କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ମନୋନୀତ ସାହିତ୍ୟିକା ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ କବି ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇବା ସହ ସମ୍ମାନିତ କରିଛନ୍ତି । ଆଜି ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ଡ. ଗାୟତ୍ରୀବାଳାଙ୍କୁ ପଣ୍ଡାଙ୍କୁ ସମ୍ମାନିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜେ ଜଣେ ଜଣାଶୁଣା ଲେଖକ ହୋଇଥିବାବେଳେ ଓଡିଶା ପାଇଁ ଗାୟତ୍ରୀଙ୍କ ସମ୍ମାନ ଗର୍ବ ଓ ଗୌରବ ଆଣିଛି । ଏହା ତାଙ୍କ କ୍ୟାରିଅରରେ ଏକ ମାଇଲଖୁଣ୍ଟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି […]

ଭୁବନେଶ୍ୱର: କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ କବି ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇବା ସହ ସମ୍ମାନିତ କରିଛନ୍ତି । ଆଜି ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ଡ. ଗାୟତ୍ରୀବାଳାଙ୍କୁ ପଣ୍ଡାଙ୍କୁ ସମ୍ମାନିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନିଜେ ଜଣେ ଜଣାଶୁଣା ଲେଖକ ହୋଇଥିବାବେଳେ ଓଡିଶା ପାଇଁ ଗାୟତ୍ରୀଙ୍କ ସମ୍ମାନ ଗର୍ବ ଓ ଗୌରବ ଆଣିଛି । ଏହା ତାଙ୍କ କ୍ୟାରିଅରରେ ଏକ ମାଇଲଖୁଣ୍ଟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି ଅବସରରେ ଗାୟତ୍ରୀବାଳାଙ୍କ ସ୍ବାମୀ ତଥା ବିଜେଡି ସାଂସଦ ମାନସ ମଙ୍ଗରାଜ ଓ ତାଙ୍କ ପୁଅ ମନୀତ ମଙ୍ଗରାଜ ଉପସ୍ଥିତ ଥିଲେ । ଗୁରୁବାର କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଗାୟତ୍ରୀବାଳାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ ନେଇ ଘୋଷଣା କରାଯାଇଛି । କବିତା ସଂକଳନ ଦୟାନଦୀ ପାଇଁ ଏହି ପୁରସ୍କାର ପାଇବେ ଡ. ଗାୟତ୍ରୀବାଳା ପଣ୍ଡା ।

କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କୃତ କବିତା ସଂକଳନ “ଦୟାନଦୀ”୨୦୧୭ରେ ପକ୍ଷୀଘର ପ୍ରକାଶନ ସଂସ୍ଥା ଦ୍ୱାରା ପ୍ରକାଶ ପାଇଥିଲା । କବିତା ସଂକଳନ ‘ଦୟାନଦୀ’ କଳିଙ୍ଗ ଯୁଦ୍ଧ ଉପରେ ଆଧାରିତ । ଏଥିରେ ଉତ୍ସର୍ଗ ଓ ପରିଶିଷ୍ଟକୁ ମିଶେଇ ୬୪ଟି କବିତା ରହିଛି । ଯୁଦ୍ଧର ସମସ୍ତ ବିଭୀଷିକା, ସମସ୍ତ ସ୍ପର୍ଦ୍ଧା ଓ ସମସ୍ତ ଅହଂକାର ଭିତରେ କେବଳ ଗୋଟିଏ ଅନୁଚ୍ଚାରିତ ସ୍ୱର ହିଁ ଗୁଂଜରିତ ହୁଏ, ତାହା ହେଉଛି ପରାଜୟର ।

ଏହି କବିତାସବୁ ଇତିହାସର କୌଣସି ତାତ୍ତ୍ୱିକ ଆଲୋଚନା ବା କାବ୍ୟରୂପ ନୁହେଁ, ବରଂ ଏହା ଇତିହାସର ନଈରେ ନୌଯାତ୍ରା କରୁଥିବା ଏକ କାବି୍ୟକ ସମ୍ବେଦନା । କଳିଙ୍ଗ ଯୁଦ୍ଧର ଏକମାତ୍ର ସାକ୍ଷୀ ଭାବରେ ଆଜି ବି ଅଛି ଦୟାନଦୀ । ଆଜି ବି ପ୍ରତି ଓଡ଼ିଆର ରକ୍ତରେ ରକ୍ତହେଇ ବହୁଛି । ମଣିଷକୁ ମଣିଷପଣିଆ ଆଡ଼େ ବାଟ ଦେଖାଉଛି । ଶାନ୍ତି, ପ୍ରୀତି, ମୈତ୍ରୀର ଜୟଗାନ କରୁଛି । ଦୀର୍ଘ ତିନି ଦଶନ୍ଧିରୁ ଉଦ୍ଧ୍ୱର୍ ସମୟ କାଳ କବିତା, ଗପ, ଉପନ୍ୟାସ, ପ୍ରବନ୍ଧ ଓ ଖବରକାଗଜରେ ସ୍ତମ୍ଭ ରଚନା କରି ଯଥେଷ୍ଟ ପାଠକୀୟ ସ୍ୱୀକୃତି ହାସଲ କରିଥିବା କବି ଗାୟତ୍ରୀବାଳା ପଣ୍ଡାଙ୍କର ଅଦ୍ୟାବଧି ୨୫ଖଣ୍ଡ ପୁସ୍ତକ ପ୍ରକାଶ ପାଇଛି । ସେଥିମଧ୍ୟରୁ ଓଡ଼ିଆ ଭାଷାରେ ବାରଟି କବିତା ସଂକଳନ, ଦୁଇଟି ଗଳ୍ପ ସଂକଳନ, ଦୁଇଟି ଉପନ୍ୟାସ ଏବଂ ଗୋଟିଏ ପ୍ରବନ୍ଧ ସଂକଳନ ପ୍ରକାଶ ପାଇଛି ।

ଏତତ୍‌ବ୍ୟତିତ ହିନ୍ଦୀ ଭାଷାରେ ପାଞ୍ଚଟି କବିତା ସଂକଳନ ଓ ଇଂରାଜୀ ଭାଷାରେ ଦୁଇଟି କବିତା ସଂକଳନ, ଗୋଟିଏ ଗଳ୍ପ ସଂକଳନ ପ୍ରକାଶ ପାଇଛି । କବିତା ସଂକଳନଗୁଡ଼ିକ ହେଲା ଆହତ ପ୍ରତିଶ୍ରୁତି, ଅସ୍ପଷ୍ଟ ଈଶ୍ୱର, ଅଣାୟତ୍ତ, ଗାଁ, ଯେତିକି ଦିଶୁଚି ଆକାଶ, ଆଖି ନାଇଁ କାନ ନାଇଁ, ଏ ରାତିର ଯେତେ ତାରା, ବାଘ, ଦୟାନଦୀ, ମହେଞ୍ଜୋଦାରୋ, ନିର୍ବାଚିତ କବିତା ଓ ପ୍ରାର୍ଥନାର ଶବ୍ଦପରି । ବିସର୍ଜନ ଓ ନିଜକୁ ନେଇ ସତ ଗପ ତାଂକର ଦୁଇଟି ଗଳ୍ପ ସଂକଳନ । ମମ୍ମି ଯାହା ଜାଣେ ନାହିଁ, ରାସ୍ତା, ରିପୋର୍ଟର ଓ ମାୟାଜାଲ ତାଂକର ଚାରୋଟି ଉପନ୍ୟାସ ତଥା ବିଚାର ବିମର୍ଶ ତାଂକର ପ୍ରବନ୍ଧ ସଂକଳନ । କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ପାଇବା ପୂର୍ବରୁ ଗାୟତ୍ରୀବାଳା ୨୦୧୧ରେ କବିତା ସଂକଳନ “ଗାଁ” ପାଇଁ ପ୍ରଥମ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ଯୁବ ପୁରସ୍କାର ପାଇଥିଲେ ।

ଏହାବ୍ୟତୀତ ସେ ରାଜ୍ୟ ଯୁବ ପୁରସ୍କାର, ରାଜୀବ ଗାନ୍ଧୀ ସଦ୍ଭାବନା ପୁରସ୍କାର, ଉକ୍ରଳ ସାହିତ୍ୟ ସମାଜ ଯୁବ ସାହିତ୍ୟିକ ସମ୍ମାନ, ଶାରଳା କାବ୍ୟ ସମ୍ମାନ, କାଦମ୍ବିନୀ କବିତା ସମ୍ମାନ, ଫକୀର ମୋହନ ସାହିତ୍ୟ ସମ୍ମାନ, ବସନ୍ତ ମୁଦୁଲି କବିତା ସମ୍ମାନ, ମନ୍ଥନ ଯୁବ କବି ସମ୍ମାନ, ଲେଖାଲେଖି ଯୁବ କବି ସମ୍ମାନ, ଟାଇମ୍ ପାସ୍ ସ୍ୱୟଂଶ୍ରୀ ସମ୍ମାନ, ତାଳପଦେଶ୍ୱରୀ ସାରସ୍ୱତ ସମ୍ମାନ, ଇସ୍ତାହାର କବିତା ସମ୍ମାନ, ଦୀପକ ମିଶ୍ର କବିତା ସମ୍ମାନ, “ରାଇଟର୍ସ-ଇନ୍-ରେସିଡେନ୍ସ” ଆଟ୍ ରାଷ୍ଟ୍ରପତି ଭବନ-୨୦୧୫, ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ, ରାଜ୍ୟ ସରକାରଙ୍କ ପକ୍ଷରୁ ଦୁର୍ନୀତି ନିବାରଣ ଉପରେ ରଚିତ ପ୍ରବନ୍ଧ ପାଇଁ ପୁରସ୍କୃତ ହେବାସହିତ ସତ୍ୟବାଦୀ ସାହିତ୍ୟ ସମ୍ମାନ, ରାଜକନ୍ୟା ରତ୍ନମାଳୀ ଜେମା ସାରସ୍ୱତ ସମ୍ମାନ, ଆର୍ଯ୍ୟା ସମ୍ମାନ, କଳିଙ୍ଗ ବୀରାଙ୍ଗନା ସମ୍ମାନ, ଭଞ୍ଜ ଭାରତୀ ଜୟଦେବ ଷଡ଼ଙ୍ଗୀ ସ୍ମୃତି ସମ୍ମାନ, ଟାଇମ୍ସ ପାୱାର ୱିମେନ୍ ସମ୍ମାନ ଓ ଅକ୍ଷୟ ସାହିତ୍ୟ ସମ୍ମାନ ଇତ୍ୟାଦି ବହୁ ପୁରସ୍କାର ଓ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡ଼ିଆରେ ୧୨ଟି କବିତା ସଂକଳନ, ୨ଟି ଗଳ୍ପ ସଂକଳନ, ୨ଟି ଉପନ୍ୟାସ, ଗୋଟିଏ ପ୍ରବନ୍ଧ ସଂକଳନ ପ୍ରକାଶ କରି ସେ ଓଡ଼ିଆ ସାହିତ୍ୟ ଜଗତକୁ କରିଛନ୍ତି ସମୃଦ୍ଧ । ଉଭୟ ହିନ୍ଦୀ ଓ ଇଂରାଜୀରେ ବି ପ୍ରକାଶିତ ହୋଇଛି ତାଙ୍କର ଅନେକ କବିତା ଓ ଗଳ୍ପ ସଂକଳନ । ରାଜ୍ୟ ଯୁବ ପୁରସ୍କାର, ରାଜୀବ ଗାନ୍ଧୀ ସଦ୍ଭାବନା ପୁରସ୍କାର, ଉତ୍କଳ ସାହିତ୍ୟ ସମାଜ ଯୁବ ସାହିତ୍ୟିକ ସମ୍ମାନ, ଶାରଳା କାବ୍ୟ ସମ୍ମାନ, କାଦମ୍ବିନୀ କବିତା ସମ୍ମାନ, ଫକିର ମୋହନ ସାହିତ୍ୟ ସମ୍ମାନ, ବସନ୍ତ ମୁଦୁଲି କବିତା ସମ୍ମାନ ଆଦି ଅନେକ ସମ୍ମାନରେ ସମ୍ମାନିତ ହୋଇଛନ୍ତି ଗାୟତ୍ରୀବାଳା ।

About The Author: The Sakala