ଭୁବନେଶ୍ୱର: ଆଜି ଉତ୍କଳ ଦିବସ । ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ,’ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ସମ୍ମାନ ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ଅସ୍ମିତା ଓ ସ୍ଵାଭିମାନକୁ ବଜାୟ ରଖି ଏକ ନୂଆ ଓଡ଼ିଶା, ଉଚ୍ଚାକାଂକ୍ଷୀ ଓଡ଼ିଶା ଗଠନ ଦିଗରେ ସଙ୍କଳ୍ପବଦ୍ଧ ହୋଇ ଆଗକୁ ବଢିବା’।
ସେହିପରି ରାଜ୍ୟପାଳ ପ୍ରଫେସର ଗଣେସି ଲାଲ ମଧ୍ୟ ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି । ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟ କରିବାକୁ ସମସ୍ତଙ୍କୁ ସଂକଳ୍ପବଦ୍ଧ ହେବାକୁ ଆହ୍ବାନ ଦେଇଛନ୍ତି।
ଉତ୍କଳ ଦିବସ ପାଇଁ ରାଜଧାନୀର ପ୍ରମୁଖ ସରକାରୀ କାର୍ଯ୍ୟାଳୟକୁ ରଙ୍ଗୀନ ଆଲୋକମାଳାରେ ସଜ୍ଜିତ କରାଯାଇଛି । ବିଧାନସଭା ଠାରୁ ଆରମ୍ଭ କରି ରାଜ୍ୟର ପ୍ରତ୍ୟେକ ସରକାରୀ ଓ ବେସରକାରୀ ଅଫିସ୍ ସୁନ୍ଦର ଆଲୋକ ମାଳାରେ ସଜେଇ ହୋଇଛି । ସେହିପରି ଲୋକସେବା ଭବନ, ଖାରବେଳ ଭବନ, ନିର୍ମାଣ ସୌଧ, କମିସନରେଟ୍ ପୁଲିସ ମୁଖ୍ୟାଳୟ , କୃଷି ଭବନ, ରିଜର୍ଭ ବ୍ୟାଙ୍କ ଓ ଏସ୍ବିଆଇ ମୁଖ୍ୟ କାର୍ଯ୍ୟାଳୟକୁ ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଛି ।