ବାହାନଗା ଟ୍ରେନ ଦୁର୍ଘଟଣା ସମ୍ପର୍କୀତ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଫୋନରେ କଥାହେଲେ ମୁଖ୍ୟମନ୍ତ୍ରୀ ନବୀନ

The Sakala Picture
Published On

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାହାନଗାରେ ହୋଇଥିବା ଦୁର୍ଘଟଣାର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ମୋଦୀଙ୍କୁ ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ବିପଦ ସମୟରେ ଲୋକଙ୍କୁ ସହାୟତା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି ମୋଦୀ । ବାହାନଗା ଟ୍ରେନ ଟ୍ରାଜେଡି ସାରାଦେଶକୁ ସ୍ତବ୍ଧ କରିଥିବା ବେଳେ ଓଡ଼ିଶା ସରକାରଙ୍କ ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ସବୁଆଡେ ପ୍ରଶଂସା କରାଯାଉଛି । ଏବେ ଉଦ୍ଧାର କାର୍ଯ୍ୟ ସରିଥିବା […]

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାହାନଗାରେ ହୋଇଥିବା ଦୁର୍ଘଟଣାର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ମୋଦୀଙ୍କୁ ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ବିପଦ ସମୟରେ ଲୋକଙ୍କୁ ସହାୟତା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି ମୋଦୀ ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ବାହାନଗା ଟ୍ରେନ ଟ୍ରାଜେଡି ସାରାଦେଶକୁ ସ୍ତବ୍ଧ କରିଥିବା ବେଳେ ଓଡ଼ିଶା ସରକାରଙ୍କ ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ସବୁଆଡେ ପ୍ରଶଂସା କରାଯାଉଛି । ଏବେ ଉଦ୍ଧାର କାର୍ଯ୍ୟ ସରିଥିବା ବେଳେ ଟ୍ରାକରୁ ବଗି ହଟାଇବା କାମ ଶେଷ ହୋଇଛି। ସଂପୃକ୍ତ ରୁଟରେ ଟ୍ରେନ ଚଳାଚଳ ସ୍ବାଭାବିକ ପାଇଁ ଉଦ୍ୟମ ଚାଲିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇ ବର୍ତ୍ତମାନର ସ୍ଥିତି ସଂପର୍କରେ ଅବଗତ କରାଇଛନ୍ତି। ଦୁର୍ଘଟଣାରେ ଆହତ ଯାତ୍ରୀଙ୍କ ଚିକିତ୍ସା ନେଇ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପ୍ରକାଶ କରିଛି।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ଆହତମାନଙ୍କ ଜୀବନ ବଞ୍ଚାଇବାକୁ ଚେଷ୍ଟା ଚାଲିଛି ବୋଲି ନବୀନ ପ୍ରଧାନମନ୍ତ୍ରୀଙ୍କୁ କହିଥିଲେ । ରିଲିଫ ଓ ଉଦ୍ଧାର କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀ ରାଜ୍ୟ ସରକାର ଓ ଓଡ଼ିଶା ଲୋକଙ୍କୁ ଧନ୍ୟବାଦ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର