ହକର ମାନେ ହେଉଛନ୍ତି ଖବର କାଗଜ ଓ ପାଠକ ମାନଙ୍କ ମଧ୍ୟରେ ସେତୁ – ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ୍‌ ପ୍ରଦାନ କରିଛନ୍ତି। ସେମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକର ମାନଙ୍କ ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍‌ ପ୍ରସ୍ତୁତ କରାଯାଇ ପଞ୍ଜୀକୃତ କରାଯାଇଛି। […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ୍‌ ପ୍ରଦାନ କରିଛନ୍ତି। ସେମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକର ମାନଙ୍କ ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍‌ ପ୍ରସ୍ତୁତ କରାଯାଇ ପଞ୍ଜୀକୃତ କରାଯାଇଛି। ପ୍ରତ୍ୟେକ ପଞ୍ଜୀକୃତ ହକର ୬୦୦୦ ଟଙ୍କା ଲେଖାଏ ସହାୟତା ପାଇଛନ୍ତି। ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ଏହି ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହକର ମାନେ ହେଉଛନ୍ତି ଖବର କାଗଜ ଓ ପାଠକ ମାନଙ୍କ ମଧ୍ୟରେ ସେତୁ । ଖରା, ବର୍ଷା, ଶୀତ ସବୁ ସମୟରେ ଏପରିକି କୋଭିଡ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟକୁ ଭୁଲି ପାଠକ ମାନଙ୍କୁ ଖବର କାଗଜ ଯୋଗାଇଛନ୍ତି । ଡିଜିଟାଲ ଯୁଗରେ ମଧ୍ୟ ଖବର କାଗଜର ଚାହିଦା କମି ନାହିଁ ବୋଲି ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ସହାୟତା ସହିତ ହକର ମାନଙ୍କୁ ଅଣସଂଗଠିତ ସାମାଜିକ ସୁରକ୍ଷା ବୋର୍ଡରେ ସାମିଲ କରାଯାଇ ସାହାଯ୍ୟ ପ୍ରଦାନ କରାଯିବ। ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ବଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକର ମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି । ହକର ମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍‌ ନିର୍ମାଣ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ନିର୍ମାଣ କରାଯିବ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ସୂଚନାଯୋଗ୍ୟ ଯେ, ଦୁର୍ଘଟଣାଜନିତ ସଂପର୍ଣ୍ଣ ଅକ୍ଷମତା ଯୋଗୁ ହକର ମାନଙ୍କୁ ଦେଢ ଲକ୍ଷ ଟଙ୍କା, ଉଭୟ ଅଙ୍ଗ ହରାଇଥିବା ହକର ମାନଙ୍କୁ ୮୦ ହଜାର ଓ ଗୋଟିଏ ଅଙ୍ଗ ହରାଇଥିବା ହକର ମାନଙ୍କୁ ୪୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି ।

ଲୋକସେବା ଭବନ କନ୍‌ଭେନସନ ହଲ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ କହିଲେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନେକ ଜନକଲ୍ୟାଣ କାର୍ଯ୍ୟକ୍ରମ କରି ଓଡିଶାରେ ପ୍ରଗତୀର ନୂଆ ଇତିହାସ ଲେଖିଛନ୍ତି । ଆର୍ଥିକ ଦୂରାବସ୍ଥାର ସମ୍ମୁଖୀନ ହେଉଥିବା ହକର ମାନେ ଏହାଦ୍ବାରା ଉପକୃତ ହେବେ ବୋଲି ସେ କହିଥିଲେ ।
ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ଶ୍ରୀ ମାନସ ମଙ୍ଗରାଜ ଏଥିରେ ଯୋଗ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ସାରା ଦେଶରେ ଅଭିନବ ଓ ଅନନ୍ୟ ।

କାର୍ଯ୍ୟକ୍ରମରେ ଭୁବନେଶ୍ବରରୁ ଶ୍ରୀ ଗୋବର୍ଦ୍ଧନ ଦାସ, କଟକରୁ ରତ୍ନାକର ପ୍ରଧାନ, ସମ୍ବଲପୁରରୁ କୃଷ୍ଣଚନ୍ଦ୍ର ନାଥ ଓ ବ୍ରହ୍ମପୁରରୁ ଶ୍ରୀ ସନ୍ତୋଷ ପାଣିଗ୍ରାହୀ ପ୍ରମୁଖ ହକରମାନେ ସେମାନଙ୍କର ଅନୁଭବ ବ୍ୟକ୍ତ କରି କହିଥିଲେ ଯେ ଆମେ ହକର ଭାଇମାନେ ଅନେକ ଅର୍ଥାଭାବର ସମ୍ମୁଖୀନ ହୋଇଛୁ । ମୁଖ୍ୟମନ୍ତ୍ରୀ ଆମ ଦୁଃଖ ବୁଝିଥିବାରୁ ଆମେ ହୃଦୟରୁ ତାଙ୍କ ପ୍ରତି ଆମର କୃତଜ୍ଞତା ପ୍ରକାଶ କରୁଛୁ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ, ବିଧାୟକଗଣ, ଜିଲ୍ଲାପାଳ, ସୂଚନା ଓ ଲୋକସଂପର୍କ ଅଧିକାରୀ ଓ ହକର ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

23 Dec 2021 By The Sakala

ହକର ମାନେ ହେଉଛନ୍ତି ଖବର କାଗଜ ଓ ପାଠକ ମାନଙ୍କ ମଧ୍ୟରେ ସେତୁ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ୍‌ ପ୍ରଦାନ କରିଛନ୍ତି। ସେମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକର ମାନଙ୍କ ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍‌ ପ୍ରସ୍ତୁତ କରାଯାଇ ପଞ୍ଜୀକୃତ କରାଯାଇଛି। ପ୍ରତ୍ୟେକ ପଞ୍ଜୀକୃତ ହକର ୬୦୦୦ ଟଙ୍କା ଲେଖାଏ ସହାୟତା ପାଇଛନ୍ତି। ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି।

ଏହି ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହକର ମାନେ ହେଉଛନ୍ତି ଖବର କାଗଜ ଓ ପାଠକ ମାନଙ୍କ ମଧ୍ୟରେ ସେତୁ । ଖରା, ବର୍ଷା, ଶୀତ ସବୁ ସମୟରେ ଏପରିକି କୋଭିଡ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟକୁ ଭୁଲି ପାଠକ ମାନଙ୍କୁ ଖବର କାଗଜ ଯୋଗାଇଛନ୍ତି । ଡିଜିଟାଲ ଯୁଗରେ ମଧ୍ୟ ଖବର କାଗଜର ଚାହିଦା କମି ନାହିଁ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ସହାୟତା ସହିତ ହକର ମାନଙ୍କୁ ଅଣସଂଗଠିତ ସାମାଜିକ ସୁରକ୍ଷା ବୋର୍ଡରେ ସାମିଲ କରାଯାଇ ସାହାଯ୍ୟ ପ୍ରଦାନ କରାଯିବ। ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ବଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକର ମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି । ହକର ମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍‌ ନିର୍ମାଣ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ନିର୍ମାଣ କରାଯିବ।

ସୂଚନାଯୋଗ୍ୟ ଯେ, ଦୁର୍ଘଟଣାଜନିତ ସଂପର୍ଣ୍ଣ ଅକ୍ଷମତା ଯୋଗୁ ହକର ମାନଙ୍କୁ ଦେଢ ଲକ୍ଷ ଟଙ୍କା, ଉଭୟ ଅଙ୍ଗ ହରାଇଥିବା ହକର ମାନଙ୍କୁ ୮୦ ହଜାର ଓ ଗୋଟିଏ ଅଙ୍ଗ ହରାଇଥିବା ହକର ମାନଙ୍କୁ ୪୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି ।

ଲୋକସେବା ଭବନ କନ୍‌ଭେନସନ ହଲ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ କହିଲେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନେକ ଜନକଲ୍ୟାଣ କାର୍ଯ୍ୟକ୍ରମ କରି ଓଡିଶାରେ ପ୍ରଗତୀର ନୂଆ ଇତିହାସ ଲେଖିଛନ୍ତି । ଆର୍ଥିକ ଦୂରାବସ୍ଥାର ସମ୍ମୁଖୀନ ହେଉଥିବା ହକର ମାନେ ଏହାଦ୍ବାରା ଉପକୃତ ହେବେ ବୋଲି ସେ କହିଥିଲେ ।
ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ଶ୍ରୀ ମାନସ ମଙ୍ଗରାଜ ଏଥିରେ ଯୋଗ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ସାରା ଦେଶରେ ଅଭିନବ ଓ ଅନନ୍ୟ ।

କାର୍ଯ୍ୟକ୍ରମରେ ଭୁବନେଶ୍ବରରୁ ଶ୍ରୀ ଗୋବର୍ଦ୍ଧନ ଦାସ, କଟକରୁ ରତ୍ନାକର ପ୍ରଧାନ, ସମ୍ବଲପୁରରୁ କୃଷ୍ଣଚନ୍ଦ୍ର ନାଥ ଓ ବ୍ରହ୍ମପୁରରୁ ଶ୍ରୀ ସନ୍ତୋଷ ପାଣିଗ୍ରାହୀ ପ୍ରମୁଖ ହକରମାନେ ସେମାନଙ୍କର ଅନୁଭବ ବ୍ୟକ୍ତ କରି କହିଥିଲେ ଯେ ଆମେ ହକର ଭାଇମାନେ ଅନେକ ଅର୍ଥାଭାବର ସମ୍ମୁଖୀନ ହୋଇଛୁ । ମୁଖ୍ୟମନ୍ତ୍ରୀ ଆମ ଦୁଃଖ ବୁଝିଥିବାରୁ ଆମେ ହୃଦୟରୁ ତାଙ୍କ ପ୍ରତି ଆମର କୃତଜ୍ଞତା ପ୍ରକାଶ କରୁଛୁ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ, ବିଧାୟକଗଣ, ଜିଲ୍ଲାପାଳ, ସୂଚନା ଓ ଲୋକସଂପର୍କ ଅଧିକାରୀ ଓ ହକର ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

https://www.thesakala.in/latest-odisha-news/cm-naveen-patnaik-distributes-special-assistance-to-news-paper-hawkers/article-7830
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର