ନୀତି ଆୟୋଗ ବୈଠକରେ ଓଡିଶାକୁ ସ୍ୱତନ୍ତ୍ର ଫୋକସ୍ ରାଜ୍ୟ ମାନ୍ୟତା ଦେବାକୁ ଦାବି ଉଠାଇଲେ ନବୀନ

The Sakala Picture
Published On

ଭୁବନେଶ୍ବର: ନୀତି ଆୟୋଗ ବୈଠକରେ ଓଡିଶା ଦାବି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ। ବୈଠକରେ ଉଠିଲା ଓଡିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି। ପ୍ରତିବର୍ଷ ବନ୍ୟା ଓ ବାତ୍ୟାର ସମ୍ମୁଖୀନ ହେଉଥିବାରୁ ଓଡ଼ିଶାର ଆର୍ଥିକ ସ୍ଥିତି ଦୋହଲି ଯାଉଛି। ତେଣୁ ଓଡ଼ିଶାକୁ ଫୋକସ୍ ଷ୍ଟେଟ୍ ମାନ୍ୟତା ପ୍ରଦାନ ପାଇଁ କେନ୍ଦ୍ର ସରକାର ନିକଟରେ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପାଇଁ ସ୍ବତନ୍ତ୍ର ପାଣ୍ଠି ଯୋଗାଇବାକୁ ଦାବି କରିଛନ୍ତି ନବୀନ । […]

ଭୁବନେଶ୍ବର: ନୀତି ଆୟୋଗ ବୈଠକରେ ଓଡିଶା ଦାବି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ। ବୈଠକରେ ଉଠିଲା ଓଡିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି। ପ୍ରତିବର୍ଷ ବନ୍ୟା ଓ ବାତ୍ୟାର ସମ୍ମୁଖୀନ ହେଉଥିବାରୁ ଓଡ଼ିଶାର ଆର୍ଥିକ ସ୍ଥିତି ଦୋହଲି ଯାଉଛି। ତେଣୁ ଓଡ଼ିଶାକୁ ଫୋକସ୍ ଷ୍ଟେଟ୍ ମାନ୍ୟତା ପ୍ରଦାନ ପାଇଁ କେନ୍ଦ୍ର ସରକାର ନିକଟରେ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା ପରେ ତତ୍ପର ରାଜ୍ୟ ସରକାର: ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ନିର୍ଦ୍ଦେଶ

ଏଥିସହ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ପାଇଁ ସ୍ବତନ୍ତ୍ର ପାଣ୍ଠି ଯୋଗାଇବାକୁ ଦାବି କରିଛନ୍ତି ନବୀନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ଆୟୋଗର ସପ୍ତମ ପରିଚାଳନା ପରିଷଦ ବୈଠକରେ ରାଜ୍ୟ ସ୍ବାର୍ଥ ସଂପର୍କିତ ଅନେକ ଦାବି ଉଠାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଟେଲିକମ୍, ରେଲଓ୍ବେ ଓ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ ସେ ଦାବି କରିଛନ୍ତି। ସେହିପରି ପ୍ରଧାମମନ୍ତ୍ରୀ ଆବାସ ଯୋଜନା ନେଇ ମଧ୍ୟ ଦୃଷ୍ଟି ଆକର୍ଷଣ କରିଛନ୍ତି ନବୀନ ।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

ଅଧିକାଂଶ ଆଦିବାସୀ ଓ କେବିକେ ଜିଲ୍ଲା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ହୋଇଛନ୍ତି । ଯୋଜନା ସଂପର୍କିତ ଅସାମଞ୍ଜସ୍ୟ ତୁରନ୍ତ ଦୂର କରିବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି। ଏଥିସହ ବୈଠକରେ ଏଏସଆଇ ଓ ଏଏମ୍ଏସ୍ଏଆର୍ ରୂପାନ୍ତରଣ ଦାବି କରିଛନ୍ତି। ଏହାର ଟେକ୍ନୋଲୋଜି ଓ ନ୍ୟାୟିକ ଢାଞ୍ଚାରେ ପରିବର୍ତ୍ତନ ପାଇଁ ଜଣାଇଛନ୍ତି । ଏହାଦ୍ବାରା କୋଣାର୍କ ଭଳି ଐତିହ୍ୟସ୍ଥଳୀକୁ ସୁରକ୍ଷିତ ରଖାଯାଇପାରିବ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା କ୍ରସ ଭୋଟିଂ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲା ବିଜେଡି, ୮ ବିଧାୟକଙ୍କ ସଦସ୍ୟତା ରଦ୍ଦ ଲାଗି ପିଟିସନ୍

ନୀତି ଆୟୋଗ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କୋଭିଡ୍ ମହାମାରୀକୁ ପ୍ରଭାବଶାଳୀ ଭାବେ ନିୟନ୍ତ୍ରଣ କରାଯାଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେହିପରି ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ତା’ର କ୍ରୀଡା ଦକ୍ଷତା ଦେଖାଉଛି। ଦେଶକୁ ଗୌରବାନ୍ବିତ କରିଥିବା କ୍ରୀଡାବିତ୍‌ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସେମାନଙ୍କ ପାଇଁ ମାତୃଭୂମି ଆଜି ଗର୍ବିତ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର