ପିଲାମାନଙ୍କ ଭିତରେ ଆତ୍ମବିଶ୍ବାସ ଭରି ଦେବା ଏବଂ ଶ୍ରେଷ୍ଠତ୍ବ ହାସଲ ପାଇଁ ସୁଯୋଗ ସୃଷ୍ଟି କରିବା ରୂପାନ୍ତରର ଲକ୍ଷ୍ୟ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ୧୦୨୫ ସ୍କୁଲର ରୂପାନ୍ତର ପର୍ବ ଆଜିଠାରୁ ଆରମ୍ଭ ହୋଇଛି । 5T School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି। ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ବର ଆଦି ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି।ପୂର୍ବରୁ ଗତ ଅଗଷ୍ଟ ରେ ହିଞିଳିର […]
ଭୁବନେଶ୍ବର : ୧୦୨୫ ସ୍କୁଲର ରୂପାନ୍ତର ପର୍ବ ଆଜିଠାରୁ ଆରମ୍ଭ ହୋଇଛି । 5T School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି। ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ବର ଆଦି ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି।ପୂର୍ବରୁ ଗତ ଅଗଷ୍ଟ ରେ ହିଞିଳିର ପଚାଶଟି ରୂପାନ୍ତରିତ ସ୍କୁଲର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ।
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ଭିସି ଜରିଆରେ ଲୋକାର୍ପିତ କରିଛନ୍ତି। ଏଥିରେ ସୁନ୍ଦରଗଡର ୬୭ଟି, କଟକର ୩୦ଟି, ବାଲେଶ୍ବରର ୨୩ଟି, ନବରଙ୍ଗପୁରର ୨୨ଟି ଓ କନ୍ଧମାଳର ୧୦ଟି ସ୍କୁଲ ରହିଛି ।ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ । ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ ବୋଲି ମୁଖ୍ୟମନ୍ତ୍ରି କହିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ , “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ ଚ୍ୟାଲେଞ୍ଜକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।” ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ। ମୁଁ ବହୁତ ଖୁସି ଯେ 5-T transformationକାର୍ଯ୍ୟକ୍ରମର first phaseରେ ରୂପାନ୍ତର ହୋଇଥିବା 1025 ହାଇସ୍କୁଲର ଲୋକାର୍ପଣ ଉତ୍ସବ ଆଜିଠାରୁ ଆରମ୍ଭ କରାଗଲା । ୨୪ ନଭେମ୍ବର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ।ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଲା ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍ ୱାର୍କ । ତୃତୀୟ ନୀତି ହେଉଛି ଟାଇମ୍ ବା ସମୟ । ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍ ସମୟରେ ଶେଷ ହୋଇପାରିଛି। ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହଛନ୍ତି ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି । ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।
ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ସୁନ୍ଦରଗଡର ଛ୍ରାତ୍ରୀ ସିରିନ୍ କୌସର୍, ନବରଙ୍ଗପୁରର ନାଗେଶ୍ବରୀ ପାଣିଗ୍ରାହୀ, ବାଲେଶ୍ବରର ଅଭିଲିପ୍ସା ଲେଙ୍କା, କନ୍ଧମାଳର ଇତିଶ୍ରୀ କହଁର ଓ କଟକର ଗାୟତ୍ରୀ ସାହୁ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କଲର ପରିବେଶ ଓ ଶିକ୍ଷା ସୁବିଧାର ପରିବର୍ତ୍ତନରେ ସେମାନେ ଖୁସି । ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍ ଅଫିସର,ଅଇ ପି ଏସ ବୈଜ୍ଞାନିକ, ଡାକ୍ତର ଇଞ୍ଜିନିୟର ହେବେ ବୋଲି କହିଥିଲେ ।
କାର୍ଯ୍ୟକ୍ରମରେ ସୁନ୍ଦରଗଡରେ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ, ନବରଂଗପୁରରେ ସାଂସଦ ରମେଶ ଚନ୍ଦ୍ର ମାଝୀ, ବାଲେଶ୍ବରରେ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, କନ୍ଧମାଳରେ ସାଂସଦ ଅଚ୍ୟୁତାନନ୍ଦ ସାମନ୍ତ ଏବଂ କଟକରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ଜିଲ୍ଲାର ବିଧାୟକ ମାନେ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ ।
ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ସୁସ୍ମିତା ବାଗ୍ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସ୍ବାଗତ ଭାଷଣ ଦେଇ ଥିଲେ।