ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Madhusudan Das Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳର ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ତାଙ୍କର ୮୦ତମ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଏବଂ ସୁଖମୟ ଜୀବନ କାମନା କରିଛନ୍ତି।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସ୍ ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ମୃତ

ସୋସିଆଲ ମିଡିଆ ଏକ୍ସ (X) ରେ ଏକ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖିଛନ୍ତି ଯେ, “ବିରୋଧୀ ଦଳର ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମୁଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କର ନିରାମୟ, ଦୀର୍ଘ ଓ ସୁଖମୟ ଜୀବନ ପ୍ରାର୍ଥନା କରୁଛି।”

ଆହୁରି ପଢ଼ନ୍ତୁ: ଆଦିବାସୀଙ୍କ ସମସ୍ୟାକୁ ନେଇ ବିଜେଡି ଏସଟି ସେଲର ଉଦ୍ବେଗ ପ୍ରକାଶ, ନବୀନଙ୍କ ନିକଟରେ ସମସ୍ୟା ବଖାଣିଲେ ଆଦିବାସୀ ନେତା

ଆଜି ବିଜେଡି ସୁପ୍ରିମୋ ୮୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଦଳମତ ନିର୍ବିଶେଷରେ ବିଭିନ୍ନ ରାଜନୈତିକ ଦଳର ନେତା, ମନ୍ତ୍ରୀ, ସାଂସଦ, ବିଧାୟକ ଏବଂ ହଜାର ହଜାର ବିଜେଡି କର୍ମୀ ତଥା ଶୁଭେଚ୍ଛୁମାନେ ତାଙ୍କୁ ଜନ୍ମଦିନର ଆନ୍ତରିକ ଶୁଭକାମନା ଜଣାଉଛନ୍ତି।

ଆହୁରି ପଢ଼ନ୍ତୁ: ନିର୍ବାଚନ କମିଶନଙ୍କ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅକ୍ଟୋବର ୨୬ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ

ନବୀନ ପଟ୍ଟନାୟକ ହେଉଛନ୍ତି ଓଡ଼ିଶାର ସର୍ବାଧିକ ସମୟ ଧରି ମୁଖ୍ୟମନ୍ତ୍ରୀ ରହିଥିବା ନେତା। ସେ ୨୦୦୦ ମସିହାରୁ ୨୦୨୪ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ତୁଲାଇ ଏକ ବିରଳ ରେକର୍ଡ ସୃଷ୍ଟି କରିଛନ୍ତି। ବର୍ତ୍ତମାନ ସେ ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ଏବଂ ବିଜୁ ଜନତା ଦଳ (ବିଜେଡି) ର ସଭାପତି ଭାବେ ନିଜର ଦାୟିତ୍ୱ ନିର୍ବାହ କରୁଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର