ମୁଖ୍ଯମନ୍ତ୍ରୀଙ୍କ ଅକ୍ଷୟ ତୃତୀୟା ଭେଟି: ଚାଷୀଙ୍କ ଆକାଉଣ୍ଟକୁ ଆସିଲା କାଳିଆ ଟଙ୍କା

The Sakala Picture
Published On

ଭୁବନେଶ୍ୱର: ଚାଷୀଙ୍କ ଖାତାକୁ ଆସିଲା ‘କାଳିଆ’ ଟଙ୍କା । ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ଆକାଉଣ୍ଟକୁ କାଳିଆ ଟଙ୍କା ପଠାଇଛନ୍ତି ରାଜ୍ୟ ସରକାର । ୪୦ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ ୮୦୪ କୋଟି ଟଙ୍କା ସହାୟତା ଦିଆଯାଇଛି । ୨୦୨୨ ଆର୍ଥିକ ବର୍ଷ ପାଇଁ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ କାଳିଆ ସହାୟତା ରାଶି ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ […]

ଭୁବନେଶ୍ୱର: ଚାଷୀଙ୍କ ଖାତାକୁ ଆସିଲା ‘କାଳିଆ’ ଟଙ୍କା । ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ଆକାଉଣ୍ଟକୁ କାଳିଆ ଟଙ୍କା ପଠାଇଛନ୍ତି ରାଜ୍ୟ ସରକାର । ୪୦ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ ୮୦୪ କୋଟି ଟଙ୍କା ସହାୟତା ଦିଆଯାଇଛି । ୨୦୨୨ ଆର୍ଥିକ ବର୍ଷ ପାଇଁ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ କାଳିଆ ସହାୟତା ରାଶି ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କୁ ‘କାଳିଆ’ ଟଙ୍କା ପ୍ରଦାନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

ରାଜ୍ୟ ସରକାରଙ୍କ ଏହି ଆର୍ଥିକ ସହାୟତା ଦ୍ୱାରା ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହୋଇଛନ୍ତି । ସେହିପରି କୃଷି ବିଭାଗ ପକ୍ଷରୁ ‘ପଣସ ମିଶନ’ ଓ ଅଧିକରୁ ଅଧିକ ବାଜରା ଚାଷ କରାଯିବା ପାଇଁ ମିଲେଟ ମିଶନକୁ ସଂପ୍ରସାରିତ କରାଯଇଛି । ଏହାସହ କୃଷକ ଓ କୃଷି ଉଦ୍ୟୋଗୀଙ୍କୁ ସବୁ ସହାୟତାକୁ ଗୋଟିଏ ପ୍ଲାଟ ଫର୍ମରେ ଯୋଗାଇଦେବା ପାଇଁ ସୁଗମ ପୋର୍ଟାଲ ଓ କୃଷକ ଓଡ଼ିଶା ପୋର୍ଟାଲ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

କୃଷି ବିକାଶ ଓ କୃଷକ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ବର୍ଷ କୃଷି ପାଇଁ ୨୦ ହଜାର କୋଟିରୁ ଅଧିକ ଟଙ୍କାର ବଜେଟ ରଖାଯାଇଛି।

ଆହୁରି ପଢ଼ନ୍ତୁ: ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ବରଗଡ଼ର ପଞ୍ଚାୟତ ସମିତି ସଭ୍ୟଙ୍କ ମୃତ୍ୟୁ !

ଏହି ଅବସରରେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ପଣସ ମିଶନ ଓ ରିୱାର୍ଡ (Rejuvenating Watershed for Agricultural Resilience through Innovative Development) କାର୍ଯ୍ୟକ୍ରମର ଶୁଭାରମ୍ଭ ହେବା ସହିତ ମିଲେଟ୍‌ ମିଶନ ଓ ସମନ୍ବିତ କୃଷି ପ୍ରୋତ୍ସାହନ ନିମନ୍ତେ ସ୍ବତନ୍ତ୍ର କାର୍ଯ୍ୟକ୍ରମ (Special Programme for Promotion of Integrated Farming)ର ପ୍ରସାର ମଧ୍ୟ କରାଯାଉଛି ।

ସୂଚନାଯୋଗ୍ୟ ଯେ, ପଣସ ମିଶନରେ ୯ଟି ଜିଲ୍ଲାର ପଣସ ଚାଷୀଙ୍କ ପାଇଁ ୯୭ କୋଟି ଟଙ୍କାର ପ୍ରୋତ୍ସାହନ ରଖାଯାଇଥିବା ବେଳେ, ରିୱାର୍ଡ ଯୋଜନାରେ ବୈଜ୍ଞାନିକ ପ୍ରଣାଳୀରେ ଜଳବିଭାଜିକା କାର୍ଯ୍ୟକ୍ରମ ଜରିଆରେ ଚାଷ ଜମିର ଉତ୍ପାଦକତା ବୃଦ୍ଧି ପାଇଁ ୫୦୦ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ସେହିପରି ଓଡିଶା ମିଲେଟ୍‌ ମିଶନରେ ୧୯ଟି ଜିଲ୍ଲାର ୧୮୨ଟି ବ୍ଲକ୍‌ର ଚାଷୀ ମାନଙ୍କ ପାଇଁ ୨୮୦୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଥିବା ବେଳେ ସମନ୍ବିତ କୃଷିର ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୮ଟି ଜିଲ୍ଲାର ୧.୮ ଲକ୍ଷ କୃଷକ ପରିବାରକୁ ସାମିଲ କରିବା ପାଇଁ ୨୩୯ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ଏହି ୪ଟି ଯୋଜନା ପାଇଁ ୩୬୪୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୃଷି କ୍ଷେତ୍ରରେ ପୁଞ୍ଜି ବିନିଯୋଗ ଉପରେ ଆମେ ବିଶେଷ ଗୁରୁତ୍ୱ ଦେଉଛୁ। କୃଷିକୁ ଏକ ଲାଭଜନକ ବୃତ୍ତି ଭାବରେ ବିକଶିତ କରବା ପାଇଁ ଆମର ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ଭାଇ ମାନଙ୍କ ପାଇଁ ନୂଆ ‘କୃଷକ ଓଡିଶା’ ପୋର୍ଟାଲ ଲୋକାର୍ପିତ କରିଥିଲେ । ଏଥିରେ ଚାଷୀମାନେ ସାମିଲ ହୋଇ ସେମାନଙ୍କ ତଥ୍ୟ ଅପ୍‌ଡେଟ କଲେ ଆବଶ୍ୟକ ସେବା ଓ ପରାମର୍ଶ ପାଇପାରିବେ । ଏହାସହିତ କୃଷକ ଓ କୃଷି ଉଦ୍ୟୋଗୀ ମାନଙ୍କ ପାଇଁ ‘ଗୋ-ସୁଗମ’ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରିଥିଲେ । ଏହା କୃଷକ ମାନଙ୍କ ପାଇଁ ଦେଶର ପ୍ରଥମ ସିଙ୍ଗଲ ୱିନଡୋ ପ୍ଲାଟଫର୍ମ।

ଏହାସହିତ କୃଷି ଓ ଆନୁସଂଗିକ କ୍ଷେତ୍ରରେ କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ବାସ୍ତବମୁଖୀ ନୀତି ନିର୍ଦ୍ଧାରଣ ପାଇଁ “ଆନ୍ତର୍ଜାତିକ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ” ଓ ରାଜ୍ୟ କୃଷି ବିଭାଗ ମଧ୍ୟରେ ଏକ ବୁଝାମଣାପତ୍ର ମଧ୍ୟ ସ୍ବାକ୍ଷରିତ ହୋଇଥିଲା । କୃଷକ ମାନଙ୍କ ସଶକ୍ତିକରଣ ପାଇଁ କୃଷକ ଉତ୍ପାଦକ ସଂଗଠନର ଏକ ମାର୍ଗଦର୍ଶିକା ମଧ୍ୟ ମଧ୍ୟ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଥିଲେ ।

କୃଷି ମନ୍ତ୍ରୀ ଶ୍ରୀ ଅରୁଣ ସାହୁ କହିଥିଲେ ଯେ, ଅନେକ ପ୍ରାକୃତିକ ବିପର୍ଯ୍ୟୟ ର ସମ୍ମୁଖୀନ ହେଲେ ମଧ୍ୟ ମୂଖ୍ୟ ମନ୍ତ୍ରୀଙ୍କ ଦୂର ଦୃଷ୍ଟି ଓ ଦୃଢ଼ ନେତୃତ୍ୱ ପାଇଁ ଓଡ଼ିଶା ଆଜି କୃଷି କ୍ଷେତ୍ରରେ ଅଗ୍ରଣୀ ହୋଇ ପାରିଛି। କୃଷି କ୍ଷେତ୍ର ରେ ମହିଳା ମାନଙ୍କୁ ଅଗ୍ରାଧିକାର ଦିଆ ଯାଉଛି। କୃଷି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲାର ଚାଷୀ ନିର୍ମଳ ନାୟକ, ବାଲେଶ୍ବରର ବଇଦ ନାୟକ ଓ ସୁନ୍ଦରଗଡ ଜିଲ୍ଲାର ଚାଷୀ ମେନକା ଭୋଇ ପ୍ରମୁଖ କାଳିଆ ଯୋଜନା ଯୋଗୁ ସେମାନଙ୍କ ଚାଷ କାମରେ କିପରି ଉନ୍ନତି ଆସିଛି, ସେ ବିଷୟରେ ନିଜର ଅଭିଜ୍ଞତା ବର୍ଣ୍ଣନା କରିଥିଲେ । କାଲିଆ ସହାୟତା ପାଇଁ ସେମାନେ ସାର, ବିହନ ଆଦି ସହଜରେ କିଣି ଚାଷ କରିପାରୁଛନ୍ତି। ଏଥିପାଇଁ ମୂଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ପ୍ରକାଶ କରି ପ୍ରଭୁ ଜଗନ୍ନାଥ ଆପଣଙ୍କ ମଙ୍ଗଳ କରନ୍ତୁ ବୋଲି ସେମାନେ କହିଥଲେ। ଏହି କାର୍ଯ୍ୟକ୍ରମରେ ଏହିସବୁ ନୂଆ ଯୋଜନା ଓ କୃଷି କ୍ଷେତ୍ରରେ ଡିଜିଟାଲ ଟେକ୍‌ନୋଲୋଜିର ପ୍ରୟୋଗ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା ।

କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସଂଜୀବ ଚୋପ୍ରା ସ୍ବାଗତ ଭାଷଣ ଦେଇଥିଲେ। କୃଷି ବିଭାଗର ସ୍ବତନ୍ତ୍ର ସଚିବ ଧନ୍ୟବାଦ ଅର୍ପଣ କରିଥିଲେ । ବିଭିନ୍ନ ଜିଲ୍ଲାରେ ଜିଲ୍ଲପାଳ ଓ ଚାଷୀ ମାନେ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର