କେନ୍ଦୁପତ୍ର ଉପରୁ ଜିଏସଟି ହଟାଇବା ନେଇ ପୁଣି କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: କେନ୍ଦୁପତ୍ର ଉପରୁ ଜିଏସଟି ପ୍ରତ୍ୟାହାର ଦାବିରେ ପୁଣି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୮ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ କର୍ମଚାରୀଙ୍କ ପାଇଁ ଅର୍ଥନୈତିକ ମେରୁଦଣ୍ଡ କେନ୍ଦୁପତ୍ର । ରାଜ୍ୟରେ ମୁଖ୍ୟତଃ ଆଦିବାସୀ ଏହି କାର୍ଯ୍ୟରେ ନିୟୋଜିତ ଥାଆନ୍ତି । ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ଜଙ୍ଗଲ ଅଧିବାସୀ ଆଇନ ୨୦୦୬ ଆଧାରରେ ଆଦିବାସୀ କେନ୍ଦୁପତ୍ର ସଂଗ୍ରହ କରିଥାନ୍ତି । କେନ୍ଦୁପତ୍ର ଉପରୁ ୧୮ପ୍ରତିଶତ ଜିଏସଟି […]

ଭୁବନେଶ୍ୱର: କେନ୍ଦୁପତ୍ର ଉପରୁ ଜିଏସଟି ପ୍ରତ୍ୟାହାର ଦାବିରେ ପୁଣି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୮ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ କର୍ମଚାରୀଙ୍କ ପାଇଁ ଅର୍ଥନୈତିକ ମେରୁଦଣ୍ଡ କେନ୍ଦୁପତ୍ର । ରାଜ୍ୟରେ ମୁଖ୍ୟତଃ ଆଦିବାସୀ ଏହି କାର୍ଯ୍ୟରେ ନିୟୋଜିତ ଥାଆନ୍ତି । ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ଜଙ୍ଗଲ ଅଧିବାସୀ ଆଇନ ୨୦୦୬ ଆଧାରରେ ଆଦିବାସୀ କେନ୍ଦୁପତ୍ର ସଂଗ୍ରହ କରିଥାନ୍ତି । କେନ୍ଦୁପତ୍ର ଉପରୁ ୧୮ପ୍ରତିଶତ ଜିଏସଟି ଆଦାୟ ହେଉଛି । ଏହା ସିଧାସଳଖ କେନ୍ଦୁପତ୍ର ତୋଳାଳି, କର୍ମଚାରୀ ଓ ବନ୍ଧାଳିଙ୍କ ସାମାଜିକ ସୁରକ୍ଷାକୁ ପ୍ରଭାବିତ କରୁଛି। ତେଣୁ କେନ୍ଦୁପତ୍ର ତୋଳାଳିଙ୍କ ସମୂହ ସ୍ବାର୍ଥ ପାଇଁ କେନ୍ଦୁପତ୍ର ଉପରୁ ସମ୍ପୂର୍ଣ୍ଣ ଜିଏସଟି ଛାଡ କରିବାକୁ ଦାବି ଦୋହରାଇଛନ୍ତି ନବୀନ। ଏହାପୂର୍ବରୁ ଗତ ନଭେମ୍ବର ୨୫ତାରିଖରେ କେନ୍ଦ୍ରକୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ। ସଂସଦରେ ମଧ୍ୟ କେନ୍ଦୁପତ୍ର ଉପରୁ ଜିଏସଟି ଛାଡ଼ ପାଇଁ ବିଜେଡି ସାଂସଦ ଦାବି ଉଠାଇଥିଲେ । ରାଜ୍ୟର ୮ଲକ୍ଷ ଗରିବ କେନ୍ଦୁପତ୍ର ତୋଳାଳିଙ୍କ ସ୍ବାର୍ଥ ରକ୍ଷା ପାଇଁ ଏହି ଲଘୁ ବନଜାତ ଦ୍ରବ୍ୟ ଉପରୁ ଜିଏସଟି ଛାଡ ପାଇଁ ଦାବି କରିଆସୁଛି ବିଜେଡି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

27 Jun 2023 By The Sakala

https://www.thesakala.in/latest-odisha-news/cm-naveen-patnaik-has-again-written-a-letter-to-the-union-finance-minister-demanding-the-withdrawal-of-gst-from-the-kendu-leaf/article-23000
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର