ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଗାଁ ବୁଲିଲେ, ଲୋକଙ୍କ ସହ ଆଲୋଚନା କଲେ

The Sakala Picture
Published On

ଭୁବନେଶ୍ଵର: ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଗାଁ ବୁଲିଲେ ମୁଖ୍ଯମନ୍ତ୍ରୀ। ଆଜି ପ୍ରତ୍ୟୁଷରେ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଆସିଥିଲେ। ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ। ସୁଆଣ୍ଡୋରେ […]

ଭୁବନେଶ୍ଵର: ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଗାଁ ବୁଲିଲେ ମୁଖ୍ଯମନ୍ତ୍ରୀ। ଆଜି ପ୍ରତ୍ୟୁଷରେ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଆସିଥିଲେ। ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ପୀଡିତା ସମସ୍ତ ପ୍ରମାଣ ଦେଇସାରିଥିଲେ ମଧ୍ୟ ଖଣ୍ଡପଡ଼ା ଏସ୍‌ଡିପିଓ ଗିରଫ ହେଉନାହାନ୍ତି କାହିଁକି: ବିଜେଡି

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ମିଶିଥିଲେ। ଗ୍ରାମବାସୀଙ୍କ ସହିତ କଥୋପକଥନ ସମୟରେ ସେ କହିଥିଲେ ଯେ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି। ଏସବୁ ଖୁବ୍‌ ଶୀଘ୍ର ପୂରଣ ହେବ। ସେ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ।

ଆହୁରି ପଢ଼ନ୍ତୁ: ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନ ଗଣନା, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗର ନିଷ୍ପତ୍ତି

13 Jun 2024 By The Sakala

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଗାଁ ବୁଲିଲେ, ଲୋକଙ୍କ ସହ ଆଲୋଚନା କଲେ

ଭୁବନେଶ୍ଵର: ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଗାଁ ବୁଲିଲେ ମୁଖ୍ଯମନ୍ତ୍ରୀ। ଆଜି ପ୍ରତ୍ୟୁଷରେ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଆସିଥିଲେ। ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ।

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ମିଶିଥିଲେ। ଗ୍ରାମବାସୀଙ୍କ ସହିତ କଥୋପକଥନ ସମୟରେ ସେ କହିଥିଲେ ଯେ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି। ଏସବୁ ଖୁବ୍‌ ଶୀଘ୍ର ପୂରଣ ହେବ। ସେ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର