆଭିମୁଖ୍ୟ । ଏହି ତ୍ରୁଟିର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଏକ ୩ ଜଣିଆ ଉଚ୍ଚସ୍ତରୀୟ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ତୁରନ୍ତ ଏହାର ସୁଧାର ଆଣିବାକୁ ସେ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୮ରେ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି, ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ

ଆଜି ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟି ସ୍କୁଲ ପାଠ୍ୟପୁସ୍ତକରେ ଥିବା ବିଭିନ୍ନ ତ୍ରୁଟିର କାରଣ ଅନୁସନ୍ଧାନ କରିବ। ଆସନ୍ତା ୭ ଦିନ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ମୁଖ୍ୟମନ୍ତ୍ରୀ ଏହି କମିଟିକୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଦୁର୍ଦ୍ଦାନ୍ତ ଅପରାଧୀ ଅର୍ଜୁନ ପ୍ରଧାନକୁ ଏନକାଉଣ୍ଟର କରି କାବୁକଲା କେନ୍ଦୁଝର ପୁଲିସ୍

ବିସ୍ତୃତ ସମୀକ୍ଷା ପରେ, ପୁସ୍ତକଗୁଡ଼ିକରେ ଥିବା ଭୁଲକୁ ତୁରନ୍ତ ସଂଶୋଧନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ନବଗଠିତ କମିଟି ଏହି ତ୍ରୁଟି ପାଇଁ ଦାୟୀ ଅଧିକାରୀ ଏବଂ ପ୍ରକାଶନ ସଂସ୍ଥାଗୁଡ଼ିକୁ ଚିହ୍ନଟ କରିବ। କମିଟିର ରିପୋର୍ଟ ଭିତ୍ତିରେ ଦୋଷୀ ପ୍ରମାଣିତ ହେଲେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। 

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର