ରାୟଗଡ ଓ ଝାରସୁଗୁଡା ଜିଲ୍ଲାରେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ

The Sakala Picture
Published On

ଭୁବନେଶ୍ବର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଷଷ୍ଠ ଦିନରେ ରାୟଗଡ ଓ ଝାରସୁଗୁଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଏଥିପାଇଁ ରାୟଗଡ ଜିଲ୍ଲାର  ୩ଟି […]

ଭୁବନେଶ୍ବର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଷଷ୍ଠ ଦିନରେ ରାୟଗଡ ଓ ଝାରସୁଗୁଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଏଥିପାଇଁ ରାୟଗଡ ଜିଲ୍ଲାର  ୩ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୯୧ କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ରାୟଗଡ, ଗୁଣୁପୁର ଓ ବିଷମକଟକ ।  ଏହିସବୁ ନିର୍ବାଚନମଣ୍ଡଳୀର ୧୧ଟି ବ୍ଲକ୍‌‌ର ୧୮୨ଟି  ଗ୍ରାମ ପଞ୍ଚାୟତରେ ୨୬୧୩ଟି ପ୍ରକଳ୍ପ ହେବ। ସେହିପରି ଝାରସୁଗୁଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଝାରସୁଗୁଡା ଓ ବ୍ରଜରାଜ ନଗର।  ଏଥିରେ ୫ଟି ବ୍ଲକ୍‌ର ୭୮ଟି   ଗ୍ରାମପଞ୍ଚାୟତରେ ୯୫୭ ଟି ପ୍ରକଳ୍ପ କରାଯିବ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।  ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ।  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । ଡକ୍ଟକ୍ସଳଗ୍ଦ ଷଙ୍କଭ ହେବ । ବ୍ୟାଙ୍କିଙ୍ଗ୍‌  ସୁବିଧା  ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ବିଦ୍ୟାଳୟ ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ୟ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ଆଜିର କାର୍ଯ୍ୟକ୍ରମ ପାଇଁ ରାୟଗଡ ଜିଲ୍ଲାର ୩ଟି ଓ ଝାରସୁଗୁଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ  ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି  କରିଛି ବୋଲି କହିଥିଲେ। ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଜରିଆରେ ସବୁ ଗାଁରେ ରୂପାନ୍ତର ଆଣିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଆମର ରୂପାନ୍ତର ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହେବ ବୋଲି ସେ କହିଥିଲେ। ଗାଁ ଗାଁରେ ସବୁ କାମକୁ ଆମେ ଠିକ୍‌ ସମୟରେ ସ୍ବଚ୍ଛତାର ସହ କରି ରୂପାନ୍ତର ଆଣିବା ବୋଲି ସେ କହିଥିଲେ ।

୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ  ଭି.କେ. ପାଣ୍ଡିଆନ ସୂଚନା ଦେଇ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି।  ରାୟଗଡ ଜିଲ୍ଲାର ରାୟଗଡ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୩୫ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୩୪.୫୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ମଝିଘରିଆଣୀ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ, ରାୟଗଡ ଜଗନ୍ନାଥ ମନ୍ଦିରର ଉନ୍ନତିକରଣ, କାଶିପୁର କୁମାଖାଲରେ ୧୨୦ ଆସନ ବିଶିଷ୍ଟ ଏକ ହଷ୍ଟେଲ, ରାୟଗଡ ମଡେଲ ଡିଗ୍ରୀ କଲେଜ, ରାୟଗଡ ଅଟୋନମସ୍ କଲେଜ ଆଦିର ଉନ୍ନତିକରଣ । ସେହିପରି ବିଷମକଟକ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୮୦ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୮.୫୧ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୯୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଚଟିକଣା ଶିବ ମନ୍ଦିରର ଉନ୍ନତିକରଣ, ନେଳିଆ ବନ୍ଧର ସୌନ୍ଦର୍ଯ୍ୟକରଣ ଓ ବିକାଶ, ଖଜୁରୀ ଗାଁ ଗଡଗଡା ଜଳପ୍ରପାତ ପର୍ଯ୍ୟଟନ କ୍ଷେତ୍ରର ବିକାଶ। ସେହିପରି ଗୁଣୁପୁର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୫୯ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୦.୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮୨.୮୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ରାମେଶ୍ୱର ମହାଶମ୍ଭୁ ଶିବ ମନ୍ଦିରର ଉନ୍ନତିକରଣ, ମାତରବନମ ସଉରା ମନ୍ଦିରର ସୌନ୍ଦର୍ଯ୍ୟକରଣ, ବଂଶଧାରା ନଦୀ ଉପରେ ସେତୁ ।  ଏହିପରି ଜିଲ୍ଲାରେ ୨୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୧୨୬.୨୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ଏବଂ ସଉରା ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ ପଦକ୍ଷେପ ନିଆଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ସେହିପରି ଝାରସୁଗୁଡା ଜିଲ୍ଲାର ଝାରସୁଗୁଡା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ୟ୍ୟକ୍ରମରେ ୧୨୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୪୨ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଜିଲ୍ଲାଗସ୍ତ ପରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨.୭୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଲାଇକେରାସ୍ଥିତ ଜଂଘାଲିଙ୍ଗ ମନ୍ଦିର । ଏହା ସହିତ ଝାରସୁଗୁଡାର ଗଣ୍ଡ ସମାଜ ପାଇଁ ଭୁବନେଶ୍ୱର ଚନ୍ଦ୍ରଶେଖରପୁରଠାରେ ୫୦ ଡେସିମିଲ ଜମି ଦିଆଯାଇଛି। ଏହା ଦ୍ୱାରା ଗଣ୍ଡ ସମାଜର ରାଜଧାନୀରେ ରହିବା ସୁବିଧା ସହିତ ସେମାନଙ୍କ କଳା ଓ ସଂସ୍କୃତିର ପ୍ରଚାର ପ୍ରସାରରେ ସୁବିଧା ହେବ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ବ୍ରଜରାଜ ନଗର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୮ଟି ଶିକ୍ଷାନୁଷ୍ଠାନ ତଥା ଧାର୍ମିକ ଅନୁଷ୍ଠାନ ପାଇଁ ୮.୦୮ କୋଟି ଟଙ୍କା  ମଞ୍ଜୁର କରାଯାଇଛି ।  ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୪୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ରାମଚଣ୍ଡୀ ମନ୍ଦିରର ଉନ୍ନତି ଓ ସୌନ୍ଦର୍ୟ୍ୟକରଣ। ଏହା ଦ୍ୱାରା ବର୍ଷକୁ ଏହି ମନ୍ଦିରକୁ ଅତି କମ୍‌ରେ ୫୦ ହଜାର ଭକ୍ତ ଆସି ସୁବିଧାରେ ଦର୍ଶନ କରିପାରିବେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ସେହିପରି ହୀରାକୁଦ ବିସ୍ଥାପିତମାନଙ୍କ ପାଇଁ ଦୀର୍ଘ ବର୍ଷର ସମସ୍ୟାକୁ ସମାଧାନ କରି ରାଜ୍ୟ ସରକାର ସେମାନଙ୍କୁ ଜମି ପଟ୍ଟା ଦେବାର ବ୍ୟବସ୍ଥା କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ୧୮୦୦ରୁ ଅଧିକ ପରିବାରକୁ ୩୧୩୦ ଏକରରୁ ଅଧିକ ଜମି ପାଇଁ ପଟ୍ଟା ଯୋଗାଇଦିଆଯିବ। ଫେବୃଆରୀ ସୁଦ୍ଧା ସମସ୍ତଙ୍କୁ ପଟ୍ଟା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିଥିଲେ। ଜିଲ୍ଲାରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଜଗନ୍ନାଥ ସାରକା, ବିଧାୟକ ମକରନ୍ଦ ମୁଦୁଲି, ବିଧାୟକ ରଘୁନାଥ ଗମାଙ୍ଗୋ, ବିଧାୟିକା ଦୀପାଳି ଦାସ, ବିଧାୟିକା ଅଳକା ମହାନ୍ତିଙ୍କ ସମେତ  ଜିଲ୍ଲାପରିଷଦ ସଭାପତି, ସଦସ୍ୟଗଣ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ, ବ୍ଲକ ଚେୟାରମ୍ୟାନ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସୀ ମାଧ୍ୟମରେ ଆଲୋଚନାରେ ଭାଗ ନେଇ ଗାଁ ଗାଁ ରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ । ସେମାନେ କହିଥିଲେ ଯେ ଗତ ୨୩ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଓ ଦିଗଦର୍ଶନରେ ଓଡିଶାରେ ଚାଲିଛି ନିରନ୍ତର ବିକାଶ। ଆଜି ଓଡିଶାରେ ବିକାଶର ମାନଚିତ୍ର ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଗସ୍ତ ଯୋଗୁ ଜିଲ୍ଲାସ୍ତରରେ ବିକାଶ ତ୍ବରାନ୍ବିତ ହେବା ସହିତ ଅନେକ ଦିନରୁ ପଡି ରହିଥିବା ସମସ୍ୟା ଗୁଡିକ ମଧ୍ୟ ଦୂର ହୋଇଛି । ବିକାଶର ଏହି କାର୍ଯ୍ୟକ୍ରମ ଆମ ଗାଁଗୁଡିକୁ ସହର ସହିତ ସମାନ କରିବ ଏବଂ ଆମ ଭଳି ଗ୍ରାମାଞ୍ଚଳ ଲୋକଙ୍କୁ ସମ୍ମାନର ସହ ବଞ୍ଚିବା ପାଇଁ ପ୍ରେରଣା ଦେବ ବୋଲି ସେମାନେ କହିଥିଲେ। କାର୍ଯ୍ୟକ୍ରମରେ ଉଭୟ ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

30 Oct 2023 By The Sakala

https://www.thesakala.in/latest-odisha-news/cm-naveen-patnaik-launched-ama-odisha-nabin-odisha-in-rayagada-and-jharsuguda-districts/article-26846
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର