ରାଜ୍ୟ ସରକାରଙ୍କ କ୍ରୀଡ଼ା ବିକାଶ ପଦକ୍ଷେପକୁ FIDE ପରିଚାଳନା ବୋର୍ଡର ଉପାଧ୍ୟକ୍ଷ ଓଜାଲାଙ୍କ ପ୍ରଶଂସା

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷ ତଥା ଲାଟଭିଆ ଗଣତନ୍ତ୍ରର ପୂର୍ବତନ ଅର୍ଥ ଓ ଅର୍ଥନୀତି ମନ୍ତ୍ରୀ ଡାନା ରିଜନିସ୍ ଓଜୋଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଚେସ୍ କୁ ପ୍ରୋତ୍ସାହିତ କରିବା ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ପ୍ରଶଂସା କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଓ ଶ୍ରୀମତୀ ରିଜନିସ୍-ଓଜୋଲା ଚେସ୍ କୁ ଏକ ବୌଦ୍ଧିକ କ୍ରୀଡ଼ା ଭାବରେ ଲୋକପ୍ରିୟ କରିବା ଏବଂ ଯୁବଗୋଷ୍ଠୀଙ୍କୁ ବୌଦ୍ଧିକ […]

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷ ତଥା ଲାଟଭିଆ ଗଣତନ୍ତ୍ରର ପୂର୍ବତନ ଅର୍ଥ ଓ ଅର୍ଥନୀତି ମନ୍ତ୍ରୀ ଡାନା ରିଜନିସ୍ ଓଜୋଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଚେସ୍ କୁ ପ୍ରୋତ୍ସାହିତ କରିବା ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ପ୍ରଶଂସା କରିଛନ୍ତି ।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଓ ଶ୍ରୀମତୀ ରିଜନିସ୍-ଓଜୋଲା ଚେସ୍ କୁ ଏକ ବୌଦ୍ଧିକ କ୍ରୀଡ଼ା ଭାବରେ ଲୋକପ୍ରିୟ କରିବା ଏବଂ ଯୁବଗୋଷ୍ଠୀଙ୍କୁ ବୌଦ୍ଧିକ ଓ ଭାବନାତ୍ମକ ଭାବେ ସଶକ୍ତ କରିବାର ଅନେକ ସମ୍ଭାବନା ଉପରେ ଗୁରୁତ୍ୱାରୋପ କରିଥିଲେ।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

ଯୁବ ଚେସ୍ ପ୍ରତିଭାମାନଙ୍କୁ ଚିହ୍ନଟ କରି ପ୍ରୋତ୍ସାହିତ କରିବା ଏବଂ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଉତ୍କୃଷ୍ଟ ହେବା ପାଇଁ ଉପଯୁକ୍ତ ଭିତ୍ତିଭୂମି ଏବଂ ପ୍ରଶିକ୍ଷଣ ପ୍ରଦାନ କରିବା ଉପରେ ବୈଠକରେ ଆଲୋକପାତ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ଦୁଗ୍ଧ ଚାଷୀଙ୍କୁ ଲିଟର ପିଛା ୨ ଟଙ୍କା ଅଧିକ ଦେବାକୁ ଓମ୍‌ଫେଡ୍ ପକ୍ଷରୁ ନିଷ୍ପତ୍ତି, ସେପ୍ଟେମ୍ବର ୧୧ରୁ ଲାଗୁ

ଏହି ଅବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ଯୁବପିଢ଼ିଙ୍କୁ ସର୍ବୋତ୍ତମ ସୁଯୋଗ ଯୋଗାଇ ଦେବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ଏବଂ ଚେସ୍ ସେମାନଙ୍କ ଅଭିବୃଦ୍ଧିର ଏକ ପ୍ରମୁଖ ମାଧ୍ୟମ। ରାଜ୍ୟସ୍ତରୀୟ ଚେସ୍ ଏକାଡେମୀ- ପ୍ରୋ ଚେସ୍-ଟା, ଚେସ୍ ଇନ୍ ସ୍କୁଲ୍ ପ୍ରକଳ୍ପ ପ୍ରତିଷ୍ଠା କରାଯାଇଥିବା ବେଳେ ଓଡ଼ିଶାରେ ୧୦୦ରୁ ଅଧିକ ଚେସ୍ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା କରିବାକୁ ଯୋଜନା ହୋଇଛି। ଆମର ଲକ୍ଷ୍ୟ ହାସଲ ପାଇଁ ଆମେ ଫିଡେ ସହ ମିଶି କାମ କରିବାକୁ ଆଗ୍ରହୀ।

ବିଶ୍ୱ ଚେସ୍ ସମୁଦାୟ ପ୍ରତି ଅତୁଟ ସମର୍ଥନ ପାଇଁ ପରିଚିତ ଶ୍ରୀମତୀ ରିଜନିସ୍-ଓଜୋଲା ମୁଖ୍ୟମନ୍ତ୍ରୀ ଏବଂ ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ାର ବିକାଶ ଦିଗରେ ଓଡ଼ିଶାର ନିରନ୍ତର ପ୍ରୟାସକୁ ପ୍ରଶଂସା କରିଥିଲେ।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର