ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ରେମୁଣାରେ ଇମାମୀ-କିସ୍‌ ଆବାସିକ ବିଦ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାଲେଶ୍ବର ଜିଲ୍ଲାର ରେମୁଣାସ୍ଥିତ ଅରମଳାଠାରେ ଇମାମୀ ଓ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍‌ସ ପକ୍ଷରୁ ନିର୍ମିତ ଏକ ବିଦ୍ୟାଳୟକୁ ଉଦ୍‌ଘାଟନ କରିଛନ୍ତି। ୧୨ ଏକର ଜମିରେ ନିର୍ମିତ ଏହି ସ୍କୁଲ ପାଇଁ ୫୦ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ କିସ୍‌ ପକ୍ଷରୁ ୩୬ କୋଟି ଓ ଇମାମୀ ପକ୍ଷରୁ ୧୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାଲେଶ୍ବର ଜିଲ୍ଲାର ରେମୁଣାସ୍ଥିତ ଅରମଳାଠାରେ ଇମାମୀ ଓ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍‌ସ ପକ୍ଷରୁ ନିର୍ମିତ ଏକ ବିଦ୍ୟାଳୟକୁ ଉଦ୍‌ଘାଟନ କରିଛନ୍ତି। ୧୨ ଏକର ଜମିରେ ନିର୍ମିତ ଏହି ସ୍କୁଲ ପାଇଁ ୫୦ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ କିସ୍‌ ପକ୍ଷରୁ ୩୬ କୋଟି ଓ ଇମାମୀ ପକ୍ଷରୁ ୧୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ସ୍କୁଲ ପ୍ରଧାନ ଶିକ୍ଷକ, ବକେୟା ଦରମା ବିଲ୍ କରାଇବାକୁ ନେଉଥିଲେ ୫୦୦୦ ଲାଞ୍ଚ

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଏହିଭଳି ଉଦ୍ୟମ ଗୁଣାତ୍ମକ ଶିକ୍ଷା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବ। ଇମାମୀ ଓ କିସ୍‌ର ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କିସ୍‌ ପକ୍ଷରୁ ଭୁବନେଶ୍ବର, ମୟୁରଭଂଜ ଓ ବଲାଙ୍ଗୀର ଭଳି ଅନେକ ସ୍ଥାନରେ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିବା ବେଳେ ରାଜ୍ୟର ୩୦ଟି ଯାକ ଜିଲ୍ଲାରେ ଏହିଭଳି ବିଦ୍ୟାଳୟ ଖୋଲାଯିବାର ଲକ୍ଷ୍ୟ ରହିଥିବା ଖୁସିର କଥା। ଶିକ୍ଷା ହିଁ ରୂପାନ୍ତରର ସବୁଠାରୁ ଶକ୍ତିଶାଳୀ ମାଧ୍ୟମ। ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ପରିବର୍ତ୍ତନ ଆଣିଥାଏ। ଏଥିରେ ୧୨୦୦ ଗରିବ ପିଲା ମାଗଣାରେ ପାଠ ପଢିବାର ବ୍ୟବସ୍ଥା ହୋଇଥିବାରୁ ଏଥିପାଇଁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ାରେ ଲଜ୍ଜ୍ୟା: ମୁଖ୍ୟ ଡାକ୍ତରଖାନାରୁ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ, ମହିଳାଙ୍କ ସମେତ ୩ ଗିରଫ

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଶିକ୍ଷା ଉପରେ ସବୁଠାରୁ ଅଧିକ ଗୁରୁତ୍ବ ଦେଇଛନ୍ତି। ୫-ଟି ଉପକ୍ରମରେ ବିଦ୍ୟାଳୟ ରୂପାନ୍ତରଣକୁ ସର୍ବାଧିକ ଗୁରୁତ୍ବ ଦିଆଯାଇଛି। ସାରା ରାଜ୍ୟରେ ବର୍ତ୍ତମାନ ପାଖାପାଖି ୪୦୦୦ ରୂପାନ୍ତରିତ ହାଇସ୍କୁଲ ପ୍ରତିଷ୍ଠା ହୋଇସାରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହିସବୁ ସ୍କୁଲରେ ହୋଇଥିବା ସୁବିଧା ଓ ଭିତ୍ତିଭୂମି ପଲାଙ୍କ ଭିତରେ ପାଠ ପ୍ରତି ବହୁତ ଉତ୍ସାହ ଓ ଆଗ୍ରହ ସୃଷ୍ଟି କରିଛି । ପିଲାଙ୍କ ମନରେ ଭବିଷ୍ୟତ ପାଇଁ ଦୃଢ ସଂକଳ୍ପ ସୃଷ୍ଟି କରିଛି ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପର୍ଯ୍ୟଟନ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ  ଅଶ୍ବିନୀ ପାତ୍ର ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରିବା ସହିତ ବାଲେଶ୍ବରରେ ଇମାମୀ ଓ କିସ୍‌ର ଉଦ୍ୟମରେ ନବନିର୍ମିତ ସ୍କୁଲ ପାଇଁ ଧନ୍ୟବାଦ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ରକ୍ତ ସମ୍ପର୍କରେ ଲାଗିଲା ରକ୍ତର ଛିଟା: ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ହାଣିଲେ ଦୁଇ ପୁଅ

ଏହି ଅବସରରେ ସାଂସଦ  ପ୍ରତାପ ଷଡଙ୍ଗୀ, ରେମୁଣା ବିଧାୟକ  ସୁଧାଂଶୁ ପରିଡା ପ୍ରମୁଖ ବକ୍ତବ୍ୟ ରଖି ଏହାଦ୍ବାରା ବାଲେଶ୍ବରରେ ଜନଜାତି ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାରରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।କିଟ୍‌ ଓ କିସ୍‌ର ସଂସ୍ଥାପକ ତଥା ସାଂସଦ ଡଃ ଅଚ୍ୟୁତ ସାମନ୍ତ ସ୍ବାଗତ ଭାଷଣ ଦେଇ ଦୁର୍ବଳ ଶ୍ରେଣୀର ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ କିସ୍‌ର ପଦକ୍ଷେପ ଉପରେ ଆଲୋକପାତ କରିଥିଲେ। ବାଲେଶ୍ବର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

13 Jun 2022 By The Sakala

ରେମୁଣାରେ ଇମାମୀ-କିସ୍‌ ଆବାସିକ ବିଦ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାଲେଶ୍ବର ଜିଲ୍ଲାର ରେମୁଣାସ୍ଥିତ ଅରମଳାଠାରେ ଇମାମୀ ଓ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍‌ସ ପକ୍ଷରୁ ନିର୍ମିତ ଏକ ବିଦ୍ୟାଳୟକୁ ଉଦ୍‌ଘାଟନ କରିଛନ୍ତି। ୧୨ ଏକର ଜମିରେ ନିର୍ମିତ ଏହି ସ୍କୁଲ ପାଇଁ ୫୦ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ କିସ୍‌ ପକ୍ଷରୁ ୩୬ କୋଟି ଓ ଇମାମୀ ପକ୍ଷରୁ ୧୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଏହିଭଳି ଉଦ୍ୟମ ଗୁଣାତ୍ମକ ଶିକ୍ଷା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବ। ଇମାମୀ ଓ କିସ୍‌ର ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କିସ୍‌ ପକ୍ଷରୁ ଭୁବନେଶ୍ବର, ମୟୁରଭଂଜ ଓ ବଲାଙ୍ଗୀର ଭଳି ଅନେକ ସ୍ଥାନରେ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିବା ବେଳେ ରାଜ୍ୟର ୩୦ଟି ଯାକ ଜିଲ୍ଲାରେ ଏହିଭଳି ବିଦ୍ୟାଳୟ ଖୋଲାଯିବାର ଲକ୍ଷ୍ୟ ରହିଥିବା ଖୁସିର କଥା। ଶିକ୍ଷା ହିଁ ରୂପାନ୍ତରର ସବୁଠାରୁ ଶକ୍ତିଶାଳୀ ମାଧ୍ୟମ। ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ପରିବର୍ତ୍ତନ ଆଣିଥାଏ। ଏଥିରେ ୧୨୦୦ ଗରିବ ପିଲା ମାଗଣାରେ ପାଠ ପଢିବାର ବ୍ୟବସ୍ଥା ହୋଇଥିବାରୁ ଏଥିପାଇଁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଶିକ୍ଷା ଉପରେ ସବୁଠାରୁ ଅଧିକ ଗୁରୁତ୍ବ ଦେଇଛନ୍ତି। ୫-ଟି ଉପକ୍ରମରେ ବିଦ୍ୟାଳୟ ରୂପାନ୍ତରଣକୁ ସର୍ବାଧିକ ଗୁରୁତ୍ବ ଦିଆଯାଇଛି। ସାରା ରାଜ୍ୟରେ ବର୍ତ୍ତମାନ ପାଖାପାଖି ୪୦୦୦ ରୂପାନ୍ତରିତ ହାଇସ୍କୁଲ ପ୍ରତିଷ୍ଠା ହୋଇସାରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହିସବୁ ସ୍କୁଲରେ ହୋଇଥିବା ସୁବିଧା ଓ ଭିତ୍ତିଭୂମି ପଲାଙ୍କ ଭିତରେ ପାଠ ପ୍ରତି ବହୁତ ଉତ୍ସାହ ଓ ଆଗ୍ରହ ସୃଷ୍ଟି କରିଛି । ପିଲାଙ୍କ ମନରେ ଭବିଷ୍ୟତ ପାଇଁ ଦୃଢ ସଂକଳ୍ପ ସୃଷ୍ଟି କରିଛି ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପର୍ଯ୍ୟଟନ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ  ଅଶ୍ବିନୀ ପାତ୍ର ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରିବା ସହିତ ବାଲେଶ୍ବରରେ ଇମାମୀ ଓ କିସ୍‌ର ଉଦ୍ୟମରେ ନବନିର୍ମିତ ସ୍କୁଲ ପାଇଁ ଧନ୍ୟବାଦ ଦେଇଥିଲେ ।

ଏହି ଅବସରରେ ସାଂସଦ  ପ୍ରତାପ ଷଡଙ୍ଗୀ, ରେମୁଣା ବିଧାୟକ  ସୁଧାଂଶୁ ପରିଡା ପ୍ରମୁଖ ବକ୍ତବ୍ୟ ରଖି ଏହାଦ୍ବାରା ବାଲେଶ୍ବରରେ ଜନଜାତି ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାରରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଥିଲେ ।ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।କିଟ୍‌ ଓ କିସ୍‌ର ସଂସ୍ଥାପକ ତଥା ସାଂସଦ ଡଃ ଅଚ୍ୟୁତ ସାମନ୍ତ ସ୍ବାଗତ ଭାଷଣ ଦେଇ ଦୁର୍ବଳ ଶ୍ରେଣୀର ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ କିସ୍‌ର ପଦକ୍ଷେପ ଉପରେ ଆଲୋକପାତ କରିଥିଲେ। ବାଲେଶ୍ବର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର