ପୂର୍ବତନ ବାଚସ୍ପତି ସ୍ୱର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ବ୍ରଜରାଜନଗର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପୂର୍ବତନ ବାଚସ୍ପତି ସ୍ୱର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି। ବ୍ରଜରାଜନଗରରେ ସ୍ୱର୍ଗତ କିଶୋର ମହାନ୍ତିଙ୍କ ଏହି ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କିଶୋର ବାବୁଙ୍କ ସରଳତା ତାଙ୍କର ବଡ ପରିଚୟ ଥିଲା। ଦଳମତ ନିର୍ବିଶେଷରେ ସେ ସମସ୍ତଙ୍କର ପ୍ରିୟପାତ୍ର ହୋଇପାରିଥିଲେ। ତୃଣମୂଳ ସ୍ତରରୁ ରାଜନୀତି ଆରମ୍ଭ କରି ସେ ସରକାରୀ ମୁଖ୍ୟ ସଚେତକ, ସାଂସଦ, ପଶ୍ଚିମ ଓଡିଶା […]

ବ୍ରଜରାଜନଗର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପୂର୍ବତନ ବାଚସ୍ପତି ସ୍ୱର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି। ବ୍ରଜରାଜନଗରରେ ସ୍ୱର୍ଗତ କିଶୋର ମହାନ୍ତିଙ୍କ ଏହି ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କିଶୋର ବାବୁଙ୍କ ସରଳତା ତାଙ୍କର ବଡ ପରିଚୟ ଥିଲା। ଦଳମତ ନିର୍ବିଶେଷରେ ସେ ସମସ୍ତଙ୍କର ପ୍ରିୟପାତ୍ର ହୋଇପାରିଥିଲେ। ତୃଣମୂଳ ସ୍ତରରୁ ରାଜନୀତି ଆରମ୍ଭ କରି ସେ ସରକାରୀ ମୁଖ୍ୟ ସଚେତକ, ସାଂସଦ, ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଏବଂ ରାଜ୍ୟ ବିଧାନ ସଭାର ବାଚସ୍ପତି ମଧ୍ୟ ହୋଇଥିଲେ। ବିଜୁ ଜନତା ଦଳର ସେ ଜଣେ ଦକ୍ଷ ସଂଗଠକ ଓ ନେତା ଥିଲେ। ଦଳକୁ ମଜବୁତ କରିବାରେ ତାଙ୍କର ବହୁତ ଅବଦାନ ଥିଲା।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଯୋଗ ଦେଇ କହିଛନ୍ତି ଯେ ସ୍ୱର୍ଗତ କିଶୋର ବାବୁଙ୍କ ସହିତ ତାଙ୍କର ଘନିଷ୍ଠ ସଂପର୍କ ଥିଲା। ସେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ । ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ସେ ଅନେକ ଉନ୍ନୟନମୂଳକ କାମ କରିଯାଇଛନ୍ତି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

ବିଧାୟକ ତଥା ସ୍ୱର୍ଗତ ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରି କହିଛନ୍ତି ଯେ ସ୍ୱର୍ଗତ କିଶୋର ମହାନ୍ତି ବ୍ରଜରାଜନଗର ତଥା ସମଗ୍ର ପଶ୍ଚିମ ଓଡିଶାର ଲୋକଙ୍କ ହୃଦୟରେ ସବୁ ଦିନ ପାଇଁ ଅମର ହୋଇ ରହିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର