ମିଶନ ଶକ୍ତି ଜିଲ୍ଲା ଫେଡେରେସନ ପାଇଁ ଏକ କୋଟି ଟଙ୍କାର ରିଭଲ୍ଭିଂ ପାଣ୍ଠି ଏବଂ ବ୍ଲକ ଫେଡେରେସନକୁ ୫୦ ଲକ୍ଷର ପାଣ୍ଠି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ମହିଳାଙ୍କୁ ମଜଭୂତ କରିବା ଆମର ଲକ୍ଷ୍ୟ। ବିନା ମହିଳା ଶକ୍ତିରେ କୌଣସି ପରିବାର, ସମାଜ, ରାଜ୍ୟ କିମ୍ବା ରାଷ୍ଟ୍ର କେବେ ବି ଆଗେଇ ଯିବାର ନଜିର ନାହିଁ । ଓଡ଼ିଶାରେ ୬ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ କାର୍ଯ୍ୟ କରୁଛନ୍ତି। ରାଜ୍ୟ ସରକାର ଏସଏଚଜି ମାନଙ୍କୁ ରୂପାନ୍ତର କରିବାକୁ ଲକ୍ଷ୍ୟ ରଖିଛି । ଏଥିଲାଗି ଆମେ ସବୁକିଛି କରିବାକୁ ପ୍ରସ୍ତୁତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମିଶନ ଶକ୍ତି ମାମାନଙ୍କୁ ବିନା ସୁଧରେ […]

ଭୁବନେଶ୍ବର: ମହିଳାଙ୍କୁ ମଜଭୂତ କରିବା ଆମର ଲକ୍ଷ୍ୟ। ବିନା ମହିଳା ଶକ୍ତିରେ କୌଣସି ପରିବାର, ସମାଜ, ରାଜ୍ୟ କିମ୍ବା ରାଷ୍ଟ୍ର କେବେ ବି ଆଗେଇ ଯିବାର ନଜିର ନାହିଁ । ଓଡ଼ିଶାରେ ୬ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ କାର୍ଯ୍ୟ କରୁଛନ୍ତି। ରାଜ୍ୟ ସରକାର ଏସଏଚଜି ମାନଙ୍କୁ ରୂପାନ୍ତର କରିବାକୁ ଲକ୍ଷ୍ୟ ରଖିଛି । ଏଥିଲାଗି ଆମେ ସବୁକିଛି କରିବାକୁ ପ୍ରସ୍ତୁତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମିଶନ ଶକ୍ତି ମାମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଘୋଷଣା କରିଥିଲି । ଏହାଦ୍ବାରା ଓଡ଼ିଶାର ଲକ୍ଷ ଲକ୍ଷ ମା’ ଉପକୃତ ହେବେ ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଚାପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା: ବିଜେଡି

ଆସନ୍ତା ୫ ବର୍ଷରେ ଏସଏଚଜିମାନଙ୍କଠାରୁ ୫ ହଜାର କୋଟି ଟଙ୍କା ସେବା ଓ ସାମଗ୍ରୀ ପାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଆୟୋଜିତ ଏସଏଚଜି ସମ୍ମିଳନୀରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି- ବର୍ତ୍ତମାନ ସାରା ରାଜ୍ୟରେ ୭୦ ଲକ୍ଷ ସଶକ୍ତ ମହିଳା ସୃଷ୍ଟି ହୋଇଛନ୍ତି । ଭୁବନେଶ୍ବର ଜନତା ମଇଦାନରେ ଚାଲିଥିବା ମେଗା ବିଜନେସ ସମିଟ ମେକ୍ ଇନ୍ ଓଡ଼ିଶା କଲକ୍ଲେଭର ମିଶନ ଶକ୍ତି ପକ୍ଷରୁ ରାଜ୍ୟର ୩ହଜାରରୁ ଅଧିକ ଏସଏଚଜିଙ୍କୁ ନେଇ ଶକ୍ତି ସମାବେଶ ହୋଇଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

‘ମୋ ସରକାର’ ପାଇଁ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ୍ ନୁହେଁ, ଏହା ଏକ ପବିତ୍ର ଦାୟିତ୍ଵ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋର ଦୃଢ ବିଶ୍ବାସ, ମା ମାନଙ୍କୁ ସଶକ୍ତ ନ କରି, କୌଣସି ପରିବାର, କୌଣସି ସାମାଜ, କୌଣସି ରାଜ୍ୟ ବା କୌଣସି ଦେଶ ଆଗକୁ ବଢ଼ି ପାରିବ ନାହିଁ। ଓଡ଼ିଶାରେ ଛଅ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ SHG ମାନଙ୍କୁ SME ରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଏଥିପାଇଁ ଆମେ ସବୁ କିଛି କରିବାକୁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

ମିଶନ ଶକ୍ତି ଫେଡେରେସନ ମାନଙ୍କୁ ଆହୁରି ମଜବୁତ କରିବା ଓ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ର (vibrant financial hub) ରେ ପରିଣତ କରିବା ଆମର ଲକ୍ଷ୍ୟ ବୋଲି ଉଲ୍ଲେଖ କରି ପ୍ରତି ଜିଲ୍ଲା ଫେଡେରେସନ କୁ ଏକ କୋଟି ଟଙ୍କାର ରିଭଲ୍ଭିଂ ପାଣ୍ଠି, ପ୍ରତି ବ୍ଲକ ସ୍ତରରେ ଫେଡେରେସନକୁ ପଚାଶ ଲକ୍ଷ ଟଙ୍କାର ରିଭଲ୍ଭିଂ ପାଣ୍ଠି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ସେହିପରି ପଞ୍ଚାୟତ ସ୍ତରରେ ଥିବା ଫେଡେରେସନ ପାଇଁ ମାର୍କେଟ କମପ୍ଲେକ୍ସ ସହ ସ୍ଵତନ୍ତ୍ର ଅଫିସ ଘର ମଧ୍ୟ କରାଯିବ । ମହିଳା ମାନଙ୍କୁ ଉଦ୍ୟୋଗୀ କରିବା ଲକ୍ଷ୍ୟକୁ ସାକାର କରିବା ପାଇଁ ତିରିଶଟି ଜିଲ୍ଲାରେ ମାଇକ୍ରୋ, ମିନି ଶିଳ୍ପ ପାର୍କ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ବିଭାଗର ଏକ କଫି ଟେବୁଲ ବୁକ, Mission Shakti – Scaling Up ଉନ୍ମୋଚନ କରିଥିଲେ । କଟକ ମା ତାରେଣୀ ଏସଏଚଜିର କବିତା ସାହୁ, ସୁନ୍ଦରଗଡ଼ ଦିବ୍ୟଜ୍ୟୋତି ଏସଏଚଜିର ପ୍ରେମା ଦାସ ଓ ନୂଆପଡା ବନଦୁର୍ଗା ଏସଏଚଜିର ଗାୟତ୍ରୀ ସୁନାଇଙ୍କୁ ସମ୍ମାନିତ କରିଛନ୍ତି ନବୀନ ।.

ସେହିପରି ଏସଏଚଜି ମାନଙ୍କୁ ଋଣ ଦେବା ଭଳି ଭଲ କାମ କରିଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ୟୁକୋ ବ୍ୟାଙ୍କକୁ ସମ୍ବର୍ଦ୍ଧିତ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର