ପଦ୍ମପୁର ଉପନିର୍ବାଚନ: ଆଜି ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ପ୍ରଚାର କରିବେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ

The Sakala Picture
Published On

ପଦମପୁର: ଆଜି ପଦ୍ମପୁର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପଦ୍ମପୁର ଯାଇ ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ପ୍ରଚାର କରିବେ ନବୀନ । ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ପାଇକମାଲ, ଝାରବନ୍ଧ ଓ ପଦ୍ମପୁରରେ ମୁଖ୍ୟମନ୍ତ୍ରୀ ଜନସଭା କରିବାର କାର୍ଯ୍ଯକ୍ରମ ରହିଛି । ଏଥିପାଇଁ ସକାଳ ୧୦ଟାରୁ ନବୀନ ନିବାସରୁ ବାହାରିବେ ମୁଖ୍ୟମନ୍ତ୍ରୀ । ୧୦ଟା ୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ଏୟାରପୋର୍ଟରେ ପହଞ୍ଚିବେ । ୧୦ଟା […]

ପଦମପୁର: ଆଜି ପଦ୍ମପୁର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପଦ୍ମପୁର ଯାଇ ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ପ୍ରଚାର କରିବେ ନବୀନ । ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ପାଇକମାଲ, ଝାରବନ୍ଧ ଓ ପଦ୍ମପୁରରେ ମୁଖ୍ୟମନ୍ତ୍ରୀ ଜନସଭା କରିବାର କାର୍ଯ୍ଯକ୍ରମ ରହିଛି । ଏଥିପାଇଁ ସକାଳ ୧୦ଟାରୁ ନବୀନ ନିବାସରୁ ବାହାରିବେ ମୁଖ୍ୟମନ୍ତ୍ରୀ । ୧୦ଟା ୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ଏୟାରପୋର୍ଟରେ ପହଞ୍ଚିବେ ।

ଆହୁରି ପଢ଼ନ୍ତୁ: ଥରକେ ୫୦ ଲିଟରରୁ ଅଧିକ ପେଟ୍ରୋଲ ବିକ୍ରି ଉପରେ କଟକଣା, ପେଟ୍ରୋଲ ପମ୍ପଗୁଡ଼ିକୁ ନୋଟିସ୍ ଜାରି

୧୦ଟା ୧୦ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ବାହାରି ୧୧ଟାରେ ପଦମପରୁ ସତୀଭଟ ଏୟାରଷ୍ଟ୍ରିପରେ ପହଞ୍ଚିବେ । ସକାଳ ୧୧ଟା ୨୫ ମିନିଟରେ ଝାରବନ୍ଧ ଓ ୧୨ଟା ୩୦ରେ ପାଇକମାଳ ହାଇସ୍କୁଲ ପଡ଼ିଆରେ ନିର୍ବାଚନୀ ସଭାରେ ଯୋଗଦେବେ । ଅପରାହ୍ନ ୩ଟା ୩୦ରେ ପଦ୍ମପୁର ହାଇସ୍କୁଲ ପଡ଼ିଆରେ ପ୍ରଚାର କରିବାର କାର୍ୟ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ମହାନଦୀ ଜଳ ବିବାଦ: ଟ୍ରିବ୍ୟୁନାଲଙ୍କ କଡ଼ା ଆଭିମୁଖ୍ୟ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସସ୍ମିତ ପାତ୍ରଙ୍କ ଚିଠି

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ବିଜେଡି ନେତା ଓ କର୍ମୀ ବେଶ୍‌ ଉତ୍ସାହିତ ଅଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପାଖରୁ ଦେଖିବା ପାଇଁ ଲୋକଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଦେଇଛି । ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପ୍ରତି ଜନସମର୍ଥନ ଦିନକୁ ଦିନ ବଢୁଛି। ନବୀନଙ୍କ ପ୍ରଚାର ଆହୁରି ଭୋଟ୍ ବଢ଼ାଇବ ବୋଲି ଦଳର ନେତାମାନେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସାଧାରଣ ସଭାରେ ବିପୁଳ ଜନ ସମାଗମ ହେବାର ସମ୍ଭାବନା ରହିଛି । ଏଥିପାଇଁ କରାଯାଇଛି ବ୍ୟାପକ ପ୍ରସ୍ତୁତି । ସଭାସ୍ଥଳରେ କାରକେଡ, ସଭାମଞ୍ଚ ଓ ଭିଆଇପିଙ୍କ ସୁରକ୍ଷା ସାଙ୍ଗକୁ ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀକାଳୀନ ସେବା ପାଇଁ ବ୍ୟବସ୍ଥା କରାଯାଇଛି ।

ଆହୁରି ପଢ଼ନ୍ତୁ: ବ୍ଲକସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ସାନଅଁଳକୁ ହରାଇ ଚାମ୍ପିୟନ ହେଲା ତିଛିଣି ତ୍ରିଲୋଚନେଶ୍ୱର ଟିମ୍

02 Dec 2022 By The Sakala

ପଦ୍ମପୁର ଉପନିର୍ବାଚନ: ଆଜି ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ପ୍ରଚାର କରିବେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ

ପଦମପୁର: ଆଜି ପଦ୍ମପୁର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପଦ୍ମପୁର ଯାଇ ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ପ୍ରଚାର କରିବେ ନବୀନ । ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ପାଇକମାଲ, ଝାରବନ୍ଧ ଓ ପଦ୍ମପୁରରେ ମୁଖ୍ୟମନ୍ତ୍ରୀ ଜନସଭା କରିବାର କାର୍ଯ୍ଯକ୍ରମ ରହିଛି । ଏଥିପାଇଁ ସକାଳ ୧୦ଟାରୁ ନବୀନ ନିବାସରୁ ବାହାରିବେ ମୁଖ୍ୟମନ୍ତ୍ରୀ । ୧୦ଟା ୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ଏୟାରପୋର୍ଟରେ ପହଞ୍ଚିବେ ।

୧୦ଟା ୧୦ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ବାହାରି ୧୧ଟାରେ ପଦମପରୁ ସତୀଭଟ ଏୟାରଷ୍ଟ୍ରିପରେ ପହଞ୍ଚିବେ । ସକାଳ ୧୧ଟା ୨୫ ମିନିଟରେ ଝାରବନ୍ଧ ଓ ୧୨ଟା ୩୦ରେ ପାଇକମାଳ ହାଇସ୍କୁଲ ପଡ଼ିଆରେ ନିର୍ବାଚନୀ ସଭାରେ ଯୋଗଦେବେ । ଅପରାହ୍ନ ୩ଟା ୩୦ରେ ପଦ୍ମପୁର ହାଇସ୍କୁଲ ପଡ଼ିଆରେ ପ୍ରଚାର କରିବାର କାର୍ୟ୍ୟକ୍ରମ ରହିଛି।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ବିଜେଡି ନେତା ଓ କର୍ମୀ ବେଶ୍‌ ଉତ୍ସାହିତ ଅଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପାଖରୁ ଦେଖିବା ପାଇଁ ଲୋକଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଦେଇଛି । ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପ୍ରତି ଜନସମର୍ଥନ ଦିନକୁ ଦିନ ବଢୁଛି। ନବୀନଙ୍କ ପ୍ରଚାର ଆହୁରି ଭୋଟ୍ ବଢ଼ାଇବ ବୋଲି ଦଳର ନେତାମାନେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସାଧାରଣ ସଭାରେ ବିପୁଳ ଜନ ସମାଗମ ହେବାର ସମ୍ଭାବନା ରହିଛି । ଏଥିପାଇଁ କରାଯାଇଛି ବ୍ୟାପକ ପ୍ରସ୍ତୁତି । ସଭାସ୍ଥଳରେ କାରକେଡ, ସଭାମଞ୍ଚ ଓ ଭିଆଇପିଙ୍କ ସୁରକ୍ଷା ସାଙ୍ଗକୁ ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀକାଳୀନ ସେବା ପାଇଁ ବ୍ୟବସ୍ଥା କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର