ଆଜି ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ସମ୍ବଲପୁର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ କାର୍ଯ୍ଯକ୍ରମ । ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି । ସକାଳ ୧୦ ଟା ୪୫ ମିନିଟ ସମୟରେ ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ହେଲିକେପ୍ଟର ଯୋଗେ ଜମାଦାରପାଲି ଏୟାରଷ୍ଟ୍ରିପରେ ପହଞ୍ଚିବେ । ସେଠାରୁ ପୁଣି ସମ୍ବଲପୁର ରିଜର୍ଭ ପୁଲିସ ଗ୍ରାଉଣ୍ଡରେ […]

ସମ୍ବଲପୁର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ କାର୍ଯ୍ଯକ୍ରମ । ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି । ସକାଳ ୧୦ ଟା ୪୫ ମିନିଟ ସମୟରେ ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ହେଲିକେପ୍ଟର ଯୋଗେ ଜମାଦାରପାଲି ଏୟାରଷ୍ଟ୍ରିପରେ ପହଞ୍ଚିବେ ।

ଆହୁରି ପଢ଼ନ୍ତୁ: ବାତ୍ୟା ପ୍ରଭାବରେ ଗଜପତିରେ ବନ୍ୟା ଆଶଙ୍କା: ବିପଦ ସଙ୍କେତ ଟପିଲା ବଂଶଧାରା, ଭୂସ୍ଖଳନ ଯୋଗୁଁ ଯାତାୟାତ ବାଧାପ୍ରାପ୍ତ

ସେଠାରୁ ପୁଣି ସମ୍ବଲପୁର ରିଜର୍ଭ ପୁଲିସ ଗ୍ରାଉଣ୍ଡରେ ପହଞ୍ଚିବେ । ରିଜର୍ଭ ପୋଲିସ ଗ୍ରାଉଣ୍ଡରୁ ଅଇଁଠାପାଲି ପିଏଚଡି ପଡିଆକୁ ଯିବେ । ୧୧ ଟା ୩୦ ମିନିଟ ସମୟରେ ପିଏଚଡି ପଡ଼ିଆରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ଅଇଁଠାପାଲିରୁ ନାକଟିଦେଉଳ ଏବଂ ରେଢ଼ାଖୋଲ ଯିବାର କାର୍ଯ୍ୟକ୍ରମ ରହିଛି । ସମ୍ବଲପୁର ପରେ ୩ଟା ୩୦ରେ ଅନୁଗୁଳ ଅନୁଗୁଳ ଷ୍ଟାଡିୟମରେ ପହଛି ଜନସଭାକୁ ସମ୍ବୋଧିତ କରିବେ । ସେଠାରୁ ଠେଙ୍କାନାଳ ଯାଇ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ଯକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ଶ୍ରମିକ ଯୋଗାଣକାରୀ ୬ଟି ରାଜ୍ୟ ମଧ୍ୟରେ ଓଡ଼ିଶା, ସନ୍ଦେହରେ ରାଜ୍ୟରେ ଶିଳ୍ପ ସ୍ଥାପନ ଓ ନିବେଶ ସଂକ୍ରାନ୍ତ ଦାବି

 

ଆହୁରି ପଢ଼ନ୍ତୁ: କନ୍ଧମାଳ ଭୂସ୍ଖଳନରେ ପ୍ରାଣହାନି ଘଟଣାରେ ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ; ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ସରକାରଙ୍କୁ ଅନୁରୋଧ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର