ସହରାଞ୍ଚଳ ଉଠାଦୋକାନୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା: ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର
ଭୁବନେଶ୍ବର: କୋଭିଡ ମହାମାରୀ ପାଇଁ ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି। ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ । ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକଡାଇମ ଯୋଗୁ ସହରାଞ୍ଚଳର (street vendor) ଉଠାଦୋକାନୀ ଙ୍କ ମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀଙ୍କ (street vendor ) ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ […]
ଭୁବନେଶ୍ବର: କୋଭିଡ ମହାମାରୀ ପାଇଁ ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି। ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ । ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକଡାଇମ ଯୋଗୁ ସହରାଞ୍ଚଳର (street vendor) ଉଠାଦୋକାନୀ ଙ୍କ ମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀଙ୍କ (street vendor ) ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କରିଛନ୍ତି । ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ (Street vendor) ଉପକୃତ ହେବେ ।
ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତରେ ପରିବର୍ତ୍ତନ, ନଭେମ୍ୱର ୪ରେ ଆସିପାରନ୍ତି ରାଷ୍ଟ୍ରପତି
ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: RBI ପ୍ରକଳ୍ପର କରିବେ ଉଦଘାଟନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ






