ନୀଳମାଧବ ପୀଠର ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ୧୮ ମାସରେ ସରିବ କାମ, ଖର୍ଚ୍ଚହେବ ୧୦୦ କୋଟି ଟଙ୍କା

The Sakala Picture
Published On

ଭୁବନେଶ୍ବର: କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ ।ସମ୍ୱନ୍ୱିତ ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନା ରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ […]

ଭୁବନେଶ୍ବର: କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ ।ସମ୍ୱନ୍ୱିତ ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନା ରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହଯୋଗ କାମନା କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାର ବିମର୍ଷ ପରେ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ବିଜୁ ବାବୁଙ୍କୁ ବିଜେପି ସାଂସଦଙ୍କ ଅପମାନ: ସାରା ରାଜ୍ୟରେ ପ୍ରତିକ୍ରିୟା; ବିଜେଡିର ତୀବ୍ର ପ୍ରତିବାଦ

ଜଗନ୍ନାଥ ସଂସ୍କୃତି ସହ ନୀଳମାଧବ ପୀଠର ନିବିଡ ସଂପର୍କ ରହିଛି । ବିଶ୍ବାସ କରାଯାଏ ଯେ ନୀଳମାଧବ ପୀଠ ବ୍ରହ୍ମାଦ୍ରୀ ପର୍ବତରେ ମହାପ୍ରଭୁ ନୀଳମଣି ଭାବରେ ଶବର ରାଜା ବିଶ୍ବାବସୁଙ୍କ ଦ୍ବାରା ପୂଜା ପାଉଥିଲେ । ମହାପ୍ରଭୁଙ୍କ ଏହି ଆଦିରୂପକୁ ଦର୍ଶନ କରିବା ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ନୀଳମାଧବ ପୀଠକୁ ଆସିଥାନ୍ତି । ବ୍ରହ୍ମାଦ୍ରୀ ପର୍ବତର ଉତ୍ତର ଦିଗରେ ମହାନଦୀର ଭୀମକାନ୍ତ ରୂପ ଅତ୍ୟନ୍ତ ରମଣୀୟ । ପର୍ଯ୍ୟଟକ ମାନଙ୍କ ପାଇଁ ମଧ୍ୟ ଏହି ସ୍ଥାନ ଅନ୍ୟତମ ପ୍ରମୁଖ ଆକର୍ଷଣ। ଏହି ପବିତ୍ର ପୀଠର ସୁବ୍ୟବସ୍ଥିତ ବିକାଶ ଦ୍ବାରା ଭକ୍ତ ଓ ପର୍ଯ୍ୟଟକ ସହିତ ସ୍ଥାନୀୟ ଅଞ୍ଚଳର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ ।

ଆହୁରି ପଢ଼ନ୍ତୁ: ଅଯୋଧ୍ୟା ରାମ ମନ୍ଦିରରେ ଭବ୍ୟ ରାମ ନବମୀ ପାଳିତ: ରାମଲଲାଙ୍କ ମସ୍ତକରେ ଶୋଭା ପାଇଲା 'ସୂର୍ଯ୍ୟ ତିଳକ'

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କରି ବିକାଶ ଯୋଜନା ସଂପର୍କରେ ସେବାୟତ ତଥା ସ୍ଥାନୀୟ ଜନସାଧାରଣଙ୍କ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରି ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ମାଷ୍ଟରପ୍ଲାନରେ ମୁଖ୍ୟତଃ ମନ୍ଦିରର ପୁନରୁଦ୍ଧାର,ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପରିକ୍ରମା ପଥ, ଚନ୍ଦନ ପୁଷ୍କରିଣୀର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ସହିତ ଚତୁପାର୍ଶ୍ବ ରାସ୍ତାର ଉନ୍ନତୀକରଣ, ଛାୟାପ୍ରଦ ବୃକ୍ଷ, ଉଦ୍ୟାନ,ପାର୍କିଂ, ମହାନଦୀର କୂଳ ସୁରକ୍ଷା ଓ ନଦୀପାର୍ଶ୍ବର ସୌନ୍ଦର୍ଯ୍ୟକରଣ ଆଦି ବିଷୟରେ ଗୁରୁତ୍ବ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ପ୍ରଭାତୀଙ୍କ ବିରୋଧରେ ସମୀରଙ୍କ ଯୁଦ୍ଧଂ ଦେହି ଡକରା: ପଞ୍ଚାୟତ ନିର୍ବାଚନରେ ପ୍ରଭାତୀଙ୍କ ପ୍ରାର୍ଥୀଙ୍କୁ ବିରୋଧ ଚେତାବନୀ

ମନ୍ଦିରକୁ ଯାଇଥିବା ତିଖା ପାହାଚ ଶ୍ରେଣୀର ପୁନରୁଦ୍ଧାର କରାଯାଇ ଭକ୍ତ ମାନେ ଯେପରି ସୁବିଧା ରେ ଯାଇ ପାରିବେ ତଦନୁଯାୟୀ ବିକାଶ କରାଯିବ । ଏହା ସହିତ ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଚାରି ଦ୍ବାରର ଉନ୍ନତୀକରଣ କରାଯିବ । ବୟସ୍କ ଓ ଭିନ୍ନକ୍ଷମ ମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ, ସେଥିପାଇଁ ପଶ୍ଚିମ ଦ୍ୱାରରେ lift ଓ skybridge ସୁବିଧା ର ବିକାଶ କରାଯିବ. । ମନ୍ଦିର ପରିସର ଓ ଆଖପାଖ ଅଞ୍ଚଳରେ ଖଣ୍ଡାଲାଇଟ ପଥର ବିଛାଯିବା ସହିତ ମନ୍ଦିର ଓ ଠାକୁରଙ୍କ ବଗିଚାର ବିକାଶ କରାଯିବ । ଏହାସହିତ ରାସବିହାରୀ ମଣ୍ଡପ, ରଘୁନାଥ ମଠ ଓ ବାଟମଙ୍ଗଳା ମନ୍ଦିରର ମଧ୍ୟ ବିକାଶ କରାଯିବ ।

ଯାତ୍ରୀ ମାନଙ୍କ ଜିନିଷପତ୍ର ରଖିବା ନିମନ୍ତେ ବ୍ୟବସ୍ଥା (Cloak Room) ଏବଂ ପଦପ୍ରକ୍ଷାଳନ ବ୍ୟବସ୍ଥାର ମଧ୍ୟ ନିର୍ମାଣ କରାଯିବ । ମନ୍ଦିରକୁ ପ୍ରବେଶ ପାଇଁଁ ପୂର୍ବ ଓ ପଶ୍ଚିମ ପାର୍ଶ୍ବ ସଡକର ପ୍ରଶସ୍ତିକରଣ କରାଯିବ। ପୂର୍ବ ପାର୍ଶ୍ବ ସଡକକୁ ୯ ମିଟର ଓ ପଶ୍ଚିମ ପାର୍ଶ୍ବ ସଡକକୁ ୧୨ ମିଟର ପ୍ରଶସ୍ଥ କରାଯିବ। ମହାନଦୀର କୁଲକ୍ଷୟରୁ ମନ୍ଦିରକୁ ସୁରକ୍ଷା ଯୋଗାଇବା ପାଇଁ 400meter protective wall ନିର୍ମାଣ କରାଯିବ।  ଏହି ପ୍ରକଳ୍ପ ପାଇଁ ସମୁଦାୟ ଦୁଇ ଏକର ଜମି ଆବଶ୍ୟକ ପଡିବ। ଏଥିନିମନ୍ତେ ଜିଲ୍ଲା ପ୍ରଶାସନ ପୁନର୍ବାସ ଓ ଥଇଥାନ ନୀତି ଅନୁଯାୟୀ ଜମି ଅଧିଗ୍ରହଣ କରିବେ ।ପୂର୍ତ୍ତ ବିଭାଗ ଜରିଆରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ. ମହାନଦୀ କୁଲକ୍ଷୟ ରୋକିବା ପାଇଁ protective wall ଜଳସମ୍ପଦ ବିଭାଗ ନିର୍ମାଣ କରିବ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବୈଠକରେ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଶ୍ରୀ ବୀର ବିକ୍ରମ ଯାଦବ ପ୍ରକଳ୍ପ ସଂପର୍କରେ ଉପସ୍ଥାପନା ରଖିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଜଳସଂପଦ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ଓ ନୟାଗଡ ଜିଲ୍ଲପାଳ ପ୍ରମୁଖ ଉପସ୍ଥିତ ଥିଲେ।

27 Apr 2022 By The Sakala

ନୀଳମାଧବ ପୀଠର ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ୧୮ ମାସରେ ସରିବ କାମ, ଖର୍ଚ୍ଚହେବ ୧୦୦ କୋଟି ଟଙ୍କା

ଭୁବନେଶ୍ବର: କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ ।ସମ୍ୱନ୍ୱିତ ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନା ରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ ଜନସାଧାରଣ ଓ ସେବାୟତ ମାନଙ୍କ ସହଯୋଗ କାମନା କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାର ବିମର୍ଷ ପରେ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଥିଲେ ।

ଜଗନ୍ନାଥ ସଂସ୍କୃତି ସହ ନୀଳମାଧବ ପୀଠର ନିବିଡ ସଂପର୍କ ରହିଛି । ବିଶ୍ବାସ କରାଯାଏ ଯେ ନୀଳମାଧବ ପୀଠ ବ୍ରହ୍ମାଦ୍ରୀ ପର୍ବତରେ ମହାପ୍ରଭୁ ନୀଳମଣି ଭାବରେ ଶବର ରାଜା ବିଶ୍ବାବସୁଙ୍କ ଦ୍ବାରା ପୂଜା ପାଉଥିଲେ । ମହାପ୍ରଭୁଙ୍କ ଏହି ଆଦିରୂପକୁ ଦର୍ଶନ କରିବା ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ନୀଳମାଧବ ପୀଠକୁ ଆସିଥାନ୍ତି । ବ୍ରହ୍ମାଦ୍ରୀ ପର୍ବତର ଉତ୍ତର ଦିଗରେ ମହାନଦୀର ଭୀମକାନ୍ତ ରୂପ ଅତ୍ୟନ୍ତ ରମଣୀୟ । ପର୍ଯ୍ୟଟକ ମାନଙ୍କ ପାଇଁ ମଧ୍ୟ ଏହି ସ୍ଥାନ ଅନ୍ୟତମ ପ୍ରମୁଖ ଆକର୍ଷଣ। ଏହି ପବିତ୍ର ପୀଠର ସୁବ୍ୟବସ୍ଥିତ ବିକାଶ ଦ୍ବାରା ଭକ୍ତ ଓ ପର୍ଯ୍ୟଟକ ସହିତ ସ୍ଥାନୀୟ ଅଞ୍ଚଳର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କରି ବିକାଶ ଯୋଜନା ସଂପର୍କରେ ସେବାୟତ ତଥା ସ୍ଥାନୀୟ ଜନସାଧାରଣଙ୍କ ଓ ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରି ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ମାଷ୍ଟରପ୍ଲାନରେ ମୁଖ୍ୟତଃ ମନ୍ଦିରର ପୁନରୁଦ୍ଧାର,ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପରିକ୍ରମା ପଥ, ଚନ୍ଦନ ପୁଷ୍କରିଣୀର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ସହିତ ଚତୁପାର୍ଶ୍ବ ରାସ୍ତାର ଉନ୍ନତୀକରଣ, ଛାୟାପ୍ରଦ ବୃକ୍ଷ, ଉଦ୍ୟାନ,ପାର୍କିଂ, ମହାନଦୀର କୂଳ ସୁରକ୍ଷା ଓ ନଦୀପାର୍ଶ୍ବର ସୌନ୍ଦର୍ଯ୍ୟକରଣ ଆଦି ବିଷୟରେ ଗୁରୁତ୍ବ ଦିଆଯାଇଛି ।

ମନ୍ଦିରକୁ ଯାଇଥିବା ତିଖା ପାହାଚ ଶ୍ରେଣୀର ପୁନରୁଦ୍ଧାର କରାଯାଇ ଭକ୍ତ ମାନେ ଯେପରି ସୁବିଧା ରେ ଯାଇ ପାରିବେ ତଦନୁଯାୟୀ ବିକାଶ କରାଯିବ । ଏହା ସହିତ ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଚାରି ଦ୍ବାରର ଉନ୍ନତୀକରଣ କରାଯିବ । ବୟସ୍କ ଓ ଭିନ୍ନକ୍ଷମ ମାନେ ଯେପରି ସୁବିଧାରେ ଦର୍ଶନ କରିପାରିବେ, ସେଥିପାଇଁ ପଶ୍ଚିମ ଦ୍ୱାରରେ lift ଓ skybridge ସୁବିଧା ର ବିକାଶ କରାଯିବ. । ମନ୍ଦିର ପରିସର ଓ ଆଖପାଖ ଅଞ୍ଚଳରେ ଖଣ୍ଡାଲାଇଟ ପଥର ବିଛାଯିବା ସହିତ ମନ୍ଦିର ଓ ଠାକୁରଙ୍କ ବଗିଚାର ବିକାଶ କରାଯିବ । ଏହାସହିତ ରାସବିହାରୀ ମଣ୍ଡପ, ରଘୁନାଥ ମଠ ଓ ବାଟମଙ୍ଗଳା ମନ୍ଦିରର ମଧ୍ୟ ବିକାଶ କରାଯିବ ।

ଯାତ୍ରୀ ମାନଙ୍କ ଜିନିଷପତ୍ର ରଖିବା ନିମନ୍ତେ ବ୍ୟବସ୍ଥା (Cloak Room) ଏବଂ ପଦପ୍ରକ୍ଷାଳନ ବ୍ୟବସ୍ଥାର ମଧ୍ୟ ନିର୍ମାଣ କରାଯିବ । ମନ୍ଦିରକୁ ପ୍ରବେଶ ପାଇଁଁ ପୂର୍ବ ଓ ପଶ୍ଚିମ ପାର୍ଶ୍ବ ସଡକର ପ୍ରଶସ୍ତିକରଣ କରାଯିବ। ପୂର୍ବ ପାର୍ଶ୍ବ ସଡକକୁ ୯ ମିଟର ଓ ପଶ୍ଚିମ ପାର୍ଶ୍ବ ସଡକକୁ ୧୨ ମିଟର ପ୍ରଶସ୍ଥ କରାଯିବ। ମହାନଦୀର କୁଲକ୍ଷୟରୁ ମନ୍ଦିରକୁ ସୁରକ୍ଷା ଯୋଗାଇବା ପାଇଁ 400meter protective wall ନିର୍ମାଣ କରାଯିବ।  ଏହି ପ୍ରକଳ୍ପ ପାଇଁ ସମୁଦାୟ ଦୁଇ ଏକର ଜମି ଆବଶ୍ୟକ ପଡିବ। ଏଥିନିମନ୍ତେ ଜିଲ୍ଲା ପ୍ରଶାସନ ପୁନର୍ବାସ ଓ ଥଇଥାନ ନୀତି ଅନୁଯାୟୀ ଜମି ଅଧିଗ୍ରହଣ କରିବେ ।ପୂର୍ତ୍ତ ବିଭାଗ ଜରିଆରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ. ମହାନଦୀ କୁଲକ୍ଷୟ ରୋକିବା ପାଇଁ protective wall ଜଳସମ୍ପଦ ବିଭାଗ ନିର୍ମାଣ କରିବ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବୈଠକରେ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଶ୍ରୀ ବୀର ବିକ୍ରମ ଯାଦବ ପ୍ରକଳ୍ପ ସଂପର୍କରେ ଉପସ୍ଥାପନା ରଖିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଜଳସଂପଦ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ଓ ନୟାଗଡ ଜିଲ୍ଲପାଳ ପ୍ରମୁଖ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର