ମନୋରଞ୍ଜନ

"ଭଲ ଝିଅର ଛବି ଏକ ଛଳନା..." ଦୀପିକା ପାଦୁକୋନଙ୍କୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟ ଉପରେ ସ୍ପଷ୍ଟୀକରଣ ଦେଲେ ନିର୍ଦ୍ଦେଶକ ଇମତିଆଜ୍ ଅଲୀ
ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ

ବିଶ୍ୱ ଶୁଣୁଛି ଓଡ଼ିଶା ସଫଳତାର କାହାଣୀ; ବିଦେଶରେ ଓଡ଼ିଶାର ରୂପାନ୍ତରଣ ବଖାଣୁଛନ୍ତି ମୁଖ୍ୟମନ୍ତ୍ରୀ

The Sakala Picture
Published On

ରୋମ୍: ବିଶ୍ୱ ଶୁଣୁଛି ଓଡ଼ିଶା ସଫଳତାର କାହାଣୀ । ବିଦେଶରେ ଓଡ଼ିଶାର ରୂପାନ୍ତରଣ ବଖାଣୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତକାଲି ରୋମରେ ଓ୍ୱାର୍ଲ୍ଡ ଫୁଡ୍ ପ୍ରୋଗ୍ରାମରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ରାଜ୍ୟର ପାରଦର୍ଶିତା ଦେଖିଥିଲା ସାରା ବିଶ୍ୱ । ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଉତ୍ପାଦନ ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ହାସଲ କରିଥିବା ଉଲ୍ଲେଖନୀୟ ସଫଳତାକୁ ସ୍ବୀକୃତି ଦେଇଛି ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲୁଏଫପି) । ୧୯୯୯ ମହାବାତ୍ୟାରେ […]

ରୋମ୍: ବିଶ୍ୱ ଶୁଣୁଛି ଓଡ଼ିଶା ସଫଳତାର କାହାଣୀ । ବିଦେଶରେ ଓଡ଼ିଶାର ରୂପାନ୍ତରଣ ବଖାଣୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତକାଲି ରୋମରେ ଓ୍ୱାର୍ଲ୍ଡ ଫୁଡ୍ ପ୍ରୋଗ୍ରାମରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ରାଜ୍ୟର ପାରଦର୍ଶିତା ଦେଖିଥିଲା ସାରା ବିଶ୍ୱ । ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଉତ୍ପାଦନ ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ହାସଲ କରିଥିବା ଉଲ୍ଲେଖନୀୟ ସଫଳତାକୁ ସ୍ବୀକୃତି ଦେଇଛି ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲୁଏଫପି) । ୧୯୯୯ ମହାବାତ୍ୟାରେ ବିପର୍ଯ୍ୟସ୍ତ ଓଡ଼ିଶା ଓ ୨୦୨୨ରେ ଆତ୍ମନିର୍ଭରଶୀଳ ଓଡ଼ିଶାକୁ ତୁଳନା କଲେ ରୂପାୟଣର ବାସ୍ତବତା ପ୍ରତୀୟମାନ ହୁଏ। ଏକ ସମୟରେ ନିଜର ସ୍ଥିତି ଓ ସ୍ଥିତାବସ୍ଥା ନିମନ୍ତେ କେନ୍ଦ୍ର ଓ ଅନ୍ୟ ରାଜ୍ୟ ଉପରେ ନିର୍ଭରଶୀଳ ଓଡ଼ିଶା ଦେଶର ୪ର୍ଥ ବୃହତ୍ତମ ଧାନ ଉତ୍ପାଦନ ରାଜ୍ୟର ମାନ୍ୟତା ପାଇଛି। ଭାରତବର୍ଷର ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଓଡ଼ିଶା ଆଜି ପ୍ରମୁଖ ଅଂଶୀଦାର। ଖାଦ୍ୟଶସ୍ୟ ଉତ୍ପାଦନ, ବଣ୍ଟନ ବ୍ୟବସ୍ଥାର ସୁଦୃଢ଼ୀକରଣ ସହ ସମୟକ୍ରମେ ବିପର୍ଯ୍ୟୟ ପରିଚାଳନାରେ ମଧ୍ୟ ରାଜ୍ୟ ଢେର ଆଗରେ ରହିଛି। ଯାହା ବିଶ୍ବର ବିଭିନ୍ନ ଦେଶ ପାଇଁ ଏକ ଉଦାହରଣ ପାଲଟିଛି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ାରେ ଲଜ୍ଜ୍ୟା: ମୁଖ୍ୟ ଡାକ୍ତରଖାନାରୁ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ, ମହିଳାଙ୍କ ସମେତ ୩ ଗିରଫ

ଏଣିକି ଆନ୍ତର୍ଜାତୀୟ ସ୍ତରରେ ଅନ୍ୟ ରାଷ୍ଟ୍ର ଓ ରାଜ୍ୟକୁ ଓଡ଼ିଶା ଶିଖାଇବ ରଣକୌଶଳ । ଏଥିପାଇଁ ଓ୍ୱାର୍ଲ୍ଡ ଫୁଡ୍ ପ୍ରୋଗ୍ରାମ ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ହେବ ପ୍ରଶିକ୍ଷଣ ଶିବିର । ଓଡ଼ିଶାର ସଫଳତାକୁ ବିଶ୍ୱବ୍ୟାପୀ ରୋଲ ମଡେଲ୍ କରାଯିବ । ଓଡ଼ିଶାରେ ହୋଇଥିବା ପ୍ରାକୃତିକ ବିପର୍ଯ୍ୟୟ, ଖାଦ୍ୟ ସୁରକ୍ଷା ଓ ଖାଦ୍ୟ ଉତ୍ପାଦନରେ ରୂପାନ୍ତରଣକୁ WFP ଭୂୟସୀ ପ୍ରଶଂସା କରିବା ସହ ଓଡ଼ିଶା ଭଳି ସ୍ଥିତିରେ ଥିବା ଅନ୍ୟ ରାଷ୍ଟ୍ରଙ୍କ ପାଇଁ ଏହା ଖୁବ୍ ଉପାଦେୟ ବୋଲି ଓ୍ୱାର୍ଲ୍ଡ ଫୁଡ୍ ପ୍ରୋଗ୍ରାମର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡେଭିଡ ବିସଲେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ନିଖିଲ ହତ୍ୟାକାଣ୍ଡକୁ କେନ୍ଦ୍ର କରି ରାୟଗଡ଼ାରେ ପୁଣି ଉତ୍ତେଜନା: ଥାନା ଆଗରେ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର

ଅନ୍ୟପଟେ ଆସନ୍ତାକାଲି ଦୁବାଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁବାଇରେ ଆସନ୍ତା ୨୯ ତାରିଖରେ ଓଡ଼ିଶା ସରକାର ଓ ଫିକି ପକ୍ଷରୁ ଅନୁଷ୍ଠିତ ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ବିଭିନ୍ନ ଦେଶର ନିବେଶକମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଦୁଇ ଘଣ୍ଟା ଧରି ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ମଧ୍ୟପ୍ରାଚ୍ୟର ପୁଞ୍ଜିପତିଙ୍କ ସହ ଶିଳ୍ପାୟନ ପାଇଁ ରାଜ୍ୟରେ ଥିବା ଅପାର ସୁଯୋଗ ଓ ସମ୍ଭାବନା ବାବଦରେ ଆଲୋଚନା କରିବେ ନବୀନ । ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଉଦ୍ୟମ କରିବେ ।

ଆହୁରି ପଢ଼ନ୍ତୁ: ପୁଣି ଅଶାନ୍ତ ବ୍ରହ୍ମପୁର: ୯ଦିନରେ ୩ ଏନକାଉଣ୍ଟର, ପୁଲିସ ଗୁଳିରେ ଅଭିଯୁକ୍ତ ଜଗା ସାହୁ ଆହତ

25 Jun 2022 By The Sakala

ବିଶ୍ୱ ଶୁଣୁଛି ଓଡ଼ିଶା ସଫଳତାର କାହାଣୀ; ବିଦେଶରେ ଓଡ଼ିଶାର ରୂପାନ୍ତରଣ ବଖାଣୁଛନ୍ତି ମୁଖ୍ୟମନ୍ତ୍ରୀ

ରୋମ୍: ବିଶ୍ୱ ଶୁଣୁଛି ଓଡ଼ିଶା ସଫଳତାର କାହାଣୀ । ବିଦେଶରେ ଓଡ଼ିଶାର ରୂପାନ୍ତରଣ ବଖାଣୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତକାଲି ରୋମରେ ଓ୍ୱାର୍ଲ୍ଡ ଫୁଡ୍ ପ୍ରୋଗ୍ରାମରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ରାଜ୍ୟର ପାରଦର୍ଶିତା ଦେଖିଥିଲା ସାରା ବିଶ୍ୱ । ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଉତ୍ପାଦନ ଓ ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ଓଡ଼ିଶା ହାସଲ କରିଥିବା ଉଲ୍ଲେଖନୀୟ ସଫଳତାକୁ ସ୍ବୀକୃତି ଦେଇଛି ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲୁଏଫପି) । ୧୯୯୯ ମହାବାତ୍ୟାରେ ବିପର୍ଯ୍ୟସ୍ତ ଓଡ଼ିଶା ଓ ୨୦୨୨ରେ ଆତ୍ମନିର୍ଭରଶୀଳ ଓଡ଼ିଶାକୁ ତୁଳନା କଲେ ରୂପାୟଣର ବାସ୍ତବତା ପ୍ରତୀୟମାନ ହୁଏ। ଏକ ସମୟରେ ନିଜର ସ୍ଥିତି ଓ ସ୍ଥିତାବସ୍ଥା ନିମନ୍ତେ କେନ୍ଦ୍ର ଓ ଅନ୍ୟ ରାଜ୍ୟ ଉପରେ ନିର୍ଭରଶୀଳ ଓଡ଼ିଶା ଦେଶର ୪ର୍ଥ ବୃହତ୍ତମ ଧାନ ଉତ୍ପାଦନ ରାଜ୍ୟର ମାନ୍ୟତା ପାଇଛି। ଭାରତବର୍ଷର ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଓଡ଼ିଶା ଆଜି ପ୍ରମୁଖ ଅଂଶୀଦାର। ଖାଦ୍ୟଶସ୍ୟ ଉତ୍ପାଦନ, ବଣ୍ଟନ ବ୍ୟବସ୍ଥାର ସୁଦୃଢ଼ୀକରଣ ସହ ସମୟକ୍ରମେ ବିପର୍ଯ୍ୟୟ ପରିଚାଳନାରେ ମଧ୍ୟ ରାଜ୍ୟ ଢେର ଆଗରେ ରହିଛି। ଯାହା ବିଶ୍ବର ବିଭିନ୍ନ ଦେଶ ପାଇଁ ଏକ ଉଦାହରଣ ପାଲଟିଛି।

ଏଣିକି ଆନ୍ତର୍ଜାତୀୟ ସ୍ତରରେ ଅନ୍ୟ ରାଷ୍ଟ୍ର ଓ ରାଜ୍ୟକୁ ଓଡ଼ିଶା ଶିଖାଇବ ରଣକୌଶଳ । ଏଥିପାଇଁ ଓ୍ୱାର୍ଲ୍ଡ ଫୁଡ୍ ପ୍ରୋଗ୍ରାମ ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ହେବ ପ୍ରଶିକ୍ଷଣ ଶିବିର । ଓଡ଼ିଶାର ସଫଳତାକୁ ବିଶ୍ୱବ୍ୟାପୀ ରୋଲ ମଡେଲ୍ କରାଯିବ । ଓଡ଼ିଶାରେ ହୋଇଥିବା ପ୍ରାକୃତିକ ବିପର୍ଯ୍ୟୟ, ଖାଦ୍ୟ ସୁରକ୍ଷା ଓ ଖାଦ୍ୟ ଉତ୍ପାଦନରେ ରୂପାନ୍ତରଣକୁ WFP ଭୂୟସୀ ପ୍ରଶଂସା କରିବା ସହ ଓଡ଼ିଶା ଭଳି ସ୍ଥିତିରେ ଥିବା ଅନ୍ୟ ରାଷ୍ଟ୍ରଙ୍କ ପାଇଁ ଏହା ଖୁବ୍ ଉପାଦେୟ ବୋଲି ଓ୍ୱାର୍ଲ୍ଡ ଫୁଡ୍ ପ୍ରୋଗ୍ରାମର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡେଭିଡ ବିସଲେ କହିଛନ୍ତି ।

ଅନ୍ୟପଟେ ଆସନ୍ତାକାଲି ଦୁବାଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୁବାଇରେ ଆସନ୍ତା ୨୯ ତାରିଖରେ ଓଡ଼ିଶା ସରକାର ଓ ଫିକି ପକ୍ଷରୁ ଅନୁଷ୍ଠିତ ନିବେଶକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ବିଭିନ୍ନ ଦେଶର ନିବେଶକମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଦୁଇ ଘଣ୍ଟା ଧରି ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ମଧ୍ୟପ୍ରାଚ୍ୟର ପୁଞ୍ଜିପତିଙ୍କ ସହ ଶିଳ୍ପାୟନ ପାଇଁ ରାଜ୍ୟରେ ଥିବା ଅପାର ସୁଯୋଗ ଓ ସମ୍ଭାବନା ବାବଦରେ ଆଲୋଚନା କରିବେ ନବୀନ । ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଉଦ୍ୟମ କରିବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର