ମୁଖ୍ଯମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ସହୀଦ ପରିବାରଙ୍କୁ ଅନୁକମ୍ପା ମୂଳକ ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର: ଯୁଦ୍ଧ ତଥା ଉଗ୍ର ବାଦର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନ ମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ପାଞ୍ଚ ଲକ୍ଷ ଟଙ୍କାରୁ ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଯୋଗ୍ୟ ଯେ, ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀରେ ରହି ଦେଶ ପାଇଁ ପ୍ରଣାବଳୀ ଦେଉଥିବା ଯବାନ ଓ ଅଫିସର ମାନଙ୍କ ପରିବାରର କଲ୍ୟାଣ ପାଇଁ ରାଜ୍ୟ ସରକାର […]

ଭୁବନେଶ୍ୱର: ଯୁଦ୍ଧ ତଥା ଉଗ୍ର ବାଦର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନ ମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ପାଞ୍ଚ ଲକ୍ଷ ଟଙ୍କାରୁ ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ, ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀରେ ରହି ଦେଶ ପାଇଁ ପ୍ରଣାବଳୀ ଦେଉଥିବା ଯବାନ ଓ ଅଫିସର ମାନଙ୍କ ପରିବାରର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ସହୀଦ ପରିବାର କଲ୍ୟାଣ ପାଇଁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି। ପ୍ରାଥମିକ ଭାବରେ ଏହି ସହାୟତା ରାଶି ଏକ ଲକ୍ଷ ଟଙ୍କା ଥିବା ବେଳେ ୨୦୧୦  ଓ  ୨୦୧୨ରେ ଏହାକୁ ଯଥା କ୍ରମେ ୨ ଲକ୍ଷ, ଓ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିଲା ।

About The Author: The Sakala