କରୋନା ଟେଷ୍ଟ ରିପୋର୍ଟ ପାଇଁ ଆଉ ଯିବାକୁ ପଡିବନି ପରୀକ୍ଷା କେନ୍ଦ୍ର, ଏଣିକି ୱେବସାଇଟ୍‌ରେ ମିଳିବ କୋଭିଡ ରିପୋର୍ଟ

The Sakala Picture
Published On

କରୋନା ଟେଷ୍ଟ ରିପୋର୍ଟ ପାଇବା ପାଇଁ ଆଉ ଯିବାକୁ ପଡିବନି ପରୀକ୍ଷା କେନ୍ଦ୍ର। ଏଣିକି ୱେବସାଇଟ୍‌ରେ ମିଳିବ କୋଭିଡ ଟେଷ୍ଟ ରିପୋର୍ଟ । ଲୋକମାନଙ୍କୁ ସୁବିଧାରେ କୋଭିଡ ପରୀକ୍ଷା ରିପୋର୍ଟ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର କୋଭିଡ ଟେଷ୍ଟ ରିପୋର୍ଟ ୱେବସାଇଟ୍ ଲୋକାର୍ପିତ କରିଛନ୍ତି। ଉଭୟ ଆଣ୍ଟିଜେନ ଓ RTPCR ଟେଷ୍ଟ ରିପୋର୍ଟ ଏହି ୱେବସାଇଟରେ ମିଳିବ। ରାଜ୍ୟ କୋଭିଡ ଡ୍ୟାସବୋର୍ଡ ଓ କୋଭିଡ଼୧୯ ୱେବସାଇଟରେ ଏହି ବ୍ୟବସ୍ଥା ରହିବ ବୋଲି ସୂଚନା ଦେଇଛନ୍ତି ସୂଚନା […]

କରୋନା ଟେଷ୍ଟ ରିପୋର୍ଟ ପାଇବା ପାଇଁ ଆଉ ଯିବାକୁ ପଡିବନି ପରୀକ୍ଷା କେନ୍ଦ୍ର। ଏଣିକି ୱେବସାଇଟ୍‌ରେ ମିଳିବ କୋଭିଡ ଟେଷ୍ଟ ରିପୋର୍ଟ । ଲୋକମାନଙ୍କୁ ସୁବିଧାରେ କୋଭିଡ ପରୀକ୍ଷା ରିପୋର୍ଟ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର କୋଭିଡ ଟେଷ୍ଟ ରିପୋର୍ଟ ୱେବସାଇଟ୍ ଲୋକାର୍ପିତ କରିଛନ୍ତି। ଉଭୟ ଆଣ୍ଟିଜେନ ଓ RTPCR ଟେଷ୍ଟ ରିପୋର୍ଟ ଏହି ୱେବସାଇଟରେ ମିଳିବ। ରାଜ୍ୟ କୋଭିଡ ଡ୍ୟାସବୋର୍ଡ ଓ କୋଭିଡ଼୧୯ ୱେବସାଇଟରେ ଏହି ବ୍ୟବସ୍ଥା ରହିବ ବୋଲି ସୂଚନା ଦେଇଛନ୍ତି ସୂଚନା ଓ ପ୍ରଯୁକ୍ତି ସଚିବ ମନୋଜ ମିଶ୍ର। ସ୍ୱାସ୍ଥ୍ୟ ବିଭାଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗର ଏହି ଅଭିନବ ବ୍ୟବସ୍ଥା ଦ୍ୱାରା ଲୋକମାନଙ୍କୁ ରିପୋର୍ଟ ସଂଗ୍ରହ କରିବା ପାଇଁ ପରୀକ୍ଷା କେନ୍ଦ୍ରକୁ ଯିବାକୁ ପଡ଼ିବ ନାହିଁ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

ପରୀକ୍ଷା ରିପୋର୍ଟ ଅତ୍ୟନ୍ତ ସୁବିଧାଜନକ ଭାବରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ‘୫T’ ଅଧୀନରେ ଏହି ଆରଟି ପିସିଆର ରିପୋର୍ଟ ୱେବସାଇଟ୍ ଆରମ୍ଭ କରାଯାଇଛି। ବ୍ୟବହାରକାରୀଙ୍କ ଗୋପନୀୟତା ସୁନିଶ୍ଚିତ କରିବା ପାଇଁ ଓଟିପି ଦ୍ୱାରା ପଞ୍ଜିକୃତ ହୋଇଥିବା ମୋବାଇଲ ନମ୍ବରକୁ ରିପୋର୍ଟ ପଠାଯିବାର ବ୍ୟବସ୍ଥା ହୋଇଛି। ଜନସାଧାରଣଙ୍କ ସୁବିଧା ପାଇଁ https://covid19regd.odisha.gov.in/SamplCollectionDetails.aspx ୱେବସାଇଟକୁ https://statedashboard.odisha.gov.in ସହିତ ସଂଯୋଗ କରାଯାଇଛି।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

ଏଥିପାଇଁ ୱେବସାଇଟକୁ ଯାଇ ନୋ ୟୋର ଟେଷ୍ଟ ରିପୋର୍ଟକୁ କ୍ଲିକ କରିବାକୁ ପଡ଼ିବ। ସେଠି ସାମ୍ପଲ ଦେଲା ବେଳେ ଦେଇଥିବା ନିଜ ମୋବାଇଲ ନମ୍ବର ଦେବାକୁ ପଡ଼ିବ। ମୋବାଇଲ ନମ୍ବର ଦେଲା ପରେ ଆପଣଙ୍କ ନମ୍ବରକୁ ଏକ OTP ଆସିବ। OTP ନମ୍ବର ଦେଇ ସବମିଟ୍ କଲା ପରେ ଆପଣଙ୍କ କୋଭିଡ ଟେଷ୍ଟ ରିପୋର୍ଟ ଦେଖାଯିବ।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, “ମହାମାରୀ ବିରୋଧରେ ଲଢ଼େଇରେ ଟେକ୍ନୋଲୋଜି ଏକ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ର ପାଲଟିଛି। ଏହି ଅଭିନବ ବ୍ୟବସ୍ଥା ରିପୋର୍ଟ ସଂଗ୍ରହ ପ୍ରକ୍ରିୟାକୁ ସହଜ କରିବା ଦ୍ୱାରା ଲୋକଙ୍କୁ ସୁବିଧାରେ କୋଭିଡ ରିପୋର୍ଟ ମିଳିବା ସହ ଏହି କଠିନ ସମୟରେ ଜନସାଧାରଣଙ୍କ ପାଇଁ ଯଥେଷ୍ଟ ଉପଯୋଗୀ ହେବ।” ତା ସହିତ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, “ରାଜ୍ୟବାସୀଙ୍କ ମୂଲ୍ୟବାନ ଜୀବନ ସୁରକ୍ଷିତ କରିବା ପାଇଁ ଓଡ଼ିଶା ସରକାର କୋଭିଡ ପରୀକ୍ଷାଠାରୁ ଆରମ୍ଭ କରି ଚିକିତ୍ସା ପର୍ୟ୍ୟନ୍ତ ସମସ୍ତ ସେବା ମାଗଣାରେ ଯୋଗାଇ ଦେଉଛନ୍ତି। ଏଥିସହ ଆମେ କୋଭିଡ ପରୀକ୍ଷାକୁ ଆହୁରି ବ୍ୟାପକ କରିବା ପାଇଁ ବିଭିନ୍ନ ଜିଲ୍ଲାରେ ଆରଟି ପିସିଆର ପରୀକ୍ଷା କେନ୍ଦ୍ର ପ୍ରତିଷ୍ଠା କରୁଛୁ। ଯେଉଁଠାରେ ଲୋକମାନଙ୍କୁ ପ୍ରତିଦିନ ସେବା ଯୋଗାଇ ଦିଆଯିବ। ଯାହା ଆମର କୋଭିଡ ମହାମାରୀ ବିରୋଧୀ ଲଢେଇରେ ଆହୁରି ଦୃଢତା ଭରିବ।”

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର