କଣ୍ଟାବାଞ୍ଜିରେ ଆୟୁବ ଖାଁ ମଲ୍ଟି ସ୍ପେସିଆଲିଟି ହସ୍‌ପିଟାଲ୍ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଠାରେ ଆୟୁବ ଖାଁ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ୍ ଉଦ୍‌ଘାଟନ କରିଛନ୍ତି । ଏହା ଦ୍ୱାରା ବଲାଙ୍ଗୀର ଜିଲ୍ଲା ବିଶେଷ କରି କଣ୍ଟାବାଞ୍ଜି ଓ ଟିଟିଲାଗଡ ଅଞ୍ଚଳର ଗରିବ ଲୋକମାନେ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ପାଇ ପାରିବେ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଶିଷ୍ଟ ଜନନେତା ତଥା ସମାଜସେବୀ ଆୟୁବ ଖାଁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଠାରେ ଆୟୁବ ଖାଁ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ୍ ଉଦ୍‌ଘାଟନ କରିଛନ୍ତି । ଏହା ଦ୍ୱାରା ବଲାଙ୍ଗୀର ଜିଲ୍ଲା ବିଶେଷ କରି କଣ୍ଟାବାଞ୍ଜି ଓ ଟିଟିଲାଗଡ ଅଞ୍ଚଳର ଗରିବ ଲୋକମାନେ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ପାଇ ପାରିବେ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଶିଷ୍ଟ ଜନନେତା ତଥା ସମାଜସେବୀ ଆୟୁବ ଖାଁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଆହୁରି ପଢ଼ନ୍ତୁ: ବାତ୍ୟା 'ଅକୱାନ' ମୁକାବିଲା ପାଇଁ କେନ୍ଦୁଝର ଜିଲ୍ଲା ପ୍ରଶାସନର ବ୍ୟାପକ ପ୍ରସ୍ତୁତି, ତଳିଆ ଅଞ୍ଚଳର ଲୋକଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଜାରି

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୋ ସରକାରର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହି ଆଦର୍ଶରେ ଆମେ କାମ କରୁଛୁ ଏବଂ ସମାଜର ସବୁଠାରୁ ଗରିବ ଲୋକକୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ କାମ କରୁଛୁ ।

ଆହୁରି ପଢ଼ନ୍ତୁ: ବିସଲେରୀ ପାଣି ନମୁନା ଅସୁରକ୍ଷିତ ! କ୍ୟାନ୍ସର କାରକ ଉପାଦାନ ମିଳିବା ପରେ FSSAI ପକ୍ଷରୁ ମାମଲା ରୁଜୁ ପାଇଁ ନିର୍ଦ୍ଦେଶ

ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ଦଶ ବର୍ଷ ମଧ୍ୟରେ ରାଜ୍ୟରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ରୂପାନ୍ତର ଆସିଛି । ନୂଆ ନୂଆ ମେଡିକାଲ କଲେଜ ସ୍ଥାପନ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ ନିରାମୟ ଆଦି ଯୋଜନାର କାର୍ଯ୍ୟକାରିତା ଯୋଗୁ ଗରୀବ ଲୋକମାନେ ବିନା ମୂଲ୍ୟରେ ଉତ୍ତମ ଚିକତ୍ସା ଓ ଔଷଧ ପାଇ ପାରୁଛନ୍ତି । ବଲାଙ୍ଗୀରରେ ସନ୍ଥ ଭୀମଭୋଇ ମେଡିକାଲ କଲେଜ ସହିତ ରାଜ୍ୟରେ ୮ଟି ନୂଆ ମେଡିକାଲ କଲେଜ ସ୍ଥାପନ ଦ୍ୱାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ଉନ୍ନତ ହୋଇଛି ବୋଲି ସେ କହିଥିଲେ । ପ୍ରତି ବର୍ଷ ଏବେ ରାଜ୍ୟରୁ ୨୦୦୦ରୁ ଆଧିକ ଡକ୍ଟର ବାହାରୁଛନ୍ତି ବୋଲି ପ୍ରକାଶ କରିବା ସହିତ ଚଳିତ ବର୍ଷ ଶେଷ ସୁଦ୍ଧା ରାଜ୍ୟର ସମସ୍ତ ଡାକ୍ଟର ପଦବୀ ପୂରଣ କରାଯିବ ବୋଲି ସେ କହିଥିଲେ ।

ଆହୁରି ପଢ଼ନ୍ତୁ: ଶିଶୁକୁ ବାଘ ଟାଣିନେବା ଘଟଣା: ଚଢ଼ିଆପାରା ଗ୍ରାମ୍ୟ ଜଙ୍ଗଲରୁ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ଯୋଜନା ଓ ସଂଯୋଜନ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ, ହସ୍ତତନ୍ତ୍ର, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ସାଂସଦ ଶ୍ରୀ ବସନ୍ତ ପଣ୍ଡା, ସାଂସଦ ଶ୍ରୀ ନିରଞ୍ଜନ ବିଶି ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର