ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ : ନୂଆଦିଲ୍ଲୀ ନିବେଶକ ସମ୍ମେଳନରେ ୧୬ଟି ରାଷ୍ଟ୍ରର ଶିଳ୍ପପତି, ରାଷ୍ଟ୍ରଦୂତଙ୍କ ସହ ଆଲୋଚନା କରିବେ ନବୀନ

The Sakala Picture
Published On

ଭୁବନେଶ୍ୱର: ଆଜିଠୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ସକାଳ ୯.୪୦ ସମୟରେ ମୁଖ୍ୟମନ୍ତ୍ରୀ ବିମାନରେ ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିବେ ଏବଂ ୬ ତାରିଖ ଦିନ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ। ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ସେଠାରେ ଆୟୋଜିତ ହେବାକୁ ଥିବା ନିବେଶକ ଓ ରାଷ୍ଟ୍ରଦୂତଙ୍କ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଆମେରିକା, ୟୁଏଇ, କାତର, ଓମାନ୍‍, ବାହାରିନ୍‍, ସାଉଦି ଆରବ, ୟୁକେ, ଜର୍ମାନୀ, ଫ୍ରାନ୍ସ, ଇଟାଲୀ, ବେଲଜିୟମ୍‍, […]

ଭୁବନେଶ୍ୱର: ଆଜିଠୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ସକାଳ ୯.୪୦ ସମୟରେ ମୁଖ୍ୟମନ୍ତ୍ରୀ ବିମାନରେ ଦିଲ୍ଲୀ ଅଭିମୁଖେ ଯାତ୍ରା ଆରମ୍ଭ କରିବେ ଏବଂ ୬ ତାରିଖ ଦିନ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ। ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ସେଠାରେ ଆୟୋଜିତ ହେବାକୁ ଥିବା ନିବେଶକ ଓ ରାଷ୍ଟ୍ରଦୂତଙ୍କ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଆମେରିକା, ୟୁଏଇ, କାତର, ଓମାନ୍‍, ବାହାରିନ୍‍, ସାଉଦି ଆରବ, ୟୁକେ, ଜର୍ମାନୀ, ଫ୍ରାନ୍ସ, ଇଟାଲୀ, ବେଲଜିୟମ୍‍, ସିଙ୍ଗାପୁର, ଜାପାନ, ଦକ୍ଷିଣ କୋରିଆ, ଅଷ୍ଟ୍ରେଲିଆ ଭଳି ଦେଶର ପ୍ରତିନିଧି ମାନଙ୍କ ସହ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ପ୍ରତିନିଧି ମଣ୍ଡଳୀ ଆଲୋଚନା କରିବେ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

ଚଳିତ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାର ମେକ୍‍ ଇନ୍‍ କନକ୍ଲେଭ୍‍ ଆୟୋଜନ କରୁଥିବାରୁ ଏଥିରେ ଯୋଗଦେବା ଲାଗି ଏସବୁ ଦେଶର ପ୍ରତିନିଧିଙ୍କୁ ନିମନ୍ତ୍ରଣ କରାଯିବ। ଓଡ଼ିଶାରେ ଯେପରି ସେମାନେ ପୁଞ୍ଜି ନିବେଶ ପାଇଁ ଆଗ୍ରହ ପ୍ରକାଶ କରିବେ ସେଥିପାଇଁ ସେମାନଙ୍କ ସହ ଆଲୋଚନା ହେବ। କରୋନା ପାଇଁ ଦୁଇ ବର୍ଷ ପରେ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ୍‍ ଆୟୋଜନ ହେଉଥିବାରୁ ରାଜ୍ୟ ପାଇଁ ଏହା ବେଶ୍‍ ଗୁରୁତ୍ୱ ବହନ କରୁଛି। ଅପରପକ୍ଷେ ଆସନ୍ତା ୪ ତାରିଖ ଦିନ ଦିଲ୍ଲୀରେ ଆୟୋଜିତ ସମାରୋହରେ କ୍ୟାପିଟାଲ ଫାଉଣ୍ଡେସନ୍‍ ସୋସାଇଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଜୀବନ ବ୍ୟପୀ ସାଧନା ସମ୍ମାନ ପ୍ରଦାନ କରାଯିବ। ଉଲ୍ଲେଖନୀୟ ସେବା ଏବଂ ଅସାଧାରଣ ନେତୃତ୍ୱ ପାଇଁ ଏହି କାର୍ଯ୍ୟକ୍ରମରେ ସୁପ୍ରିମ୍‍ କୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଏନ୍‍ଭି ରମଣା ମୁଖ୍ୟମନ୍ତ୍ରୀଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ମାନିତ କରିବେ।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦୁବାଇରେ ମଧ୍ୟ ଇନଭେଷ୍ଟର୍ସ ମିଟ୍‍ରେ ଯୋଗ ଦେଇଥିଲେ। ସେହି କାର୍ଯ୍ୟକ୍ରମରେ ରାଜ୍ୟରେ ୨୧,୦୦୦ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ ନେଇ ବାଟ ଫିଟିଥିଲା। ମଧ୍ୟ ପ୍ରାଚ୍ୟଏବଂ ଅନ୍ତର୍ଜାତୀୟ ଶିଳ୍ପ ସଂସ୍ଥା ମେକ ଇନ୍‍ କନକ୍ଲେଭରେ ଅଂଶଗ୍ରହଣ କରିବା ନେଇ ସେ ସମୟରେ ସମ୍ମତି ପ୍ରଦାନ କରିଥିଲେ। ଆଗାମୀ ଦଶନ୍ଧିରେ ରାଜ୍ୟରେ ମେଟାଲ ଏବଂ ମେଟାଲ ଡାଉନଷ୍ଟ୍ରିମ୍‍, କେମିକାଲ ଏବଂ ପେଟ୍ରୋକେମିକାଲ୍ସ, ଟେକ୍ସଟାଇଲ୍ସ, ଖାଦ୍ୟ ପ୍ରକ୍ରିୟାକରଣ, ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ, ଇଲେକଟ୍ରୋନିକ୍ସ ସିଷ୍ଟମ ଡିଜାଇନ୍‍ ଓ ବିପଣନ ଏବଂ ଲଜିଷ୍ଟିକ୍‍ ଓ କ୍ଲିନ ଏନର୍ଜି ଆଦି କ୍ଷେତ୍ରରେ ରାଜ୍ୟରେ ନିବେଶ ସୁଯୋଗ ସୃଷ୍ଟି କରାଯିବ। ଏଫଆଇସିସିଆଇ(ଫିକି) ଡିଜି ଅରୁଣ ଚାୱଲା, ଇନଭେଷ୍ଟ ଇଣ୍ଡିଆର ସିଇଓ ଏବଂ ଏମଡି ଦୀପକ ବଗଲା ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଉଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ଜନ୍ମକଲା ପୁଅକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲା ବାପା

ଏହି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ କୁମାର ଶର୍ମା, ଇଡକୋ ଏମ୍‍ଡି ଭୂପେନ୍ଦ୍ର ସିଂ ପୁନିଆ ଏବଂ ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସଦ୍ଦିକ ଆଲାମ ପ୍ରମୁଖ ଉପସ୍ଥିତ ରହିବେ। ମୁଖ୍ୟମନ୍ତ୍ରୀ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ତୃତୀୟ ସଂସ୍କରଣ ସମ୍ପର୍କିତ ଏକ ପ୍ରେଜେଣ୍ଟେସନ୍‍ କାର୍ଯ୍ୟକ୍ରମରେ ଉପସ୍ଥାପନ କରିବେ। ମନ୍ତ୍ରୀ ପ୍ରତାପ ଦେବ ନିର୍ଦ୍ଦିଷ୍ଟ ଭାବେ ନିବେଶକଙ୍କୁ ଓଡ଼ିଶା ଆମନ୍ତ୍ରଣ କରିବେ। ସେହିପରି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଶିଳ୍ପସଂସ୍ଥା ଏବଂ କମ୍ପାନୀ ପ୍ରତିନିଧିମାନଙ୍କ ସହ ସିଧାସଳଖ ଆଲୋଚନା କରିବେ ବୋଲି ଜଣାପଡିଛି। ଏହି କାର୍ଯ୍ୟକ୍ରମ ପରେ ରାଜ୍ୟ ସ୍ୱାର୍ଥ ସମ୍ବଳିତ କେନ୍ଦ୍ର ସରକାରଙ୍କ ନିକଟରେ ପଡି ରହିଥିବା କେତେକ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କେନ୍ଦ୍ର ମନ୍ତ୍ରୀ ଏବଂ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି। ସେପ୍ଟେମ୍ବର ୫ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର