ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି, ଆଉ ୯ ଅଧିକାରୀଙ୍କ ଉପରେ ନେଲେ କାର୍ଯ୍ୟାନୁଷ୍ଠାନ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ  ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି। ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୯ ଜଣ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ  ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି।
ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୯ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଏବଂ ଏଥିରେ ବିଭିନ୍ନ କ୍ଷେତ୍ରର ଅଧିକାରୀ, ଯଥା – ଏକ୍‌ଜିକ୍ୟୁଟିଭ ଇଂଜିନିୟର, ଓଏଏସ୍‌ ଅଧିକାରୀ,  କୃଷି ବିଭାଗ ଅଧିକାରୀ, ସାମାଜିକ ଶିକ୍ଷା ଅଧିକାରୀ, ଅଡିଟର, ଜୁନିର ଇଂଜିନିୟର ପ୍ରମୁଖ ଅନ୍ତର୍ଭୁକ୍ତ ।  ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୯୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ  ବା ବାଧ୍ୟତାମୂଳକ ଅବସର  ଦିଆଯାଇଛି କିମ୍ବା ସେମାନଙ୍କର ପେନ୍‌ସନ ବନ୍ଦ କରାଯାଇଛି ।
ଏହି ୯ ଜଣଙ୍କ ମଧ୍ୟରୁ କଟକ ଜିଲ୍ଲା RWSS Division-IIର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଶିବରାମ ବିଶ୍ବାଳ ଏକ ଦୁର୍ନୀତି ମାମଲାରେ  ଦେଷୀସାବ୍ୟସ୍ତ ହୋଇଛନ୍ତି।  ତାଙ୍କର ପେନ୍‌ସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି।
ସେହିପରି କଳାହାଣ୍ଡି ଜିଲ୍ଲା କାର୍ଲାମୁଣ୍ଡା ବ୍ଳକ୍‌ର ପୂର୍ବତନ ବିଡିଓ (ଅବସରପ୍ରାସ୍ତ ଓଏଏସ ଅଧିକାରୀ) ଶ୍ରୀ ଗଣ୍ଡାରାମ ଖମାରୀ ଏକ ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବାପରେ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟି ସ୍ଥାୟୀ ଭାବେ ବନ୍ଦ କରାଯାଇଛି।
ନବରଙ୍ଗପୁର ଜିଲ୍ଲା ଉମରକୋଟର ପୂର୍ବତନ ସହକାରୀ କୃଷି ଅଧିକାରୀ ଶ୍ରୀ ଗୋକୁଳ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।  ଦୁର୍ନୀତି, ଅପାରଗତା କାରଣରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି।
ଜି. ଉଦୟଗିରିର ପୂର୍ବତନ ସହକାରୀ କୃଷି ଅଧିକାରୀ ଶ୍ରୀ କୃଷ୍ଣଚନ୍ଦ୍ର ଗୌଡ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।
ମାଲକାନଗିରି ଜିଲ୍ଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ ଶ୍ରୀ ଦାଶରଥୀ ତ୍ରିପାଠୀ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।
ବରଗଡ ଜିଲ୍ଲା ସୋହେଲା RWSSର ପୂର୍ବତନ ଜୁନିଅର ଇଂଜିନିୟର ଶ୍ରୀ ଉପେନ୍ଦ୍ରଭଂଜ ନାୟକ ଜଣେ ସରକାରୀ ଅଧିକାରୀ ହେବା ସତ୍ତ୍ବେ କାର୍ଯ୍ୟରେ ସଚ୍ଚୋଟତା ରକ୍ଷା କରିବାରେ ଏବଂ କର୍ତ୍ତବ୍ୟ ପରାୟଣତାରେ ବିଫଳ ହୋଇଥିଲେ। ଏହାସହିତ ତାଙ୍କର ବ୍ୟବହାରରେ ଶିଷ୍ଟାଚାର ମଧ୍ୟ ନଥିଲା। ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଚାକିରୀରୁ ବହିଷ୍କୃତ କରାଯାଇଛି।
ସୁନ୍ଦରଗଡ ଜିଲ୍ଲା ଲୋକାଲ ଫଣ୍ଡ ଅଡିଟ ବିଭାଗର ପୂର୍ବତନ ଅଡିଟର ଶ୍ରୀ ସୁଶିଲ କୁମାର ମେହେର ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁର୍ନୀତି ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କୃତ କରାଯାଇଛି।
ମୟୁରଭଂଜ ଉଦଳାର ପୂର୍ବତନ ସାମାଜିକ ଶିକ୍ଷା ଅଧିକାରୀ ଶ୍ରୀ ଆନନ୍ଦ ଚନ୍ଦ୍ର ନାୟକ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ଯୋଗୁ ତାଙ୍କ ପେନ୍‌ସନ ଓ ଗ୍ରାଚ୍ୟୁଇଟିକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି।
ନୟାଗଡ ଜିଲ୍ଲା ଚାନ୍ଦପୁରର ପୂର୍ବତନ DMSN ସୁପରିନ୍‌ଟେଣ୍ଡେଟ ଡଃ ସୁରେନ୍ଦ୍ର ନାଥ ପତି ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେ ପାଉଥିବା ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ କରାଯାଇଛି
07 Jul 2023 By The Sakala

https://www.thesakala.in/latest-odisha-news/cm-naveen-patnaik-again-action-against-9-corrupt-officiers/article-23273
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର