୧୩ରୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ମୁମ୍ବାଇ ଗସ୍ତ

ଭୁବନେଶ୍ୱର: ପ୍ରଥମେ ଦୁବାଇ ପରେ ନୂଆଦିଲ୍ଲୀ ଆଉ ଏବେ ମାୟା ନଗରୀ ତଥା ଦେଶର ବାଣିଜ୍ୟ ରାଜଧାନୀ ମୁମ୍ବଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁମ୍ବଇଠାରେ ଆସନ୍ତା ୧୪ତାରିଖରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍‍’ ଅନୁଷ୍ଠିତ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ନିବେଶକଙ୍କୁ ଭେଟିବା କାର୍ଯ୍ୟକ୍ରମ ସ୍ଥିର କରାଯାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଆସନ୍ତା ୧୩ ତାରିଖରେ ୩ ଦିନିଆ ମୁମ୍ୱାଇ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ନଭେମ୍ୱରରେ ‘ମେକ୍‍ […]

ଭୁବନେଶ୍ୱର: ପ୍ରଥମେ ଦୁବାଇ ପରେ ନୂଆଦିଲ୍ଲୀ ଆଉ ଏବେ ମାୟା ନଗରୀ ତଥା ଦେଶର ବାଣିଜ୍ୟ ରାଜଧାନୀ ମୁମ୍ବଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁମ୍ବଇଠାରେ ଆସନ୍ତା ୧୪ତାରିଖରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍‍’ ଅନୁଷ୍ଠିତ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ନିବେଶକଙ୍କୁ ଭେଟିବା କାର୍ଯ୍ୟକ୍ରମ ସ୍ଥିର କରାଯାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ଆସନ୍ତା ୧୩ ତାରିଖରେ ୩ ଦିନିଆ ମୁମ୍ୱାଇ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ନଭେମ୍ୱରରେ ‘ମେକ୍‍ ଇନ୍‍ ଓଡ଼ିଶା-୨୦୨୨’ କନକ୍ଲେଭ୍‍ ହେବାକୁ ଯାଉଛି। ଏହି ସମ୍ମିଳନୀକୁ ନିବେଶକମାନଙ୍କୁ ନିମନ୍ତ୍ରଣ କରିବା ସହ ରାଜ୍ୟରେ ଥିବା ପୁଞ୍ଜିନିବେଶ ସୁଯୋଗର ପ୍ରଚାରପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ଏହି ଗସ୍ତ କରୁଥିବା ଜଣାପଡିଛି।

ଆସନ୍ତା ୧୪ ତାରିଖ ସନ୍ଧ୍ୟା ସାଢ଼େ ୬ଟାରେ ମୁମ୍ୱଇର ନରିମନ୍‍ ପଏଣ୍ଟରେ ଥିବା ହୋଟେଲ ଟ୍ରାଇଡେଣ୍ଟରେ ‘ଓଡ଼ିଶା ଇନଭେଷ୍ଟର୍ସ ମିଟ୍‍ ’ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ସଚିବ ସୁରେଶ କୁମାର ମହାପାତ୍ର, ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କ ସମେତ ବରିଷ୍ଠ ଅଧିକାରୀ ଓ ଫିକି ପଦାଧିକାରୀମାନେ ସାମିଲ ହେବା ସହ ନିବେଶକମାନଙ୍କ ସହ ଆଲୋଚନା କରିବେ। ଏହି କାର୍ଯ୍ୟକ୍ରମ ପାଇଁ ମୁଖ୍ୟ ସଚିବ ଶ୍ରୀ ମହାପାତ୍ରଙ୍କ ନେତୃତ୍ବରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମୁମ୍ବଇ ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୧୩ ତାରିଖରେ ମୁମ୍ୱଇ ଗସ୍ତରେ ଯାଇ ୧୫ ତାରିଖରେ ଓଡ଼ିଶା ଫେରିବେ ବୋଲି ଜଣାପଡିଛି।

ଉଲ୍ଲେଖଯୋଗ୍ୟ, ୨୦୧୬ରେ ହୋଇଥିବା ମେକ୍‍ ଇନ୍‍ ଓଡ଼ିଶା କନ୍‍କ୍ଲେଭ ଦ୍ୱାରା ୨ ଲକ୍ଷ କୋଟି ଟଙ୍କାର ନିବେଶ ରାଜ୍ୟକୁ ଆସିପାରିଥିଲା। ସେହିପରି ୨୦୧୮ରେ ଏହା ୪ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶର ସୁଯୋଗ ସୃଷ୍ଟି କରିଥିଲା। ୨ଟି କନକ୍ଲେଭରେ ଯଥାକ୍ରମେ ୧୮,୫୦୦ ଏବଂ ୪୫,୦୦୦ ଅଂଶଗ୍ରହଣକାରୀଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା। ନୂଆଦିଲ୍ଲୀ ସମ୍ମିଳନୀରେ ୟୁଏସଏ, ୟୁଏଇ, କାତାର, ଓମାନ, ବାହାରିନ୍‍,ସାଉଦି ଆରବ, ୟୁକେ, ଜର୍ମାନୀ, ଫ୍ରାନ୍ସ, ଇଟାଲୀ,ଲୁକ୍ସେମବର୍ଗ, ବେଲଜିୟମ, ସିଙ୍ଗାପୁର, ଜାପାନ, ଦକ୍ଷିଣ କୋରିଆ ଏବଂ ଅଷ୍ଟ୍ରେଲିଆ ଭଳି ଦେଶର ପ୍ରତିନିଧିମାନଙ୍କ ସହ ଆଲୋଚନା କରାଯାଇଛି। ରାଜ୍ୟରେ ମେଟାଲ ଏବଂ ମେଟାଲ ଡାଉନଷ୍ଟ୍ରିମ୍‍, କେମିକାଲ ଏବଂ ପେଟ୍ରୋକେମିକାଲ୍ସ, ଟେକ୍ସଟାଇଲ୍ସ, ଖାଦ୍ୟ ପ୍ରକ୍ରିୟାକରଣ, ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ, ଇଲେକଟ୍ରୋନିକ୍ସ ସିଷ୍ଟମ ଡିଜାଇନ୍‍ ଓ ବିପଣନ ଏବଂ ଲଜିଷ୍ଟିକ୍‍ ଓ କ୍ଲିନ ଏନର୍ଜି ଆଦି କ୍ଷେତ୍ରରେ ରାଜ୍ୟରେ ନିବେଶ ସୁଯୋଗ ସୃଷ୍ଟି କରାଯିବ ବୋଲି ଜଣାପଡିଛି।

 

About The Author: The Sakala